୪ର୍ଥ ପର୍ଯ୍ୟାୟରେ ୫ ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର: ୫ଟି ଉପକ୍ରମରେ ବଦଳୁଛି ସ୍କୁଲର ଚିତ୍ର। ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସାଙ୍ଗକୁ ଯୋଗାଇ ଦିଆଯାଉଛି ହାଇଟେକ ସୁବିଧା । ଗୁରୁବାର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ୩୮୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଗୁଡିକ ମଧ୍ୟରେ ରହିଛି ଗଞ୍ଜାମ ଜିଲ୍ଲାର ୧୪୯ ହାଇସ୍କୁଲ, ଝାରସୁଗୁଡ଼ାର ୧୧, ଜଗତସିଂହପୁରର ୫୭, କେନ୍ଦ୍ରାପଡ଼ାର ୧୧୨, ବରଗଡ଼ର ୬୦ ରୂପାନ୍ତରିତ ସ୍କୁଲ। ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବା ପରେ ଦେଖିବାକୁ ମିଳିଛି ଖୁସିର ଲହରୀ […]

ଭୁବନେଶ୍ବର: ୫ଟି ଉପକ୍ରମରେ ବଦଳୁଛି ସ୍କୁଲର ଚିତ୍ର। ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସାଙ୍ଗକୁ ଯୋଗାଇ ଦିଆଯାଉଛି ହାଇଟେକ ସୁବିଧା । ଗୁରୁବାର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ୩୮୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଗୁଡିକ ମଧ୍ୟରେ ରହିଛି ଗଞ୍ଜାମ ଜିଲ୍ଲାର ୧୪୯ ହାଇସ୍କୁଲ, ଝାରସୁଗୁଡ଼ାର ୧୧, ଜଗତସିଂହପୁରର ୫୭, କେନ୍ଦ୍ରାପଡ଼ାର ୧୧୨, ବରଗଡ଼ର ୬୦ ରୂପାନ୍ତରିତ ସ୍କୁଲ। ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବା ପରେ ଦେଖିବାକୁ ମିଳିଛି ଖୁସିର ଲହରୀ ।

ଆହୁରି ପଢ଼ନ୍ତୁ: ଚନ୍ଦନ ଯାତ୍ରାବେଳେ ନରେନ୍ଦ୍ର ପୁଷ୍କରିଣୀରେ ଫୁଟିବନି ବାଣ, ସିସିଟିଭି ସହ ରହିବ କଡ଼ା ସୁରକ୍ଷା ବ୍ୟବସ୍ଥା

ରୂପାନ୍ତରଣ ଯୋଜନାରେ ଉନ୍ନତ ମାନର ଶିକ୍ଷାଦାନ ସହିତ ଅଭିଜ୍ଞ ଶିକ୍ଷକ, ଅତ୍ୟାଧୁନିକ ଶିକ୍ଷଣୀୟ ଉପକରଣ ଯୋଗାଇ ଦିଆଯାଉଛି। ବିଶେଷତଃ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା ପାଇଁ ସମସ୍ତ ଆବଶ୍ୟକୀୟ ଉପକରଣ ସହିତ ଉତମ ଶୈକ୍ଷିକ ବାତାବାରଣ ଉପରେ ଧ୍ୟାନ ଦିଆଯାଉଛି। ଉନ୍ନତମାନର ଶ୍ରେଣୀ ଗୃହ, ଖେଳ ପଡ଼ିଆ ସହିତ ଖେଳ ସାମଗ୍ରୀ, ସ୍ମାର୍ଟ ଲାଇବ୍ରେରୀ, କମ୍ପ୍ୟୁଟର ଲ୍ୟାବ୍‍ ଆଦି ସ୍କୁଲଗୁଡ଼ିକରେ ଯୋଗାଇ ଦିଆଯାଉଛି। ପିଲାମାନେ ବହି ବଦଳରେ ଇ-କଟେଂଟ ଓ ସ୍ମାର୍ଟ କ୍ଲାସରୁମର ପ୍ରଜେକ୍ଟରରେ ପାଠ ପଢ଼଼ୁଛନ୍ତି। ସେମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ଦେବା ଲାଗି ଆବଶ୍ୟକ ଥିବା ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥିପାଇଁ ଶିକ୍ଷକମାନଙ୍କୁ ମଧ୍ୟ ଦକ୍ଷ କରାଯାଉଛି। ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ସ୍କୁଲ ପରିଚାଳନା ନେଇ ପ୍ରଶିକ୍ଷଣ ଦିଆଯାଉଛି। ଅତ୍ୟାଧୁନିକ ଯନ୍ତ୍ରାଂଶ ସାହାଯ୍ୟରେ ସେମାନେ କିପରି ଶିକ୍ଷାଦାନ କରିବେ ସେନେଇ ପ୍ରଶିକ୍ଷଣ ନେଉଛନ୍ତି। ଅପରପକ୍ଷେ ସ୍ମାର୍ଟ ସ୍କୁଲରେ ପଢ଼଼ିବା ପାଇଁ ପିଲାମାନଙ୍କ ମଧ୍ୟରେ ପୂର୍ବ ଅପେକ୍ଷା ଆଗ୍ରହ ବଢ଼଼ୁଛି। ଘରୋଇ ସ୍କୁଲ ଭଳି ସୁସଜ୍ଜିତ ଓ ଅତ୍ୟାଧୁନିକ ଶ୍ରେଣୀ ଗୃହ, ପାଠାଗାର ଆଦି ପିଲାଙ୍କୁ ସ୍କୁଲ ପ୍ରତି ଆକୃଷ୍ଟ କରୁଛି।

ଆହୁରି ପଢ଼ନ୍ତୁ: ଲୋକ ଭବନରେ ୨ ଆଇଆର୍‌ଏସ୍‌ ଅଧିକାରୀଙ୍କ ଉପରେ ଦୁର୍ବ୍ୟବହାର ଘଟଣା, ନିନ୍ଦା କଲା ବିଜେଡି

11 Jan 2024 By The Sakala

୪ର୍ଥ ପର୍ଯ୍ୟାୟରେ ୫ ଜିଲ୍ଲାର ୩୮୯ଟି ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ୫ଟି ଉପକ୍ରମରେ ବଦଳୁଛି ସ୍କୁଲର ଚିତ୍ର। ଶିକ୍ଷାନୁଷ୍ଠାନ ମାନଙ୍କରେ ଛାତ୍ରଛାତ୍ରୀଙ୍କୁ ଗୁଣାତ୍ମକ ଶିକ୍ଷା ସାଙ୍ଗକୁ ଯୋଗାଇ ଦିଆଯାଉଛି ହାଇଟେକ ସୁବିଧା । ଗୁରୁବାର ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟର ୩୮୯ ରୂପାନ୍ତରିତ ହାଇସ୍କୁଲର ଲୋକାର୍ପଣ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଗୁଡିକ ମଧ୍ୟରେ ରହିଛି ଗଞ୍ଜାମ ଜିଲ୍ଲାର ୧୪୯ ହାଇସ୍କୁଲ, ଝାରସୁଗୁଡ଼ାର ୧୧, ଜଗତସିଂହପୁରର ୫୭, କେନ୍ଦ୍ରାପଡ଼ାର ୧୧୨, ବରଗଡ଼ର ୬୦ ରୂପାନ୍ତରିତ ସ୍କୁଲ। ମୁଖ୍ୟମନ୍ତ୍ରୀ ଲୋକାର୍ପଣ କରିବା ପରେ ଦେଖିବାକୁ ମିଳିଛି ଖୁସିର ଲହରୀ ।

ରୂପାନ୍ତରଣ ଯୋଜନାରେ ଉନ୍ନତ ମାନର ଶିକ୍ଷାଦାନ ସହିତ ଅଭିଜ୍ଞ ଶିକ୍ଷକ, ଅତ୍ୟାଧୁନିକ ଶିକ୍ଷଣୀୟ ଉପକରଣ ଯୋଗାଇ ଦିଆଯାଉଛି। ବିଶେଷତଃ ଗୁଣାତ୍ମକ ଶିକ୍ଷା ବ୍ୟବସ୍ଥା ପାଇଁ ସମସ୍ତ ଆବଶ୍ୟକୀୟ ଉପକରଣ ସହିତ ଉତମ ଶୈକ୍ଷିକ ବାତାବାରଣ ଉପରେ ଧ୍ୟାନ ଦିଆଯାଉଛି। ଉନ୍ନତମାନର ଶ୍ରେଣୀ ଗୃହ, ଖେଳ ପଡ଼ିଆ ସହିତ ଖେଳ ସାମଗ୍ରୀ, ସ୍ମାର୍ଟ ଲାଇବ୍ରେରୀ, କମ୍ପ୍ୟୁଟର ଲ୍ୟାବ୍‍ ଆଦି ସ୍କୁଲଗୁଡ଼ିକରେ ଯୋଗାଇ ଦିଆଯାଉଛି। ପିଲାମାନେ ବହି ବଦଳରେ ଇ-କଟେଂଟ ଓ ସ୍ମାର୍ଟ କ୍ଲାସରୁମର ପ୍ରଜେକ୍ଟରରେ ପାଠ ପଢ଼଼ୁଛନ୍ତି। ସେମାନଙ୍କୁ ଗୁଣାତ୍ମକ ଶିକ୍ଷାଦାନ ଦେବା ଲାଗି ଆବଶ୍ୟକ ଥିବା ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି। ଏଥିପାଇଁ ଶିକ୍ଷକମାନଙ୍କୁ ମଧ୍ୟ ଦକ୍ଷ କରାଯାଉଛି। ବିଭାଗ ପକ୍ଷରୁ ଶିକ୍ଷକମାନଙ୍କୁ ସ୍କୁଲ ପରିଚାଳନା ନେଇ ପ୍ରଶିକ୍ଷଣ ଦିଆଯାଉଛି। ଅତ୍ୟାଧୁନିକ ଯନ୍ତ୍ରାଂଶ ସାହାଯ୍ୟରେ ସେମାନେ କିପରି ଶିକ୍ଷାଦାନ କରିବେ ସେନେଇ ପ୍ରଶିକ୍ଷଣ ନେଉଛନ୍ତି। ଅପରପକ୍ଷେ ସ୍ମାର୍ଟ ସ୍କୁଲରେ ପଢ଼଼ିବା ପାଇଁ ପିଲାମାନଙ୍କ ମଧ୍ୟରେ ପୂର୍ବ ଅପେକ୍ଷା ଆଗ୍ରହ ବଢ଼଼ୁଛି। ଘରୋଇ ସ୍କୁଲ ଭଳି ସୁସଜ୍ଜିତ ଓ ଅତ୍ୟାଧୁନିକ ଶ୍ରେଣୀ ଗୃହ, ପାଠାଗାର ଆଦି ପିଲାଙ୍କୁ ସ୍କୁଲ ପ୍ରତି ଆକୃଷ୍ଟ କରୁଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର