ଟ୍ୱିନ୍ ସିଟିରେ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ସମୀକ୍ଷା, ସ୍ଥିତି ପରଖିଲେ ମୁଖ୍ୟ ଶାସନ ସଚିବ ଏବଂ 5T ସଚିବଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ

ଭୁବନେଶ୍ୱର: ରାଜଧାନୀରେ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ସମୀକ୍ଷା। ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଭୁବନେଶ୍ୱର ବିମାନ ବନ୍ଦର ଛକରୁ ଆରମ୍ଭ ହୋଇଛି ସଚିବ ସ୍ତରୀୟ କମିଟିର ଫିଲଡ୍ ଭିଜିଟ । 5T ସଚିବ ଭିକେ ପାଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି […]

ଭୁବନେଶ୍ୱର: ରାଜଧାନୀରେ ମେଟ୍ରୋ ଟ୍ରେନ ଚଳାଚଳ ପାଇଁ ସମୀକ୍ଷା। ଭୁବନେଶ୍ୱର ଓ କଟକ ମଧ୍ୟରେ ପ୍ରସ୍ତାବିତ ମେଟ୍ରୋ ଟ୍ରେନ୍ ଚଳାଚଳ ପାଇଁ ଆରମ୍ଭ ହେଲା ପ୍ରକ୍ରିୟା । ଭୁବନେଶ୍ୱର ବିମାନ ବନ୍ଦର ଛକରୁ ଆରମ୍ଭ ହୋଇଛି ସଚିବ ସ୍ତରୀୟ କମିଟିର ଫିଲଡ୍ ଭିଜିଟ । 5T ସଚିବ ଭିକେ ପାଣ୍ଡିଆନଙ୍କ ସମେତ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା, ମନୋଜ ମିଶ୍ର, ଉଷା ପାଢ଼ୀ, ଅନୁ ଗର୍ଗ, ନଗର ଉନ୍ନୟନ ବିଭାଗ ପ୍ରମୁଖ ସଚିବ ଜି ମାଥିଭାଥନାନ, ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ପ୍ରମୁଖ ଉପସ୍ଥିତ ଥିଲେ। ଭୋର ୪ଟା ୩୦ମିନିଟ ସମୟରେ ଭୁବନେଶ୍ୱର ବିମାନବନ୍ଦର ଛକରୁ ଶିଶୁଭବନ ଛକ, ରାଜମହଲ ଛକ, ମାଷ୍ଟର କ୍ୟାଣ୍ଟିନ, ବାଣୀବିହାର ଛକ, ଜୟଦେବବିହାର ଦେଇ କଳିଙ୍ଗ ହସ୍ପିଟାଲ ଛକ, ପଟିଆ, ନନ୍ଦନକାନନ ଛକ ଦେଇ ତ୍ରିଶୂଳିଆ ଛକରେ ପହଞ୍ଚିଥିଲେ ବରିଷ୍ଠ ଅଧିକାରୀମାନେ ।

ରାସ୍ତାରେ ବିଭିନ୍ନ ସ୍ଥାନରେ ସରଜମିନ ସ୍ଥିତି ଅନୁଧ୍ୟାନ କରିଥିଲେ ଟିମ୍ ସଦସ୍ୟ । ଦୈତ ନଗରୀ ଭୁବନେଶ୍ୱର ଓ କଟକ ମଧ୍ୟରେ ମେଟ୍ରୋ ଟ୍ରେନ୍ ଚଳାଚଳ ହେଲେ କେଉଁଠି କି ପ୍ରକାର ସମସ୍ୟା ରହିବ ତାହାର କିଭଳି ସ୍ଥାୟୀ ପ୍ରତିକାର କରାଯିବ, ସରକାରୀ ଜମି କେତେ ଅଛି, କେତେ ଜମି ଅଧିଗ୍ରହଣ କରିବାକୁ ହେବ, ଟ୍ରାଫିକ ସମସ୍ୟା କିଭଳି ଉପୁଜିବ ନାହିଁ ସେଥିପାଇଁ କେଉଁ କେଉଁ ସ୍ଥାନରେ ଭୂତଳ ବା ଅଣ୍ଡର ଗ୍ରାଉଣ୍ଡ ବ୍ୟବସ୍ଥା କରିବାକୁ ହେବ। ସମ୍ପୂର୍ଣ୍ଣ ମେଟ୍ରୋ ବ୍ୟବସ୍ଥା କେତେ ଦୂରତା ବିଶିଷ୍ଟ ହେବ ସେ ସମସ୍ତ ଦିଗକୁ ନେଇ ଗ୍ରାଉଣ୍ଡ ଜିରୋରେ ମ୍ୟାପ୍ ସହ ଆଲୋଚନା କରାଯାଇଛି । ତ୍ରିଶୂଳିଆ ଛକରେ କଟକ ଜିଲ୍ଲାପାଳ ଓ ସିଏମସି କମିଶନର ସାମିଲ ହୋଇଥିଲେ। ପରେ ଟିମ୍ ମଧୁପୁର ଓ ସତ୍ୟଭାମାପୁର ଗସ୍ତ କରିଥିଲେ । ମଧୁସୂଦନ ଦାସଙ୍କ ଜନ୍ମପୀଠରେ ମାଲ୍ୟାର୍ପଣ କରିବା ସହ ପୀଠ ସମ୍ପର୍କରେ ବୁଝିଲେ । ସ୍ଥାନୀୟ ଅଧିକାରୀମାନେ ପୀଠର ନକ୍ସା ଦେଖାଇବା ସହ ସଚିବଙ୍କ ସହ ଆଲୋଚନା କରିଥିଲେ । କଟକ ଜିଲ୍ଲାପାଳ ଓ ଅନ୍ୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

About The Author: The Sakala