ଦିଲ୍ଲୀ ଏମ୍‌ସରେ ବଳଙ୍ଗା ପୀଡ଼ିତାଙ୍କୁ ଭେଟିଲେ ବିଜେଡିର ୪ ସାଂସଦ

The Sakala Picture
Published On

ନୂଆଦିଲ୍ଲୀ : ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ  ଦୁର୍ବୃତ୍ତଙ୍କ ପାଶବିକ ଅତ୍ୟାଚାରର ଶିକାର ହୋଇ ଜଳି ଯାଇଥିବା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍‌ସରେ ଭେଟିଛନ୍ତି ବିଜେଡିର ୪ ସାଂସଦ। ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ଡ. ସସ୍ମିତ ପାତ୍ର, ସୁଲତା ଦେଓ ଓ ନିରଞ୍ଜନ ବିଶି ଏମ୍‌ସ ଯାଇ ପୀଡିତାଙ୍କୁ ଦେଖିଛନ୍ତି। ସେଠାରେ ପୀଡିତାଙ୍କ ଦାଦାଙ୍କ ସହ ଆଲୋଚନା କରିବା ସଙ୍ଗେ ସଙ୍ଗେ ଡାକ୍ତରଙ୍କଠାରୁ ମଧ୍ୟ ପୀଡିତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ ହୋଇଛନ୍ତି । ବିଜେଡି ସଭାପତି ନବୀନ […]

ନୂଆଦିଲ୍ଲୀ : ପୁରୀ ଜିଲ୍ଲା ବଳଙ୍ଗା ଅଞ୍ଚଳରେ  ଦୁର୍ବୃତ୍ତଙ୍କ ପାଶବିକ ଅତ୍ୟାଚାରର ଶିକାର ହୋଇ ଜଳି ଯାଇଥିବା ପୀଡ଼ିତାଙ୍କୁ ଦିଲ୍ଲୀ ଏମ୍‌ସରେ ଭେଟିଛନ୍ତି ବିଜେଡିର ୪ ସାଂସଦ। ସାଂସଦ ମାନସ ରଞ୍ଜନ ମଙ୍ଗରାଜ, ଡ. ସସ୍ମିତ ପାତ୍ର, ସୁଲତା ଦେଓ ଓ ନିରଞ୍ଜନ ବିଶି ଏମ୍‌ସ ଯାଇ ପୀଡିତାଙ୍କୁ ଦେଖିଛନ୍ତି। ସେଠାରେ ପୀଡିତାଙ୍କ ଦାଦାଙ୍କ ସହ ଆଲୋଚନା କରିବା ସଙ୍ଗେ ସଙ୍ଗେ ଡାକ୍ତରଙ୍କଠାରୁ ମଧ୍ୟ ପୀଡିତାଙ୍କ ସ୍ବାସ୍ଥ୍ୟ ସମ୍ପର୍କରେ ଅବଗତ ହୋଇଛନ୍ତି । ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ପରାମର୍ଶ କ୍ରମେ ସାଂସଦମାନେ ପୀଡିତାଙ୍କୁ ଦେଖିବା ସହ ଚିକିତ୍ସା ପାଇଁ ଯାହା ଆବଶ୍ୟକ ସମସ୍ତ ସହଯୋଗ କରିବାକୁ ଆଶ୍ବାସନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଯୁକ୍ତ ୨ ପରୀକ୍ଷା ପାଇଁ ଫର୍ମ ପୂରଣ ଅବଧି ବଢାଇଲା CHSE: ନଭେମ୍ବର ୧୪ ଯାଏଁ ଆବେଦନ କରିପାରିବେ ଛାତ୍ରଛାତ୍ରୀ

ଗତ ଶନିବାର ଦିନ ପୁରୀ ଜିଲ୍ଲା ନିମାପଡ଼ା ବ୍ଲକ ବଳଙ୍ଗା ଥାନା ଅର୍ନ୍ତଗତ ଗୋପିନାଥପୁର ପଞ୍ଚାୟତର ବାଇବର ନୂଆ ଗୋପାଳପୁର ଗାଁରେ ଜଣେ ୧୫ ବର୍ଷ ବୟସ୍କା ନାବାଳିକାଙ୍କୁ ୩ ଜଣ ଦୁର୍ବୃତ୍ତ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ । ତାଙ୍କୁ ତୁରନ୍ତ ଭୁବନେଶ୍ବର ଏମ୍ସରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଥିଲା । ପୀଡିତାଙ୍କ ଶରୀର ୭୫ ଭାଗ ଜଳିଯାଇଥିବା ଡାକ୍ତର କହିଥିଲେ । ତେବେ ଅଧିକ ଚିକିତ୍ସା ପାଇଁ ରବିବାର ଦିନ ପୀଡିତାଙ୍କୁ ଦିଲ୍ଲୀ ଏମ୍‌ସକୁ ଏୟାରଲିଫ୍ଟ କରାଯାଇଥିଲା । ଦିଲ୍ଲୀ ଏମ୍‌ସରେ ପୀଡିତାଙ୍କ ଚିକିତ୍ସା ଜାରି ରହିଛି । ତେବେ ତାଙ୍କ ଅବସ୍ଥା ଗୁରୁତର ଥିବା ଗତକାଲି ଦିଲ୍ଲୀ ଏମ୍‌ସ ପକ୍ଷରୁ ଜାରି ବୁଲେଟିନରେ କୁହାଯାଇଥିଲା । ଆଜି ବିଜେଡି ସାଂସଦମାନେ ଦିଲ୍ଲୀ ଏମ୍ସରେ ପୀଡିତାଙ୍କ ଦାଦାଙ୍କୁ ଭେଟି ତାଙ୍କୁ ଆଶ୍ବାସନା ପ୍ରଦାନ କରିଛନ୍ତି । ପୀଡିତା ଖୁବ ଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି କାମନା କରିଛନ୍ତି ।

ଆହୁରି ପଢ଼ନ୍ତୁ: ୩ କୋଟିରୁ ଅଧିକ ଟଙ୍କା ହରିଲୁଟ୍: ଫେରାର ଡେରାବିଶ ବ୍ଲକ ବରିଷ୍ଠ ରାଜସ୍ୱ ସହାୟକ ଶଶିକାନ୍ତ ରଣା ଗିରଫ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର