ଭୁବନେଶ୍ୱର: ‘ସୁଭଦ୍ରା’ ଯୋଜନାକୁ ନେଇ ଆସିଲା ବଡ ଖବର । ଫେବ୍ରୁଆରୀ ୮ରେ ମିଳିବ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଫେବୃଆରୀ ୮ରେ ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା । ଯାଜପୁରରୁ ଏହାର ଶୁଭାରମ୍ଭ ହେବ । ୩ ଓ ୪ ତାରିଖରେ ବ୍ୟାଙ୍କକୁ ଯାଇ ଏନ ପି ସି ଆଇ ଚେକ କରିପାରିବେ । ଛୋଟ ଛୋଟ ଯାହା ଅସୁବିଧା କିମ୍ବା ସମସ୍ୟା ରହିଛି ବ୍ୟାଙ୍କକୁ ଯାଇ ଆପଣ ସମାଧାନ କରିପାରିବେ । ଏହି ପର୍ଯ୍ୟାୟରେ ୨୦ ଲକ୍ଷ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବା ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ।
ଚତୁର୍ଥ ପର୍ଯ୍ୟାୟରେ ହିତାଧିକାରୀଙ୍କ ସଂଖ୍ୟା ୧ କୋଟି ଟପିପାରେ ବୋଲି କହିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏବେ ବି ଅଢେଇ ଲକ୍ଷ ହିତାଧିକାରୀଙ୍କ ଏନପିସିଆଇ ସମସ୍ୟା ଅଛି। ଏକ ଲକ୍ଷରୁ ଅଧିକ ମହିଳାଙ୍କ ଇ କେୱାଇସି ସମସ୍ୟା ରହିଛି। ୮ ତାରିଖ ପୂର୍ବରୁ ଏହାର ସମାଧାନ କଲେ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରାରେ ସାମିଲ ହୋଇପାରିବେ।