ଦୂର ହେବ କର୍ମଚାରୀ ଅଭାବ, ରାଜସ୍ବ ବିଭାଗରେ ଦିଆଯିବ ୫୦୦୦ ନୂଆ ନିଯୁକ୍ତି- ମନ୍ତ୍ରୀ ପ୍ରମିଳା ମଲ୍ଲିକ

The Sakala Picture
Published On

ଭୁବନେଶ୍ବର: ଏପ୍ରିଲରୁ ୩୧୭ ତହସିଲରେ କାର୍ଯ୍ୟକାରୀ ହେବ ଭର୍ଚୁଆଲ କୋର୍ଟ। ଆଭାସି ମାଧ୍ୟମରେ ହେବ ଜମି ଜମା ସମ୍ପର୍କିତ କେସ ଫଇସଲା। ପରୀକ୍ଷାମୂଳକ ଭାବେ ୮୦ ଟି ତହସିଲ କାର୍ଯ୍ୟାଳୟରେ ଆରମ୍ଭ ହୋଇଥିବା ବେଳେ ୩୦୦୦ ମାମଲାର ସମାଧାନ ହୋଇଛି। ବିଭାଗର କାର୍ଯ୍ୟକ୍ରମ ବାବଦରେ ସଚେତନତା ପାଇଁ ଗାଁ ଗାଁ ରେ ରାଜସ୍ବ ମେଳାର ଆୟୋଜନ କରାଯିବ। ଚଳିତବର୍ଷ ପୂରଣ ହେବ ୫୪୫ OAS/ORS ପଦବୀ। OPSC ଜରିଆରେ ଏହି ପଦବୀ ପୂରଣ କରାଯିବ। ରାଜସ୍ବ ବିଭାଗର […]

ଭୁବନେଶ୍ବର: ଏପ୍ରିଲରୁ ୩୧୭ ତହସିଲରେ କାର୍ଯ୍ୟକାରୀ ହେବ ଭର୍ଚୁଆଲ କୋର୍ଟ। ଆଭାସି ମାଧ୍ୟମରେ ହେବ ଜମି ଜମା ସମ୍ପର୍କିତ କେସ ଫଇସଲା। ପରୀକ୍ଷାମୂଳକ ଭାବେ ୮୦ ଟି ତହସିଲ କାର୍ଯ୍ୟାଳୟରେ ଆରମ୍ଭ ହୋଇଥିବା ବେଳେ ୩୦୦୦ ମାମଲାର ସମାଧାନ ହୋଇଛି। ବିଭାଗର କାର୍ଯ୍ୟକ୍ରମ ବାବଦରେ ସଚେତନତା ପାଇଁ ଗାଁ ଗାଁ ରେ ରାଜସ୍ବ ମେଳାର ଆୟୋଜନ କରାଯିବ। ଚଳିତବର୍ଷ ପୂରଣ ହେବ ୫୪୫ OAS/ORS ପଦବୀ। OPSC ଜରିଆରେ ଏହି ପଦବୀ ପୂରଣ କରାଯିବ। ରାଜସ୍ବ ବିଭାଗର କର୍ମଚାରୀ ଅଭାବ ଦୂର ପାଇଁ ୫୦୦୦ ନୂଆ ନିଯୁକ୍ତି କରାଯିବ। RI, ARI ଭଳି ବିଭିନ୍ନ ପଦବୀରେ ନିଯୁକ୍ତି ଦିଆଯିବ। ଭିତ୍ତିଭୂମି ସୁଦୃଢ଼ ଉପରେ ବିଭାଗ ଗୁରୁତ୍ଵ ଦେଉଛି। ଚଳିତ ଥର ୪୩୧ RI ଅଫିସ ନିର୍ମାଣ ପାଇଁ ବିଭାଗ ନିଷ୍ପତି ନେଇଛି।

ଆହୁରି ପଢ଼ନ୍ତୁ: ବିଶିଷ୍ଟ ସାହିତ୍ୟିକ ଡ. ଜଗନ୍ନାଥ ପ୍ରସାଦ ଦାସଙ୍କ ପରଲୋକ, କଳା ଓ ସଂସ୍କୃତିର ବଡ଼ ଗବେଷକ ଥିଲେ

ସବ ରେଜିଷ୍ଟ୍ରାର ଅଫିସରେ ଦୁର୍ନୀତି ରୋକିବାକୁ ସ୍ମାର୍ଟ ସର୍ଭିଲାନସ ବ୍ୟବସ୍ଥା କରାଯାଉଛି। ଅଡିଓ ଭିଜୁଆଲ ବ୍ୟବସ୍ଥା ରହିବ। ଏହା ସହ ଆର୍ତିଫିଶିଆଲ ଇଣ୍ଟେଲିଜେନ୍ସ ଓ କଣ୍ଟ୍ରୋଲ ରୁମ ବ୍ୟବସ୍ଥା ରହିବ। ଜମି ଚିହ୍ନଟ ଅସଙ୍ଗତି ଦୂର କରିବାକୁ ହାଇଟେକ୍ ସର୍ଭେ କରାଯିବ। ବିଭିନ୍ନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଉପରେ ବିଭାଗ ଗୁରୁତ୍ଵ ଦେଇଛି। ହସ୍ପିଟାଲରେ ନିରବିଛିନ୍ନ ବିଦ୍ୟୁତ୍ ସେବା ଯୋଗାଇ ଦେବାକୁ ପ୍ରତି ଜିଲ୍ଲା ହସ୍ପିଟାଲରେ ଅଣ୍ଡର କେବଲିଂ ବ୍ୟବସ୍ଥା କରାଯିବ। ଡିଜିଟାଲ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଆଧୁନିକିକରଣ ରେ ୨୦ ଜିଲ୍ଲା ଭଲ ପ୍ରଦର୍ଶନ କରିଥିବାରୁ ସମ୍ମାନିତ କରିବେ କେନ୍ଦ୍ର ସରକାର। ଲୋକଙ୍କୁ ତ୍ୱରିତ ସେବା ଯୋଗାଇବା ପାଇ ୫୪ ଟି ସେବାରେ ସମୟ ଅବଧି ହ୍ରାସ କରାଯାଇଛି। ମ୍ୟୁଟେଶନ, ଜାତିଗତ ପ୍ରମାଣ ପତ୍ର, ଆୟ ପ୍ରମାଣ ପତ୍ର ଭଳି ୫୪ ଟି ସେବାର ସମୟ ଅବଧି ହ୍ରାସ କରାଯାଇଛି। ବିପର୍ଯ୍ୟୟ ପରିଚାଳନାରେ ସଫଳତା ପାଇଁ ରାଜ୍ୟ ସରକାରଙ୍କୁ ସୁବାସ ଚନ୍ଦ୍ର ଆପଦା ସମ୍ମାନରେ ସମ୍ମାନିତ କରାଯିବ। ଆସନ୍ତା କାଲି ପ୍ରଧାନମନ୍ତ୍ରୀ ପୁରସ୍କୃତ କରିବେ।

ଆହୁରି ପଢ଼ନ୍ତୁ: OERCର ନୂଆ ସଦସ୍ୟ ଭାବେ ସୁଧାଂଶୁ ଶେଖର ବରପଣ୍ଡାଙ୍କୁ ନିଯୁକ୍ତ କଲେ ରାଜ୍ୟ ସରକାର

09 Mar 2023 By The Sakala

ଦୂର ହେବ କର୍ମଚାରୀ ଅଭାବ, ରାଜସ୍ବ ବିଭାଗରେ ଦିଆଯିବ ୫୦୦୦ ନୂଆ ନିଯୁକ୍ତି- ମନ୍ତ୍ରୀ ପ୍ରମିଳା ମଲ୍ଲିକ

ଭୁବନେଶ୍ବର: ଏପ୍ରିଲରୁ ୩୧୭ ତହସିଲରେ କାର୍ଯ୍ୟକାରୀ ହେବ ଭର୍ଚୁଆଲ କୋର୍ଟ। ଆଭାସି ମାଧ୍ୟମରେ ହେବ ଜମି ଜମା ସମ୍ପର୍କିତ କେସ ଫଇସଲା। ପରୀକ୍ଷାମୂଳକ ଭାବେ ୮୦ ଟି ତହସିଲ କାର୍ଯ୍ୟାଳୟରେ ଆରମ୍ଭ ହୋଇଥିବା ବେଳେ ୩୦୦୦ ମାମଲାର ସମାଧାନ ହୋଇଛି। ବିଭାଗର କାର୍ଯ୍ୟକ୍ରମ ବାବଦରେ ସଚେତନତା ପାଇଁ ଗାଁ ଗାଁ ରେ ରାଜସ୍ବ ମେଳାର ଆୟୋଜନ କରାଯିବ। ଚଳିତବର୍ଷ ପୂରଣ ହେବ ୫୪୫ OAS/ORS ପଦବୀ। OPSC ଜରିଆରେ ଏହି ପଦବୀ ପୂରଣ କରାଯିବ। ରାଜସ୍ବ ବିଭାଗର କର୍ମଚାରୀ ଅଭାବ ଦୂର ପାଇଁ ୫୦୦୦ ନୂଆ ନିଯୁକ୍ତି କରାଯିବ। RI, ARI ଭଳି ବିଭିନ୍ନ ପଦବୀରେ ନିଯୁକ୍ତି ଦିଆଯିବ। ଭିତ୍ତିଭୂମି ସୁଦୃଢ଼ ଉପରେ ବିଭାଗ ଗୁରୁତ୍ଵ ଦେଉଛି। ଚଳିତ ଥର ୪୩୧ RI ଅଫିସ ନିର୍ମାଣ ପାଇଁ ବିଭାଗ ନିଷ୍ପତି ନେଇଛି।

ସବ ରେଜିଷ୍ଟ୍ରାର ଅଫିସରେ ଦୁର୍ନୀତି ରୋକିବାକୁ ସ୍ମାର୍ଟ ସର୍ଭିଲାନସ ବ୍ୟବସ୍ଥା କରାଯାଉଛି। ଅଡିଓ ଭିଜୁଆଲ ବ୍ୟବସ୍ଥା ରହିବ। ଏହା ସହ ଆର୍ତିଫିଶିଆଲ ଇଣ୍ଟେଲିଜେନ୍ସ ଓ କଣ୍ଟ୍ରୋଲ ରୁମ ବ୍ୟବସ୍ଥା ରହିବ। ଜମି ଚିହ୍ନଟ ଅସଙ୍ଗତି ଦୂର କରିବାକୁ ହାଇଟେକ୍ ସର୍ଭେ କରାଯିବ। ବିଭିନ୍ନ ପ୍ରକଳ୍ପ ପାଇଁ ଜମି ଅଧିଗ୍ରହଣ ଉପରେ ବିଭାଗ ଗୁରୁତ୍ଵ ଦେଇଛି। ହସ୍ପିଟାଲରେ ନିରବିଛିନ୍ନ ବିଦ୍ୟୁତ୍ ସେବା ଯୋଗାଇ ଦେବାକୁ ପ୍ରତି ଜିଲ୍ଲା ହସ୍ପିଟାଲରେ ଅଣ୍ଡର କେବଲିଂ ବ୍ୟବସ୍ଥା କରାଯିବ। ଡିଜିଟାଲ ଇଣ୍ଡିଆ ଲ୍ୟାଣ୍ଡ ରେକର୍ଡ ଆଧୁନିକିକରଣ ରେ ୨୦ ଜିଲ୍ଲା ଭଲ ପ୍ରଦର୍ଶନ କରିଥିବାରୁ ସମ୍ମାନିତ କରିବେ କେନ୍ଦ୍ର ସରକାର। ଲୋକଙ୍କୁ ତ୍ୱରିତ ସେବା ଯୋଗାଇବା ପାଇ ୫୪ ଟି ସେବାରେ ସମୟ ଅବଧି ହ୍ରାସ କରାଯାଇଛି। ମ୍ୟୁଟେଶନ, ଜାତିଗତ ପ୍ରମାଣ ପତ୍ର, ଆୟ ପ୍ରମାଣ ପତ୍ର ଭଳି ୫୪ ଟି ସେବାର ସମୟ ଅବଧି ହ୍ରାସ କରାଯାଇଛି। ବିପର୍ଯ୍ୟୟ ପରିଚାଳନାରେ ସଫଳତା ପାଇଁ ରାଜ୍ୟ ସରକାରଙ୍କୁ ସୁବାସ ଚନ୍ଦ୍ର ଆପଦା ସମ୍ମାନରେ ସମ୍ମାନିତ କରାଯିବ। ଆସନ୍ତା କାଲି ପ୍ରଧାନମନ୍ତ୍ରୀ ପୁରସ୍କୃତ କରିବେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର