ଭୋରରୁ ପୁରୀ ଗସ୍ତକରି ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ

The Sakala Picture
Published On

ପୁରୀ: ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବରିଷ୍ଠ ଅଧିକାରୀ ମାନେ ବିଭିନ୍ନ ଦ୍ୱାରରେ ଲାଗିବାକୁ ଥିବା ନାମ ଫଳକ ଓ ଭିନ୍ନ ଭିନ୍ନ ରଙ୍ଗର […]

ପୁରୀ: ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବରିଷ୍ଠ ଅଧିକାରୀ ମାନେ ବିଭିନ୍ନ ଦ୍ୱାରରେ ଲାଗିବାକୁ ଥିବା ନାମ ଫଳକ ଓ ଭିନ୍ନ ଭିନ୍ନ ରଙ୍ଗର ସାଇନେଜ ବ୍ୟବସ୍ଥା ସମ୍ପର୍କରେ 5T ଅଧ୍ୟକ୍ଷଙ୍କୁ ଅବଗତ କରାଇଥିଲେ ।

ଆହୁରି ପଢ଼ନ୍ତୁ: ଆମେରିକା ଆକ୍ରମଣରେ ଇରାନର ‘IRIS Dena’ ଧ୍ୱଂସ: ଶ୍ରୀଲଙ୍କା ନିକଟରେ ଅନ୍ୟ ଏକ ଇରାନୀ ଜାହାଜର ଜରୁରୀ ସହାୟତା ଲୋଡ଼ା

ଶ୍ରୀମନ୍ଦିର ଚାରିପଟେ ସୌନ୍ଦର୍ଯ୍ୟକରଣ ନେଇ ବିଶେଷ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ସ୍ବତନ୍ତ୍ର ଆଲୋକୀକରଣ ନେଇ ନିଆଯାଇଥିବା ପଦକ୍ଷେପ ଉପରେ ମଧ୍ୟ ପାଣ୍ଡିଆନ ଅବଗତ ହୋଇଥିଲେ । ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ କରିଥିଲେ 5T ଅଧ୍ୟକ୍ଷ । ବୈଠକରେ ପ୍ରକଳ୍ପ କାର୍ଯ୍ୟ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ ।

ଆହୁରି ପଢ଼ନ୍ତୁ: ଓଡ଼ିଶାରେ ହୋଲି ବେଳେ ବଡ଼ ଅଘଟଣ: ଗାଧୋଇବା ବେଳେ ପାଣିରେ ବୁଡ଼ି ୯ ମୃତ, ଜଣେ ନିଖୋଜ

ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଜିଲ୍ଲାପାଳ, ପୁରୀ ଏସପିଙ୍କ ସମେତ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ । ଦିନକୁ ଦିନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଶ୍ରୀମନ୍ଦିରରେ ବଢୁଥିବା ବେଳେ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ କିପରି ହୋଇପାରିବ ତାହା ଉପରେ ମ୍ୟାତନ୍ତ୍ର ମ୍ୟାପ ପ୍ରସ୍ତୁତ କରାଯାଇ ପଦକ୍ଷେପ ନେବାକୁ 5T ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ । ବୈଠକ ଶେଷ ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିଥିଲେ 5T ଅଧ୍ୟକ୍ଷ ।

ଆହୁରି ପଢ଼ନ୍ତୁ: ରାସ୍ତା କଡ ବୁଦା ଭିତରୁ ଯୁବତୀଙ୍କ ସନ୍ଦେହଜନକ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

11 Nov 2023 By The Sakala

ଭୋରରୁ ପୁରୀ ଗସ୍ତକରି ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ 5T ଅଧ୍ୟକ୍ଷ ଭିକେ ପାଣ୍ଡିଆନ

ପୁରୀ: ପୁରୀରେ ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିଛନ୍ତି 5T ତଥା ନବୀନ ଓଡ଼ିଶାର ଅଧ୍ୟକ୍ଷ ଭି.କେ ପାଣ୍ଡିଆନ । ଆଜି ସକାଳୁ ପୁରୀ ଆସି ପ୍ରଥମେ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟର ସମୀକ୍ଷା କରିଥିଲେ । ନିର୍ଦ୍ଧାରିତ ସମୟ ମଧ୍ୟରେ ପ୍ରକଳ୍ପ କାର୍ଯ୍ୟ ଶେଷ କରିବାକୁ ନିର୍ମାଣକାରୀ ସଂସ୍ଥାର ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ପ୍ରକଳ୍ପ କାର୍ଯ୍ୟ ସମ୍ପର୍କରେ ବରିଷ୍ଠ ଅଧିକାରୀ ମାନେ ବିଭିନ୍ନ ଦ୍ୱାରରେ ଲାଗିବାକୁ ଥିବା ନାମ ଫଳକ ଓ ଭିନ୍ନ ଭିନ୍ନ ରଙ୍ଗର ସାଇନେଜ ବ୍ୟବସ୍ଥା ସମ୍ପର୍କରେ 5T ଅଧ୍ୟକ୍ଷଙ୍କୁ ଅବଗତ କରାଇଥିଲେ ।

ଶ୍ରୀମନ୍ଦିର ଚାରିପଟେ ସୌନ୍ଦର୍ଯ୍ୟକରଣ ନେଇ ବିଶେଷ ବ୍ୟବସ୍ଥା ଗ୍ରହଣ କରାଯିବା ସହିତ ସ୍ବତନ୍ତ୍ର ଆଲୋକୀକରଣ ନେଇ ନିଆଯାଇଥିବା ପଦକ୍ଷେପ ଉପରେ ମଧ୍ୟ ପାଣ୍ଡିଆନ ଅବଗତ ହୋଇଥିଲେ । ପରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଏକ ବୈଠକ କରିଥିଲେ 5T ଅଧ୍ୟକ୍ଷ । ବୈଠକରେ ପ୍ରକଳ୍ପ କାର୍ଯ୍ୟ ଓ ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥା ଉପରେ ଆଲୋଚନା କରିଥିଲେ ।

ବୈଠକରେ କେନ୍ଦ୍ରାଞ୍ଚଳ ଆଇଜି, ପୁରୀ ଜିଲ୍ଲାପାଳ, ପୁରୀ ଏସପିଙ୍କ ସମେତ ଉପଜିଲ୍ଲାପାଳ ଓ ଶ୍ରୀମନ୍ଦିର ନୀତି ପ୍ରଶାସକ ଓ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀ ସାମିଲ ହୋଇଥିଲେ । ଦିନକୁ ଦିନ ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭିଡ଼ ଶ୍ରୀମନ୍ଦିରରେ ବଢୁଥିବା ବେଳେ, ଭିଡ଼ ନିୟନ୍ତ୍ରଣ ଓ ଶୃଙ୍ଖଳିତ ଦର୍ଶନ କିପରି ହୋଇପାରିବ ତାହା ଉପରେ ମ୍ୟାତନ୍ତ୍ର ମ୍ୟାପ ପ୍ରସ୍ତୁତ କରାଯାଇ ପଦକ୍ଷେପ ନେବାକୁ 5T ଅଧ୍ୟକ୍ଷ ନିର୍ଦ୍ଦେଶ ଦେଇଥିଲେ । ବୈଠକ ଶେଷ ପରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରି ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରିଥିଲେ 5T ଅଧ୍ୟକ୍ଷ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର