‘୫‌-ଟି’ ସ୍କୁଲ ରୂପାନ୍ତରଣର ଦ୍ବିତୀୟ ପର୍ଯ୍ୟାୟ: ଆଉ ୫ ଜିଲ୍ଲାର ୪୯୦ଟି ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ବର : ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିବା ସହିତ ଆମର ଆତ୍ମବିଶ୍ବାସ ମଧ୍ୟ ବୃଦ୍ଧି ପାଇଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତିି। ସେମାନେ କହିଛନ୍ତି ଯେ ନୂତନ ଆଧୁନିକ ସୁବିଧା ସହିତ ସ୍କୁଲକୁ ନୂଆ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍‌ ସୁବିଧା ଆମର ପାଠପଢାକୁ ସହଜ କରିଛି । […]

ଭୁବନେଶ୍ବର : ସ୍କୁଲ ରୂପାନ୍ତର କାର୍ଯ୍ୟକ୍ରମରେ ବିଦ୍ୟାଳୟ ଗୁଡିକର କାୟାକଳ୍ପ ପିଲାମାନଙ୍କ ମାନସିକତା ଉପରେ ମଧ୍ୟ ସକାରାତ୍ମକ ପ୍ରଭାବ ପକାଇଛି । ସ୍କୁଲର ଆଧୁନିକ ସୁବିଧା ସୁଯୋଗ ଯୋଗୁ ପାଠ ପଢିବାକୁ ଆଗ୍ରହ ମଧ୍ୟ ବଢିବା ସହିତ ଆମର ଆତ୍ମବିଶ୍ବାସ ମଧ୍ୟ ବୃଦ୍ଧି ପାଇଛି ବୋଲି ପିଲାମାନେ ମତବ୍ୟକ୍ତ କରିଛନ୍ତିି। ସେମାନେ କହିଛନ୍ତି ଯେ ନୂତନ ଆଧୁନିକ ସୁବିଧା ସହିତ ସ୍କୁଲକୁ ନୂଆ ରାସ୍ତା, ମାଗଣା ବିଜୁଳି ଓ ଇଣ୍ଟରନେଟ୍‌ ସୁବିଧା ଆମର ପାଠପଢାକୁ ସହଜ କରିଛି । ସଫଳତା ଏବେ ହାତ ମୁଠାରେ ବୋଲି ପିଲାମାନେ କହିଛନ୍ତି।

ଆହୁରି ପଢ଼ନ୍ତୁ: ରାଜ୍ୟରେ ଲଗାଣ ବର୍ଷା ଜାରି: ଆଜି ଅତି ପ୍ରବଳ ବର୍ଷା ହେବା ନେଇ ଆଶଙ୍କା

ଆହୁରି ପଢ଼ନ୍ତୁ: ଓଡ଼ିଶା ଲୋକଭବନକୁ 'ପ୍ଲାଟିନମ୍ ଗ୍ରୀନ୍‌ ବିଲ୍ଡିଂ' ମାନ୍ୟତା, ଦେଶର ପ୍ରଥମ ଲୋକଭବନ ଭାବେ ମିଳିଲା ଏହି ସମ୍ମାନଜନକ ପ୍ରମାଣପତ୍ର

 

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଆଜି ଦ୍ବିତୀୟ ପର୍ଯ୍ୟାୟର ଚତୁର୍ଥ ଦିବସରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରୂପାନ୍ତରିତ ସ୍କୁଲକୁ ଲୋକାର୍ପିତ କରି ପିଲାମାନଙ୍କ ସହିତ କଥାବାର୍ତ୍ତା କରିବା ସମୟରେ ପିଲାଙ୍କ ଖୁସି ଓ ମନୋଭାବରୁ ଏହା ସ୍ପଷ୍ଟ ଜଣାଯାଇଛି । ସମସ୍ତେ ସ୍କୁଲର ନୂଆ ପରିବେଶରେ ବେସ୍‌ ଖୁସି ହେବା ସହିତ ନିଜ ନିଜର ଭବିଷ୍ୟତକୁ ନେଇ ଗଭୀର ଆତ୍ମବିଶ୍ବାସର ସହ ନିଜର ଭାବନାକୁ ପ୍ରକାଶ କରିଛନ୍ତି।ଏହି ଅବସରରେ ଆଲୋଚନାରେ ଭାଗ ନେଇ କେନ୍ଦ୍ରାପଡାରୁ ଅନନ୍ୟା, କଟକରୁ ସାନିୟା, କଳାହାଣ୍ଡିରୁ ଶିବାନୀ, ଝାରସୁଗୁଡାକୁ ପ୍ରଭାସିନୀ ଓ ବରଗଡରୁ ପରିଣୀତା ଆଦି ଛାତ୍ରଛାତ୍ରୀ ସେମାନଙ୍କ ବକ୍ତବ୍ୟ ରେ ସ୍କୁଲ ରୂପାନ୍ତର ଦ୍ୱାରା ସଫଳତା ଏବେ ସେମାନଙ୍କ ହାତ ମୁଠାରେ ବୋଲି ମତ ଦେଇଥିଲେ।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୫ଟି ଜିଲ୍ଲାର ୪୯୦ଟି ସ୍କୁଲକୁ ଲୋକାର୍ପିତ କରିଛନ୍ତି। କେନ୍ଦ୍ରାପଡା ଜିଲ୍ଲାର ୯୫ଟି ହାଇସ୍କୁଲ, କଟକର ୧୩୫ଟି, କଳାହାଣ୍ଡିର ୧୦୦ଟି, ଝାରସୁଗୁଡାର ୭୦ଟି ଓ ବରଗଡର ୯୦ଟି ହାଇସ୍କୁଲ ଲୋକାର୍ପିତ ହୋଇଛି । ସୂଚନାଯୋଗ୍ୟ ଯେ ଦ୍ବିତୀୟ ପର୍ଯ୍ୟାୟରେ ସମୁଦାୟ ୨୯୦୮ଟି ହାଇସ୍କୁଲର ରୂପାନ୍ତର ହୋଇଛି। ଏହି ଅବସରରେ ପିଲାମାନଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍କୁଲ ଆଜି ଯେଉଁ ନୂଆ ରୂପ ନେଇଛି, ତାହା ପିଲାମାନଙ୍କ ଭିତରେ ଆନନ୍ଦ ଓ ଉତ୍ସାହ ଭରି ଦେଇଛି । ଏହା ସେମାନଙ୍କ ମଧ୍ୟରେ ନୂଆ ଆଶା ଓ ସଂକଳ୍ପ ସୃଷ୍ଟି କରିଛି ।ସ୍କୁଲ ରୂପାନ୍ତର ପିଲାଙ୍କ ସ୍ବପ୍ନ ଓ ସଫଳତା ମଧ୍ୟ୍ୟରେ ସେତୁ ପରି ହୋଇଛି। ସ୍କୁଲ ସମୟ ଜୀବନର ଶ୍ରେଷ୍ଠ ସମୟ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏ ରୂପାନ୍ତର ଆମର ପିଲାମାନଙ୍କୁ ଶ୍ରେଷ୍ଠ କରି ଗଢିତୋଳିବା ପାଇଁ ସୁଯୋଗ ସୃଷ୍ଟି କରିଛି । ଏହି ସୁଯୋଗ ର ଉପଯୋଗ କରି ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇ ଥିଲେ।

ପ୍ରତ୍ୟେକ ପିଲା ସ୍ବତନ୍ତ୍ର ଏବଂ ତା ଭିତରେ ଭରି ରହିଛି ବିପୁଳ ସମ୍ଭାବନା । ପିଲାଙ୍କ ଆଖିରେ ଥାଏ ସୁନ୍ଦର ଭବିଷ୍ୟତର ସ୍ବପ୍ନ। ଜୀବନରେ କିଛି ବଡ କରିବାର ସ୍ବପ୍ନ। ସ୍କୁଲ ରୂପାନ୍ତର ପିଲାମାନଙ୍କ ଏ ସ୍ବପ୍ନରେ ଡେଣା ଯୋଡିପାରିଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏହା ପିଲାମାନଙ୍କ ପାଇଁ ନୂଆ ସୁଯୋଗ ଆଣିଛି । ତେଣୁ ଆତ୍ମବିଶ୍ୱାସ ର ସହ ଆଗକୁ ବଢିବାକୁ ମୁଖ୍ୟମନ୍ତ୍ରୀ ପିଲାମାନଙ୍କୁ ପରାମର୍ଶ ଦେଇଥିଲେ. ପିଲାମାନଙ୍କ ସ୍ବପ୍ନ ସାକାର ହେଲେ, ନୂଆ ଓଡିଶାର ଲକ୍ଷ୍ୟ ପୂରଣ ହେବ ଓ ନୂଆ ଓଡିଶା ଗଠନର ଭିତ୍ତି ସ୍ଥାପିତ ହେବ। ଶିକ୍ଷା ହିଁ ଜୀବନରେ ସବୁଠାରୁ ବଡ ରୂପାନ୍ତର ଆଣିଥାଏ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଜୀବନର ଏ ଗୁରୁତ୍ବପୂର୍ଣ୍ଣ ସମୟକୁ ଠିକ୍‌ ଭାବରେ ଉପଯୋଗ କର ଏବଂ ନିଜପାଇଁ, ନିଜ ପରିବାର ପାଇଁ ଓ ପ୍ରିୟ ଓଡିଶା ପାଇଁ ନୂଆ ପରିଚୟ ସୃଷ୍ଟି କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଥିଲେ।ପିଲାମାନଙ୍କୁ ୫-ଟି ମହତ୍ତ୍ବ ବିଷୟରେ ବୁଝାଇ ମୁଖ୍ୟମନ୍ତ୍ରୀ କହିଲେ ଯେ ଟେକ୍ନୋଲୋଜି, ଟିମୱାର୍କ, ଟାଇମ ବା ସମୟ ଏବଂ ଟ୍ରାନ୍ସପ୍ୟାରେନ୍ସି ବା ସ୍ବଚ୍ଛତାର ପ୍ରୟୋଗରେ ଆସେ ରୂପାନ୍ତର ।

ଟେକ୍ନୋଲୋଜି ଦ୍ବାରା ସେମାନଙ୍କ ସ୍କୁଲରେ ସ୍ମାର୍ଟ କ୍ଲାସ ରୁମ୍, ଇ-ଲାଇବ୍ରେରୀ, କମ୍ପୁଟର, ଆଧୁନିକ ପରୀକ୍ଷାଗାର ଆଦିର ବ୍ୟବସ୍ଥା ହେବା ସହିତ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ସୁବିଧା କରାଗଲା । ସେହିପରି ଟିମ୍ୱାର୍କରେ ପଞ୍ଚାୟତ ପ୍ରତିନିଧି, ସ୍କୁଲ ପରିଚାଳନା କମିଟି, ଶିକ୍ଷକ, ପୁରାତନ ଛାତ୍ର ଓ ପ୍ରଶାସନ ଆଦି ସମସ୍ତେ ମିଳିମିଶି ଏ ରୂପାନ୍ତର କାମରେ ସାମିଲ ହୋଇଛନ୍ତି । ସେହିପରି ଟାଇମ ବା ସମୟକୁ ଗୁରୁତ୍ବ ଦିଆଯାଇ ଧାର୍ଯ୍ୟ ଲକ୍ଷ୍ୟ ଅନୁସାରେ ଠିକ୍‌ ସମୟରେ କାର୍ଯ୍ୟ ଶେଷ ହୋଇଛି । ସେହିପରି ଟ୍ରାନ୍‌ସପ୍ୟାରେନ୍‌ସି ବା ସ୍ବଚ୍ଛତାର ପ୍ରୟୋଗ କରାଯାଇ ସବୁ କାମ ସମସ୍ତଙ୍କ ସହ ଆଲୋଚନା କରି କରାଯାଇଛି। ଭିଜନ ଡକ୍ୟୁମେଣ୍ଟ ଠାରୁ ଆରମ୍ଭ କରି କାମ ତଦାରଖ ପର୍ଯ୍ୟନ୍ତ ସମସ୍ତଙ୍କ ଜ୍ଞାତସାରରେ ସବୁ କାର୍ଯ୍ୟ ହୋଇଛି। ଏହି ସ୍ବଚ୍ଛତା ହେଉଛି ୫-ଟି କାର୍ଯ୍ୟକ୍ରମର ବଡ ଶକ୍ତି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ଏସବୁ ମିଶି ରୂପାନ୍ତର ଆସିଛି ବୋଲି ସେ ମତବ୍ୟକ୍ତ କରିଥିଲେ ।ଏ ରୂପାନ୍ତର ସଫଳତା ପାଇଁ ମୁଖ୍ୟମନ୍ତ୍ରୀ ସ୍କୁଲ ମ୍ୟାନେଜମେଣ୍ଟ କମିଟି, ପଞ୍ଚାୟତ ପ୍ରତିନିଧି, ପୁରାତନ ଛାତ୍ର ସଂସଦ, ଶିକ୍ଷକ ଶିକ୍ଷୟତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଜଣାଇଥିଲ।


ଏହି କାର୍ଯ୍ୟକ୍ରମ ରେ ଅଂଶ ଗ୍ରହଣ କରି ମନ୍ତ୍ରୀ ନବକିଶେର ଦାସ, ବିଧାୟକ  ଧ୍ରୁବ ଚରଣ ସାହୁ, ବିଧାୟକ  ଦେବୀପ୍ରସାଦ ମିଶ୍ର,କଳାହାଣ୍ଡି ଜିଲ୍ଲା ପରିଷଦ ସଭାପତି  ପୁଷ୍ପେନ୍ଦ୍ର ସିଂହଦେଓ ଓ ବିଧାୟକ  ଦେବେଶ ଆଚାର୍ଯ୍ୟ ପ୍ରମୁଖ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ ଙ୍କ 5T କାର୍ଯ୍ୟକ୍ରମ ଶିକ୍ଷା କ୍ଷେତ୍ରରେ ଓଡିଶାକୁ ଶ୍ରେଷ୍ଠ କରି ଗଢ଼ିତୋଳିବ ବୋଲି ମତ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ 5T ଶ୍ରୀ ଭି କେ ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ଶାସନ ସଚିବ  ସୁରେଶ ମହାପାତ୍ର ଓ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀ ସ୍ବାଗତ ଭାଷଣ ଦେଇଥିଲେ ଏବଂ ଓସେପାର ପ୍ରକଳ୍ପ ନିର୍ଦ୍ଦେଶକ ଧନ୍ୟବାଦ ଦେଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର