ରାଜ୍ୟରେ ଚାଲିଛି ଚତୁର୍ଥ ପର୍ଯ୍ୟାୟ ମତଦାନ: ଦିନ ୧୧ଟା ସୁଦ୍ଧା ୨୨.୬୪ ପ୍ରତିଶତ ଭୋଟିଂ
ଭୁବନେଶ୍ବର: ଆଜି ଓଡ଼ିଶାର ଚତୁର୍ଥ ପର୍ୟ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ୟ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ଚାଲିଥିବା ବେଳେ ଦିନ ୧୧ଟା ସୁଦ୍ଧା ୨୨.୬୪ ପ୍ରତିଶତ ମତଦାନ ହୋଇଛି। ନିର୍ବାଚନ କମିଶନଙ୍କ ୱେବସାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ, ଦିନ […]
ଭୁବନେଶ୍ବର: ଆଜି ଓଡ଼ିଶାର ଚତୁର୍ଥ ପର୍ୟ୍ୟାୟ ନିର୍ବାଚନ ପାଇଁ ଭୋଟ ଗ୍ରହଣ ଚାଲିଛି। ଏହି ପର୍ୟ୍ୟାୟରେ ୬ଟି ଲୋକସଭା କ୍ଷେତ୍ର ଯଥା ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର ଏବଂ ଏହା ଅନ୍ତର୍ଗତ ୪୨ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟର ନିଜ ପ୍ରତିନିଧି ବାଛୁଛନ୍ତି। କଡା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ଭୋଟ ଗ୍ରହଣ ଚାଲିଥିବା ବେଳେ ଦିନ ୧୧ଟା ସୁଦ୍ଧା ୨୨.୬୪ ପ୍ରତିଶତ ମତଦାନ ହୋଇଛି।
ଆହୁରି ପଢ଼ନ୍ତୁ: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଓଡ଼ିଶାର ୨ ଯୁବ ଆଥଲେଟଙ୍କ ମୃତ୍ୟୁ
ନିର୍ବାଚନ କମିଶନଙ୍କ ୱେବସାଇଟରୁ ମିଳିଥିବା ତଥ୍ୟ ଅନୁଯାୟୀ, ଦିନ ୧୧ ଟା ସୁଦ୍ଧା ଓଡ଼ିଶାରେ ୨୨.୬୪ % ମତଦାନ ହୋଇଛି। ବାଲେଶ୍ୱର ସଂସଦୀୟ କ୍ଷେତ୍ରରେ ୨୭.୬୬ ପ୍ରତିଶତ ହୋଇଥିବା ବେଳେ ଭଦ୍ରକ ୨୧.୫୦ ପ୍ରତିଶତ, ଜଗତସିଂହପୁର ୨୩.୦୧ପ୍ରତିଶତ, ଯାଜପୁର ୧୭.୧୦ ପ୍ରତିଶତ, କେନ୍ଦ୍ରାପଡା ୨୪.୦୩ ପ୍ରତିଶତ ଓ ମୟୂରଭଞ୍ଜ ସଂସଦୀୟ କ୍ଷେତ୍ରରେ ୨୨.୨୫ ପ୍ରତିଶତ ଭୋଟିଂ ହୋଇଛି।






