ଭୁବନେଶ୍ୱର: ଓଡ଼ିଶାରେ ପ୍ରତିଷ୍ଠା ହେବ ୫ଟି ସ୍ୱତନ୍ତ୍ର ସାଇବର କୋର୍ଟ । ଏନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ମନ୍ତ୍ରୀ କହିଛନ୍ତି କି, ସାଇବର ଅପରାଧର ତ୍ୱରିତ ବିଚାର ପାଇଁ ଖୋଲାଯିବ ଏହି ସ୍ବତନ୍ତ୍ର ସାଇବର କୋର୍ଟ । ପୀଡ଼ିତଙ୍କୁ ଶୀଘ୍ର ନ୍ୟାୟ ପ୍ରଦାନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ । ସାଇବର ଅପରାଧୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି କହିଛନ୍ତି ମନ୍ତ୍ରୀ । ବିଚାରପତିଙ୍କ ସାଇବର ଆଇନ ଓ ଟେକ୍ନୋଲୋଜି ବିଷୟରେ ବିଶେଷ ଜ୍ଞାନ ରଖିବେ । ଏହାଦ୍ୱାରା ଜଟିଳ ଡିଜିଟାଲ ପ୍ରମାଣଗୁଡ଼ିକୁ ବୁଝିବାରେ ସହଜ ହେବ । ମହିଳାଙ୍କ ପାଇଁ ସ୍ବତନ୍ତ୍ର ୭ଟି କୋର୍ଟ ଖୋଲାଯିବା ନେଇ ଯୋଜନା ରହିଛି ବୋଲି ମନ୍ତ୍ରୀ କହିଛନ୍ତି ।