ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ

The Sakala Picture
Published On

ପୁରୀ: ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ପ୍ରଥମେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ପରେ ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି 5T ଅଧ୍ୟକ୍ଷ । ସେହିପରି ସେହି ରାସ୍ତା ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ […]

ପୁରୀ: ପୁରୀ ଗସ୍ତ କରି ମହାପ୍ରଭୁଙ୍କୁ ଦର୍ଶନ କରିବା ସହ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ତଦାରଖ କରିଛନ୍ତି 5T ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ। ପ୍ରଥମେ ପରିକ୍ରମା ପ୍ରକଳ୍ପ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ଅଧ୍ୟକ୍ଷ । ପରେ ଶ୍ରୀଜଗନ୍ନାଥ ବଲ୍ଲଭ କମ୍ପ୍ଲେକ୍ସ ଠାରୁ ଶ୍ରୀମନ୍ଦିର ଦୋଳବେଦୀ କୋଣକୁ ସଂଯୋଗ ପାଇଁ ନୂତନ ରାସ୍ତାର ଜମି ଅଧିଗ୍ରହଣ ସମ୍ପର୍କରେ ମଧ୍ୟ ଆଲୋଚନା କରିଛନ୍ତି 5T ଅଧ୍ୟକ୍ଷ ।

ଆହୁରି ପଢ଼ନ୍ତୁ: ଆଜି ଗୁରୁ ଦିବସ; ଭାରତୀୟ ସଂସ୍କୃତିରେ ଗୁରୁ-ଶିଷ୍ୟ ପରମ୍ପରା ଅକ୍ଷୁର୍ଣ୍ଣ ଓ ପବିତ୍ର

ସେହିପରି ସେହି ରାସ୍ତା ନିର୍ମାଣ କାର୍ଯ୍ୟ ବୁଲି ଦେଖିବା ସହ ମ୍ୟାପକୁ ମଧ୍ୟ ଅନୁଧ୍ୟାନ କରିଛନ୍ତି। ରାସ୍ତା ପାଇଁ ଯେଉଁ ଜମି ଅଧିଗ୍ରହଣ ହେବ ସେସବୁ ସ୍ଥାନକୁ ବୁଲି ଦେଖିବା ସହ କାର୍ଯ୍ୟ ଶେଷ ନେଇ ଅଧିକାରୀଙ୍କ ସହ ଆଲୋଚନା କରିଥିଲେ କାର୍ତ୍ତିକ ପାଣ୍ଡିଆନ। ପୁରୀ ଜିଲ୍ଲାପାଳ, ଏସପି, ଉପଜିଲ୍ଲାପାଳଙ୍କ ସମେତ ଅନ୍ୟାନ୍ୟ ବିଭାଗୀୟ ଅଧିକାରୀ ଓ ନିର୍ମାଣକାରୀ ସଂସ୍ଥାର ଅଧିକାରୀ ଉପସ୍ଥିତ ରହି ଚାଲିଥିବା କାର୍ଯ୍ୟ ବାବଦରେ ସୂଚନା ଦେଇଥିଲେ।

ଆହୁରି ପଢ଼ନ୍ତୁ: ବିଜେପି ସରକାରଙ୍କ ଅଢେଇ ବର୍ଷର ଶାସନରେ ରାଜ୍ୟର ଶିକ୍ଷା ବ୍ୟବସ୍ଥା ଭୁଶୁଡିବା ସ୍ଥିତିରେ ପହଞ୍ଚିଛି: ବିଜେଡି

ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶରେ 5T ତଥା ନବୀନ ଓଡ଼ିଶା ଅଧ୍ୟକ୍ଷ ଭି କେ ପାଣ୍ଡିଆନ ଆଜି ପ୍ରତ୍ୟୁଷରୁ ପୁରୀ ଶ୍ରୀମନ୍ଦିର ପରିଦର୍ଶନ କରି ପରିକ୍ରମା ପ୍ରକଳ୍ପ ସମୀକ୍ଷା କରିବା ସହିତ ଭକ୍ତ ମାନଙ୍କ ସୁବ୍ୟବସ୍ଥିତ ଦର୍ଶନ, ଭିଡ଼ ନିୟନ୍ତ୍ରଣ, ଓ ଶୃଙ୍ଖଳିତ ଦର୍ଶନ ପାଇଁ ଦିଗରେ ପଦକ୍ଷେପ ନେବା ସହିତ ମଠ ଗୁଡିକର ପୁନରୁଦ୍ଧାର କାମ, ଲ୍ୟାଣ୍ଡସ୍କେପିଙ୍ଗ କାମ ତ୍ୱରାନ୍ୱିତ କରିବା ପାଇଁ ପାଇଁ ନିର୍ଦ୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଘରୋଇ ଇଞ୍ଜିନିୟରିଂ କଲେଜ ହଷ୍ଟେଲରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ତଦନ୍ତ ଜାରି

ଆଜି ପ୍ରତ୍ୟୁଷ ୫ଟା ଠାରୁ ୭ଟା ପର୍ଯ୍ୟନ୍ତ ସେ ସମୀକ୍ଷା କରିଥିଲେ ଓ ସମଗ୍ର ପରିକ୍ରମା ପ୍ରକଳ୍ପ ଅଞ୍ଚଳ ବୁଲି ଦେଖିବା ସହ ଭକ୍ତମାନଙ୍କ ସହ ମଧ୍ୟ ଆଲୋଚନା କରିଥିଲେ ।

ଏହି ସମୀକ୍ଷା ଅବସରରେ ପାଣ୍ଡିଆନ୍ ଦୋଳବେଦି ଅଞ୍ଚଳର ତ୍ଵରିତ ବିକାଶ ଏମାର ମଠ, ପଞ୍ଜାବୀ ମଠ ଆଦିର ପୁନରୁଦ୍ଧାର ସହିତ ପରିକ୍ରମା ପ୍ରକଳ୍ପ ସମ୍ମୁଖ ଭାଗର ପେଣ୍ଟିଙ୍ଗ କାମ ଆଗେଇ ନେବାକୁ ପରାମର୍ଶ ଦେଇଥିଲେ। ଏହା ସହିତ ଭକ୍ତମାନଙ୍କ ସ୍ବଚ୍ଛନ୍ଦ ଦର୍ଶନ ପାଇଁ ମରୀଚିକୋଟ ଛକଠାରୁ ଧାଡ଼ି ଆରମ୍ଭ ସହିତ ସିଂହଦ୍ଵାର ଠାରୁ ମରୀଚିକୋଟ ଛକ ପର୍ଯ୍ୟନ୍ତ ବଡ଼ଦାଣ୍ଡର ଉଭୟ ପାର୍ଶ୍ଵରୁ ଭେଣ୍ଡିଂ ଜୋନ୍ ହଟାଇ ଅନ୍ୟତ୍ର ଥଇଥାନ କରିବା ପାଇଁ ପାଣ୍ଡିଆନ୍ ପରାମର୍ଶ ଦେଇଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର