ଆସନ୍ତାକାଲି ଓଡ଼ିଶାରେ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ: ବୁଲୁଛି ୨୫୫ଟି ଫ୍ଲାଇଂ ସ୍କ୍ୱାଡ ଟିମ୍‌, ୨୧ ପ୍ରତିଶତ ରହିଛି ସମ୍ବେଦନଶୀଳ ବୁଥ୍

The Sakala Picture
Published On

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ। ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ କାଲି ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କୌଣସି ସ୍ଥାନରେ ମାଓବାଦୀ କାର୍ଯ୍ୟକଳାପ ନାହିଁ । ହିଂସାକାଣ୍ଡକୁ ନଜର ରଖାଯାଇଛି। ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି। ଏଥର ୧୦ ହଜାର ୮୮୨ ଟି ବୁଥ ଅଛି। ଏହା ଭିତରେ […]

ଭୁବନେଶ୍ବର: ଆସନ୍ତାକାଲି ଓଡ଼ିଶାରେ ଅନୁଷ୍ଠିତ ହେବ ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ। ଚତୁର୍ଥ ପର୍ଯ୍ୟାୟ ବା ଶେଷ ପର୍ଯ୍ୟାୟରେ ୬ ଲୋକସଭା ଓ ୪୨ ବିଧାନସଭା ଆସନରେ କାଲି ନିର୍ବାଚନ ହେବ। ଏହି ପର୍ଯ୍ୟାୟରେ କୌଣସି ସ୍ଥାନରେ ମାଓବାଦୀ କାର୍ଯ୍ୟକଳାପ ନାହିଁ । ହିଂସାକାଣ୍ଡକୁ ନଜର ରଖାଯାଇଛି। ପ୍ରଥମ ଥର ପାଇଁ ୨୫ ବର୍ଷ ପରେ ମାଓବାଦୀ ଅଞ୍ଚଳରେ ଶାନ୍ତି ଶୃଙ୍ଖଳାର ସହ ନିର୍ବାଚନ ହୋଇଛି। ଏଥର ୧୦ ହଜାର ୮୮୨ ଟି ବୁଥ ଅଛି। ଏହା ଭିତରେ ୨୧ ପ୍ରତିଶତ ବୁଥ ସମ୍ବେଦନଶୀଳ ରହିଛି। ୩୬ ହଜାର ପୋଲିସ ଫୋର୍ସ ଏହି ନିର୍ବାଚନରେ ନିୟୋଜିତ ହେବେ। ୧୨୬ କମ୍ପାନୀ ଅର୍ଦ୍ଧ ସାମରିକ ବାହିନୀ, ୮୬ ପ୍ଲାଟୁନ ଓଡିଶା ଆର୍ମଡ଼ ପୋଲିସ ରହିବେ । ବୁଥ ତଦାରଖ ପାଇଁ ୮୪୩ ଟି ମୋବାଇଲ ପେଟ୍ରୋଲିଂ ପାର୍ଟି କାମ କରୁଛି । ଜିପିଏସ ଜରିଆରେ କଣ୍ଟ୍ରୋଲ ରୁମ କୁ ମନିଟର କରିବ ପେଟ୍ରୋଲିଂ ପାର୍ଟି । ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଏସଡିପିଓ ଓ ଡିଏସ୍ପି ଦାୟିତ୍ୱରେ ରହିବେ। ସମ୍ବେଦନଶୀଳ ସ୍ଥାନରେ କୁଇକ ଆକ୍ସନ ଟିମ କାମ କରିବ। ସମ୍ବେଦନଶୀଳ ବୁଥରେ ଅର୍ଦ୍ଧ ସାମରିକ ବାହିନୀ ମୁତୟନ ହୋଇଛି। ଆଇନ ଶୃଙ୍ଖଳା ରକ୍ଷା ଓ ନିର୍ବାଚନ ପରିଚାଳନା ପାଇଁ ଜିଲ୍ଲା ସୀମାରେ ଥିବା ୨୧ ଟି ବର୍ଡର ଚେକ ପୋଷ୍ଟ ରେ କଡାକଡି ଚେକିଂ ଚାଲିଛି। ସୀମାବର୍ତ୍ତି ଚେକ ପୋଷ୍ଟ ରେ ସମସ୍ତ ଯାନବାହନକୁ ଚେକିଂ କରାଯାଉଛି ।

ଆହୁରି ପଢ଼ନ୍ତୁ: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ଆଜି ସୁପ୍ରିମକୋର୍ଟରେ ଶୁଣାଣି, ଆସିପାରେ ବଡ଼ ନିର୍ଦ୍ଦେଶ

ନିର୍ବାଚନ କମିସନଙ୍କ ନିର୍ଦ୍ଦେଶ ମୁତାବକ ୨୫୫ଟି ଫ୍ଲାଇଂ ସ୍କ୍ୱାଡ ବୁଲୁଛି। ଏହା ବ୍ୟତୀତ ୨୫୫ ଟି ଷ୍ଟାଟିକ ସର୍ଭେଲାନ୍ସ ଟିମ ପରିଭ୍ରମଣ କରୁଛି। ଏହି ୧୩ ଟି ସ୍ଥାନରେ ଇଭିଏମ ଷ୍ଟ୍ରଙ୍ଗ ରୁମ ରହିଛି। ସେଠାରେ ମଧ୍ୟ ଇନର କାର୍ଡନ ଦାୟିତ୍ୱ ରେ ଅର୍ଦ୍ଧ ସାମରିକ ବାହିନୀ କାମ କରିବ। ଆଉଟର କର୍ଡନ ଦାୟିତ୍ୱରେ ଓଡିଶା ପୋଲିସ ରହିବ। ଜାନୁଆରୀ ପ୍ରଥମ ସପ୍ତାହରୁ ଏପର୍ଯ୍ୟନ୍ତ ୫୫୫ ଟି ଆଣ୍ଟି ନକ୍ସଲ ଅପରେସନ ହୋଇଛି। ଫାୟାର ଏକ୍ସଚେଞ୍ଜ ହୋଇଛି। ଆଚରଣ ବିଧି ଉଲଂଘନ ନେଇ କେସ ହୋଇଥିବା ବେଳେ ସମୁଦାୟ ୩୬ ଟି କେସ ରୁଜୁ ହୋଇଛି । ୪୯ ଲୋକଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।

ଆହୁରି ପଢ଼ନ୍ତୁ: ଚାଷୀଙ୍କୁ ମିଳିଲା 'ସିଏମ୍ କିଷାନ' ଯୋଜନାର ୫ମ କିସ୍ତି, DBT ମାଧ୍ୟମରେ ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ୨ ହଜାର ଟଙ୍କା

ଜାନୁଆରୀ ମାସ ପ୍ରଥମ ସପ୍ତାହରୁ ଆଜି ଭିତରେ ୩୪ ହଜାର ୬୦୨ ୱାରେଣ୍ଟ ଇସ୍ୟୁ ହୋଇଛି। ୪ ହଜାର ପଳାତକଙ୍କ ବିରୋଧରେ ଲଟକା ଲାଗିଛି। ୧ ହଜାରରୁ ଉର୍ଦ୍ଧ୍ବ ବ୍ୟୁକ୍ତିଙ୍କୁ ଗିରଫ କରାଯାଇଛି। ଦଫା ୧୦୭, ୧୦୯, ୧୧୦ ଜରିଆରେ ଅଭିଯୁକ୍ତଙ୍କୁ ଦମନ କରାଯାଇଛି। ସମୁଦାୟ ୫୧ ହଜାରରୁ ଉର୍ଦ୍ଧ ପ୍ରୋସିଡୀଂ ଜାରି ହୋଇଛି। ଭୁବନେଶ୍ୱର କଟକରେ ୩ ଜଣଙ୍କୁ ତଡିପାର ଘୋଷଣା କରାଯାଇଛି । ୧୧ ଜଣଙ୍କୁ NSA ରେ ବୁକ କରାଯାଇଛି। ସ୍ପେଶାଲ ଡ୍ରାଇଭ ବଳରେ ୨୮୧ ଜଣଙ୍କ ଠାରୁ ବେଆଇନ ଅସ୍ତ୍ର ଶସ୍ତ୍ର ଜବତ କରାଯାଇଛି । ୩ ଟି ବନ୍ଧୁକ ତିଆରି ସ୍ଥାନ ଠାବ କରାଯାଇଛି। ୬ ଲକ୍ଷ ଲିଟର ମଦ ଜବତ କରାଯାଇଛି। ୨୬ ହଜାର ରୁ ଉର୍ଦ୍ଧ NDPS କେସ ହୋଇଛି। ୮୬୦ କୁଇଣ୍ଟାଲ ଗଞ୍ଜେଇ ଜବତ ହୋଇଛି । ୫ ହଜାର ଏକର ଜମି ରୁ ଗଞ୍ଜେଇ ଚାଷ ନଷ୍ଟ କରାଯାଇଛି । ୫ କେଜି ବ୍ରାଉନସୁଗର କରାଯାଇଛି । ସମୁଦାୟ ନିଶା ସାମଗ୍ରୀ ନଗତ ଟଙ୍କା ଜବତ ମୂଲ୍ୟ ଆନୁମାନିକ ୮୯ କୋଟି ହେବ। SST ପକ୍ଷରୁ ଚଢ଼ାଉ କରାଯାଇ ଗାଡି ଭିତରୁ ୬.୨୯ କୋଟିରୁ ଉର୍ଦ୍ଧ ଟଙ୍କା ବିଭିନ୍ନ ସ୍ଥାନରୁ ଜବତ କରାଯାଇଛି । ସୋସିଆଲ ମିଡିଆ ମନିଟରିଂ ସେଲ ଗଠନ କରାଯାଇ ଆପତ୍ତିଜନକ ପୋଷ୍ଟ ହଟାଯାଇଛି । ଅଭିଯୁକ୍ତଙ୍କ ବିରୋଧରେ କେସ ରୁଜୁ ହୋଇଛି। ଅବାଧ, ମୁକ୍ତ, ନିରପେକ୍ଷ ନିର୍ବାଚନ ପାଇଁ ଓଡିଶା ପୋଲିସ ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ପୋଲିସ ଡିଜିପି ।

ଆହୁରି ପଢ଼ନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ PA ପରିଚୟ ଦେଇ ୧ କୋଟି ଟଙ୍କା ଠକେଇ, ଦୀଘାରୁ ମହାଠକକୁ ଗିରଫ କଲା ପୋଲିସ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର