ଭୁବନେଶ୍ବର: ଆଜିର ପ୍ରଶ୍ନକାଳ ସମୟରେ ରାଜ୍ୟରେ ସ୍ବାସ୍ଥ୍ୟସେବା ପ୍ରସଙ୍ଗରେ ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ କହିଛନ୍ତି ଯେ, ଖୁବ ଶୀଘ୍ର ଦୁଇଟି ପର୍ଯ୍ୟାୟରେ ୫ ହଜାର ଡାକ୍ତର ନିଯୁକ୍ତି କରିବେ ରାଜ୍ୟ ସରକାର । ପ୍ରାଥମିକତା ଦୃଷ୍ଟିରେ ରାଇରଙ୍ଗପୁରକୁ ଆଗ ଡାକ୍ତର ଦିଆଯିବ ବୋଲି ଗୃହରେ ଘୋଷଣା କରିଛନ୍ତି ସ୍ୱାସ୍ଥ୍ୟ ମନ୍ତ୍ରୀ ନିରଞ୍ଜନ ପୂଜାରୀ ।
ରାଜ୍ୟର ସରକାରୀ ମେଡିକାଲଗୁଡ଼ିକରେ ବେଡ ସଂକ୍ରାନ୍ତୀୟ ପ୍ରଶ୍ନର ଉତ୍ତରରେ ମନ୍ତ୍ରୀ କହିଥିଲେ ଯେ, ରାଜ୍ୟରେ ସରକାରୀ ଡାକ୍ତରଖାନାରେ ଶଯ୍ୟା ତୁଳନାରେ ରୋଗୀଙ୍କ ସଂଖ୍ୟା ବଢ଼ିଲେ ଅତିରିକ୍ତ ଶଯ୍ୟା ବ୍ୟବସ୍ଥା କରାଯାଉଛି। ଶଯ୍ୟା ଅଭାବରୁ କାହାକୁ ଫେରାଇ ଦିଆଯାଉ ନାହିଁ। ୨୦୧୭-୨୦୧୮ରୁ ୨୦୨୨-୨୦୨୩ ମଧ୍ୟରେ ୧୭ ହଜାର ୧୩୦ରୁ ୨୫ ହଜାର ୬୫୦ ବେଡ ବୃଦ୍ଧି କରାଯାଇଛି। ଆଗାମୀ ଆର୍ଥିକ ବର୍ଷରେ ୨୧ ହଜାର ୩୪୨ ବେଡ ବଢ଼ାଇବାକୁ ନୀତିଗତ ନିଷ୍ପତ୍ତି ହୋଇଛି।
ସେହିପରି ବର୍ତ୍ତମାନ ରାଜ୍ୟରେ ପ୍ରତି ହଜାରେ ରୋଗୀରେ ୦.୭% ଶଯ୍ୟା ଅଛି । IPHS ନିୟମ ଅନୁସାରେ ହଜାରେ ରୋଗୀରେ ଶଯ୍ୟା ସଂଖ୍ୟା ୧ ପ୍ରତିଶତ ରହିବା କଥା । ଯାହାକୁ ହାସଲ କରିବା ଦିଗରେ ରାଜ୍ୟ ସରକାର କାମ ଚଳାଇଛନ୍ତି ବୋଲି ବିଧାନସଭାରେ ସୂଚନା ଦେଇଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ନିରଞ୍ଜନ ପୂଜାରୀ