ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ପଡିଲା ମହଙ୍ଗା, ୪ ଜଣଙ୍କୁ ବାନ୍ଧିଲା ପୋଲିସ

Madhusudan Das Picture
Published On

ଆନନ୍ଦପୁର: ମହଙ୍ଗା ପଡ଼ିଲା କଙ୍ଗାରୁ କୋର୍ଟ । ପରକୀୟା ପ୍ରୀତି ସନ୍ଦେହରେ ଜୋତାମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ପଡ଼ିଲା ମହଙ୍ଗା । ଭିଡିଓ ଭାଇରାଲ ହେବା ପରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୁଲିସ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଧାନ କାଟି ଫେରୁଥିବା ବେଳେ ପାଣି ପିଇବା ପାଇଁ ଜଣେ ମହିଳାଙ୍କ ନିକଟକୁ ଯାଇଥିଲେ । ଏହି ସମୟରେ ଗାଁର କିଛି ଯୁବକ ସେମାନଙ୍କ ମଧ୍ୟରେ ଖରାପ ସମ୍ପର୍କ ଥିବା କହି କବାଟ ବନ୍ଦ କରିଦେଇଥିଲେ । ପରେ ସମ୍ପୃକ୍ତ ମହିଳାଙ୍କ ସ୍ବାମୀଙ୍କୁ ଜଣାଇବା ସହ ଉଭୟଙ୍କୁ ନିର୍ଦ୍ଧୁମ ମାଡ଼ ମାରିବା ସହ ଲଙ୍କା ଗୁଣ୍ଡ ଏବଂ ପାଣି ଢ଼ାଳି ବାଡ଼େଇ ଥିଲେ । ପରେ ଉଭୟଙ୍କୁ ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇ ଥିବା ନେଇ ଅଭିଯୋଗ ହୋଇଛି। ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ଭିଡିଓ ଭାଇରାଲ ହେଉଛି। ଏନେଇ ଆନନ୍ଦପୁର ଥାନାରେ ସମ୍ପୃକ୍ତ ମହିଳା ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ସେହି ଗ୍ରାମର ୨ ଜଣ ମହିଳା ଏବଂ ୨ ଜଣ ପୁରୁଷଙ୍କୁ ଗିରଫ କରିଛି ।

ଆହୁରି ପଢ଼ନ୍ତୁ: ନୟାଗଡ଼ ଖଣ୍ଡପଡ଼ା ଏସ୍‌ଡିପିଓଙ୍କ ନାଁରେ ସାଂଘାତିକ ଅଭିଯୋଗ: ମାମଲା ରଫାଦଫା ପାଇଁ ମହିଳାଙ୍କୁ ଅଶ୍ଳୀଳ ବାର୍ତ୍ତା ଓ ଧମକ

24 Oct 2025 By Madhusudan Das

ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ପଡିଲା ମହଙ୍ଗା, ୪ ଜଣଙ୍କୁ ବାନ୍ଧିଲା ପୋଲିସ

ଆନନ୍ଦପୁର: ମହଙ୍ଗା ପଡ଼ିଲା କଙ୍ଗାରୁ କୋର୍ଟ । ପରକୀୟା ପ୍ରୀତି ସନ୍ଦେହରେ ଜୋତାମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ପଡ଼ିଲା ମହଙ୍ଗା । ଭିଡିଓ ଭାଇରାଲ ହେବା ପରେ ୪ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କଲା ପୁଲିସ । କେନ୍ଦୁଝର ଜିଲ୍ଲା ଆନନ୍ଦପୁର ଥାନା ଅଞ୍ଚଳରେ ଜଣେ ବ୍ୟକ୍ତି ଧାନ କାଟି ଫେରୁଥିବା ବେଳେ ପାଣି ପିଇବା ପାଇଁ ଜଣେ ମହିଳାଙ୍କ ନିକଟକୁ ଯାଇଥିଲେ । ଏହି ସମୟରେ ଗାଁର କିଛି ଯୁବକ ସେମାନଙ୍କ ମଧ୍ୟରେ ଖରାପ ସମ୍ପର୍କ ଥିବା କହି କବାଟ ବନ୍ଦ କରିଦେଇଥିଲେ । ପରେ ସମ୍ପୃକ୍ତ ମହିଳାଙ୍କ ସ୍ବାମୀଙ୍କୁ ଜଣାଇବା ସହ ଉଭୟଙ୍କୁ ନିର୍ଦ୍ଧୁମ ମାଡ଼ ମାରିବା ସହ ଲଙ୍କା ଗୁଣ୍ଡ ଏବଂ ପାଣି ଢ଼ାଳି ବାଡ଼େଇ ଥିଲେ । ପରେ ଉଭୟଙ୍କୁ ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇ ଥିବା ନେଇ ଅଭିଯୋଗ ହୋଇଛି। ଜୋତା ମାଳ ପିନ୍ଧାଇ ଗାଁ ଦାଣ୍ଡରେ ବୁଲାଇବା ଭିଡିଓ ଭାଇରାଲ ହେଉଛି। ଏନେଇ ଆନନ୍ଦପୁର ଥାନାରେ ସମ୍ପୃକ୍ତ ମହିଳା ଅଭିଯୋଗ କରିଥିଲେ। ଅଭିଯୋଗ ପାଇ ପୋଲିସ ଘଟଣାସ୍ଥଳରେ ପହଂଚି ସେହି ଗ୍ରାମର ୨ ଜଣ ମହିଳା ଏବଂ ୨ ଜଣ ପୁରୁଷଙ୍କୁ ଗିରଫ କରିଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର