ରାଜ୍ୟରେ ସୁସ୍ଥ ହେଲେ ଆଉ ୫୨୩ କରୋନା ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢାଉଛି। ଏହାରି ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ଟିକେ ଆଶ୍ଵସ୍ତିକର ବିଷୟ ହୋଇଛି। ଗତ ୨୪ ଘଣ୍ଟାରେ ୧୭୮୪  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୨୩ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର […]

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢାଉଛି। ଏହାରି ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ଟିକେ ଆଶ୍ଵସ୍ତିକର ବିଷୟ ହୋଇଛି। ଗତ ୨୪ ଘଣ୍ଟାରେ ୧୭୮୪  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୫୨୩ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୧ ହଜାର ୧୨୩ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ମଙ୍ଗଳବାର ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି।

ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୮୫ ଜଣ ସୁସ୍ଥ ହୋଇଥିବା ବେଳେ, ନୂଆପଡ଼ାରୁ ୭୪ ଜଣ, କଳାହାଣ୍ଡିରୁ ୫୧, ଝାରସୁଗୁଡ଼ାରୁ ୪୮, ଖୋର୍ଦ୍ଧାରୁ ୩୬, ଗଞ୍ଜାମରୁ ୨୯, ସମ୍ବଲପୁରରୁ ୨୭ ଜଣ ସୁସ୍ଥ ହୋଇଛନ୍ତି । ସେହିପରି କଟକରୁ ୨୨, ବଲାଙ୍ଗିର ଓ କେନ୍ଦୁଝରରୁ ୧୮ ଜଣ ଲେଖାଏଁ, ବାଲେଶ୍ବରରୁ ୧୫, ମୟୂରଭଞ୍ଜ ଓ ପୁରୀରୁ ୧୪ ଜଣ ଲେଖାଏଁ, ଯାଜପୁରରୁ ୧୩, କୋରାପୁଟରୁ ୭, ବରଗଡ଼, ଭଦ୍ରକ, ଜଗତସିଂହପୁର, ନବରଙ୍ଗପୁର ଓ ରାୟଗଡ଼ାରୁ ୫ ଜଣ ଲେଖାଏଁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।


ଏସବୁ ଜିଲ୍ଲାକୁ ବାଦଦେଲେ କନ୍ଧମାଳରୁ ୪ ଜଣ, ଅନୁଗୁଲ ଓ ଗଜପତିରୁ ୩ ଜଣ ଲେଖାଏଁ, ଢ଼େଙ୍କାନାଳ, କେନ୍ଦ୍ରାପଡ଼ା ଓ ସୋନପୁରରୁ ୨ ଜଣ ଲେଖାଏଁ, ଦେବଗଡ଼ ଓ ନୟାଗଡ଼ରୁ ଜଣେ ଲେଖାଏଁ ଓ ଷ୍ଟେଟ୍ ପୁଲରୁ ୯ ଜଣ ସୁସ୍ଥ ହୋଇଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ଏ ପର୍ଯ୍ୟନ୍ତ ରାଜ୍ୟରେ ସୁସ୍ଥ ହେଲେଣି ୩ ଲକ୍ଷ ୪୧ ହଜାର ୧୨୩ ଜଣ କରୋନା ଆକ୍ରାନ୍ତ ।

About The Author: The Sakala