ପାଇଲଟ୍ ହେବାର ସ୍ୱପ୍ନ ଦେଖୁଥିବା ସୁନ୍ଦରଗଡ଼ର ଛାତ୍ରୀ ଭୂମିକାଙ୍କୁ ପ୍ରେରଣା ଦେବାକୁ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ ପଠାଇଲେ ‘୫ଟି’ ସଚିବ

The Sakala Picture
Published On

ସୁନ୍ଦରଗଡ଼: ‘‘ସେଦିନ ଭର୍ଚୁଆଲ ମିଟିଙ୍ଗ୍ ବେଳେ ୫ଟି ସଚିବ ପାଣ୍ଡିଆନ୍ ସାର୍ ଆମ ପିଲାମାନଙ୍କୁ ସେମାନଙ୍କ କ୍ୟାରିୟର ସ୍ୱପ୍ନ ବିଷୟରେ ପଚାରୁଥିଲେ। ଭବିଷ୍ୟତରେ ପାଇଲଟ୍ ହେବା ପାଇଁ ଲକ୍ଷ୍ୟ ରଖିଛି ବୋଲି ମୁଁ ତାଙ୍କୁ କହିଥିଲି। ଏହା ଶୁଣି ସେ ମୋ’ ପାଇଁ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ ପଠାଇବେ ବୋଲି କହିଥିଲେ। ଆଜି ତାହା ପାଇ ମୁଁ ବହୁତ ଖୁସି’’, କହିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ହେମଗିର ବ୍ଲକ ଡୁଡୁକା ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ରୀ ଭୂମିକା […]

ସୁନ୍ଦରଗଡ଼: ‘‘ସେଦିନ ଭର୍ଚୁଆଲ ମିଟିଙ୍ଗ୍ ବେଳେ ୫ଟି ସଚିବ ପାଣ୍ଡିଆନ୍ ସାର୍ ଆମ ପିଲାମାନଙ୍କୁ ସେମାନଙ୍କ କ୍ୟାରିୟର ସ୍ୱପ୍ନ ବିଷୟରେ ପଚାରୁଥିଲେ। ଭବିଷ୍ୟତରେ ପାଇଲଟ୍ ହେବା ପାଇଁ ଲକ୍ଷ୍ୟ ରଖିଛି ବୋଲି ମୁଁ ତାଙ୍କୁ କହିଥିଲି। ଏହା ଶୁଣି ସେ ମୋ’ ପାଇଁ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ ପଠାଇବେ ବୋଲି କହିଥିଲେ। ଆଜି ତାହା ପାଇ ମୁଁ ବହୁତ ଖୁସି’’, କହିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ହେମଗିର ବ୍ଲକ ଡୁଡୁକା ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ରୀ ଭୂମିକା ପ୍ରଧାନ।

ଆହୁରି ପଢ଼ନ୍ତୁ: ଜନଗଣନା-୨୦୨୭ ପାଇଁ ରାଜସ୍ବ ବିଭାଗର SOP ଜାରି, ଗଣନାକାରୀ ସରକାରୀ ପରିଚୟପତ୍ର ପିନ୍ଧିବା ଜରୁରୀ

ଆହୁରି ପଢ଼ନ୍ତୁ: ଚିଲିକା ନଳବଣରେ ଭୟାବହ ଅଗ୍ନିକାଣ୍ଡ: ୬ ଦିନ ହେଲା ଜଳୁଛି ନିଆଁ, ବିଦେଶାଗତ ପକ୍ଷୀଙ୍କ ଜୀବନ ସଙ୍କଟରେ

ସୁନ୍ଦରଗଡ଼ ଜିଲ୍ଲାରେ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ସମ୍ପର୍କରେ ନିକଟରେ ହୋଇଥିବା ଭର୍ଚୁଆଲ ଆଲୋଚନା ବେଳେ ୫ଟି ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଜିଲ୍ଲାର ଛାତ୍ରଛାତ୍ରୀମାନଙ୍କ ସହ ସିଧାସଳଖ କଥା ହୋଇଥିଲେ। ୧୩ଟି ବ୍ଲକର ବିଭିନ୍ନ ହାଇସ୍କୁଲରୁ ଆସିଥିବା ପିଲାମାନେ ନିଜ ନିଜର କ୍ୟାରିୟର ସ୍ୱପ୍ନ ବିଷୟରେ ତାଙ୍କୁ କହିଥିଲେ। ଏହି ଅବସରରେ ପାଇଲଟ୍ ହେବାକୁ ସ୍ୱପ୍ନ ଦେଖୁଥିବା ଛାତ୍ରୀ ଭୂମିକା ପ୍ରଧାନଙ୍କୁ ୫ଟି ସଚିବ ଏକ ପ୍ରେରଣାଦାୟୀ ବହି ପଠାଇବେ ବୋଲି କହିଥିଲେ।

ଆହୁରି ପଢ଼ନ୍ତୁ: ସୁନ୍ଦରପଦା ଆଜାଦନଗର ବିସ୍ଫୋରଣ ଘଟଣା: କ୍ୟାପିଟାଲ ହସ୍ପିଟାଲରେ NIA ଟିମର ତଦନ୍ତ

ଦୁଃସାହସୀ ପାଇଲଟ୍ ଏବଂ ବିଶିଷ୍ଟ ରାଜନୀତିଜ୍ଞ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ଜୀବୀନୀ ଉପରେ ଆଧାରିତ ଏକ ଲୋକପ୍ରିୟ କମିକ୍ ପୁସ୍ତକ ‘ଦ ଆଡଭେଞ୍ଚରସ୍ ଅଫ୍ ଦ ଡେୟାରଡେଭିଲ ଡେମୋକ୍ରାଟ୍’। ୫ଟି ସଚିବ ଏହି ବହିଟିକୁ ଛାତ୍ରୀ ଭୂମିକାଙ୍କ ପାଇଁ ପଠାଇଛନ୍ତି। ମଙ୍ଗଳବାର ଦିନ ସୁନ୍ଦରଗଡ଼ଠାରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଭୂମିକାଙ୍କୁ ଏହା ପ୍ରଦାନ କରିଥିଲେ। ଏହି ବହିଟି ଭୂମିକାଙ୍କ ପାଇଁ ପ୍ରେରଣା ହେବ ବୋଲି ଜିଲ୍ଲାପାଳ ଆଶା ବ୍ୟକ୍ତ କରିଛନ୍ତି।

ଭୂମିକା ତାଙ୍କ ବାପା ଥିପେନ୍ଦ୍ର ପ୍ରଧାନଙ୍କ ସହ ଆସି ଜିଲ୍ଲାପାଳଙ୍କଠାରୁ ଏହି ବହିଟି ଗ୍ରହଣ କରିଥିଲେ। ଏହି ପ୍ରେରଣାଦାୟୀ ପଦକ୍ଷେପ ପାଇଁ ଭୂମିକା ଓ ତାଙ୍କ ବାପା ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ପୁସ୍ତକ ପ୍ରଦାନ ସମୟରେ ସୁନ୍ଦରଗଡ଼ଠାରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୈରବ ସିଂହ ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପଧାନ ଓ ଡୁଡୁକା ହାଇସ୍କୁଲର ପ୍ରଧାନ ଶିକ୍ଷକ ଦିନେଶ ଚନ୍ଦ୍ର ପଟେଲ ଉପସ୍ଥିତ ଥିଲେ।

ତୃତୀୟ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାରେ ୪୪ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ କରାଯାଉଛି। ଏହା ମଧ୍ୟରେ ହେମଗିର ବ୍ଲକର ଡୁଡୁକା ହାଇସ୍କୁଲ ରହିଛି। ପୂର୍ବବର୍ତ୍ତୀ ଦୁଇଟି ପର୍ଯ୍ୟାୟରେ ୨୪୭ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ ଶେଷ ହୋଇଛି। ପ୍ରତିଟି ରୂପାନ୍ତରିତ ସ୍କୁଲରେ ସ୍ମାର୍ଟ କ୍ଲାସରୁମ, ଆଧୁନିକ ବିଜ୍ଞାନାଗାର, ଇ-ପାଠାଗାର, ଉନ୍ନତ ଖେଳପଡ଼ିଆ ଇତ୍ୟାଦି କରାଯାଉଛି। ଏହି ରୂପାନ୍ତରିତ ଭିତ୍ତିଭୂମି ଓ ପରିବେଶ ପିଲାମାନଙ୍କ ଭବିଷ୍ୟତର ଲକ୍ଷ୍ୟ ପୂରଣ କରିବାରେ ବିଶେଷ ସହାୟକ ହେବ।

28 Sep 2022 By The Sakala

ପାଇଲଟ୍ ହେବାର ସ୍ୱପ୍ନ ଦେଖୁଥିବା ସୁନ୍ଦରଗଡ଼ର ଛାତ୍ରୀ ଭୂମିକାଙ୍କୁ ପ୍ରେରଣା ଦେବାକୁ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ ପଠାଇଲେ ‘୫ଟି’ ସଚିବ

ସୁନ୍ଦରଗଡ଼: ‘‘ସେଦିନ ଭର୍ଚୁଆଲ ମିଟିଙ୍ଗ୍ ବେଳେ ୫ଟି ସଚିବ ପାଣ୍ଡିଆନ୍ ସାର୍ ଆମ ପିଲାମାନଙ୍କୁ ସେମାନଙ୍କ କ୍ୟାରିୟର ସ୍ୱପ୍ନ ବିଷୟରେ ପଚାରୁଥିଲେ। ଭବିଷ୍ୟତରେ ପାଇଲଟ୍ ହେବା ପାଇଁ ଲକ୍ଷ୍ୟ ରଖିଛି ବୋଲି ମୁଁ ତାଙ୍କୁ କହିଥିଲି। ଏହା ଶୁଣି ସେ ମୋ’ ପାଇଁ ବିଜୁ ପଟ୍ଟନାୟକଙ୍କ ଜୀବନୀ ପୁସ୍ତକ ପଠାଇବେ ବୋଲି କହିଥିଲେ। ଆଜି ତାହା ପାଇ ମୁଁ ବହୁତ ଖୁସି’’, କହିଛନ୍ତି ସୁନ୍ଦରଗଡ଼ ଜିଲ୍ଲା ହେମଗିର ବ୍ଲକ ଡୁଡୁକା ହାଇସ୍କୁଲର ଦଶମ ଶ୍ରେଣୀର ଛାତ୍ରୀ ଭୂମିକା ପ୍ରଧାନ।

ସୁନ୍ଦରଗଡ଼ ଜିଲ୍ଲାରେ ହାଇସ୍କୁଲ ରୂପାନ୍ତରଣ କାର୍ଯ୍ୟକ୍ରମ ସମ୍ପର୍କରେ ନିକଟରେ ହୋଇଥିବା ଭର୍ଚୁଆଲ ଆଲୋଚନା ବେଳେ ୫ଟି ସଚିବ ଭି କାର୍ତ୍ତିକେୟନ୍ ପାଣ୍ଡିଆନ୍ ଜିଲ୍ଲାର ଛାତ୍ରଛାତ୍ରୀମାନଙ୍କ ସହ ସିଧାସଳଖ କଥା ହୋଇଥିଲେ। ୧୩ଟି ବ୍ଲକର ବିଭିନ୍ନ ହାଇସ୍କୁଲରୁ ଆସିଥିବା ପିଲାମାନେ ନିଜ ନିଜର କ୍ୟାରିୟର ସ୍ୱପ୍ନ ବିଷୟରେ ତାଙ୍କୁ କହିଥିଲେ। ଏହି ଅବସରରେ ପାଇଲଟ୍ ହେବାକୁ ସ୍ୱପ୍ନ ଦେଖୁଥିବା ଛାତ୍ରୀ ଭୂମିକା ପ୍ରଧାନଙ୍କୁ ୫ଟି ସଚିବ ଏକ ପ୍ରେରଣାଦାୟୀ ବହି ପଠାଇବେ ବୋଲି କହିଥିଲେ।

ଦୁଃସାହସୀ ପାଇଲଟ୍ ଏବଂ ବିଶିଷ୍ଟ ରାଜନୀତିଜ୍ଞ ସ୍ୱର୍ଗତଃ ବିଜୁ ପଟ୍ଟନାୟକଙ୍କ ଜୀବୀନୀ ଉପରେ ଆଧାରିତ ଏକ ଲୋକପ୍ରିୟ କମିକ୍ ପୁସ୍ତକ ‘ଦ ଆଡଭେଞ୍ଚରସ୍ ଅଫ୍ ଦ ଡେୟାରଡେଭିଲ ଡେମୋକ୍ରାଟ୍’। ୫ଟି ସଚିବ ଏହି ବହିଟିକୁ ଛାତ୍ରୀ ଭୂମିକାଙ୍କ ପାଇଁ ପଠାଇଛନ୍ତି। ମଙ୍ଗଳବାର ଦିନ ସୁନ୍ଦରଗଡ଼ଠାରେ ଜିଲ୍ଲାପାଳ ଡାକ୍ତର ପରାଗ ହର୍ଷଦ ଗାଭାଲି ଭୂମିକାଙ୍କୁ ଏହା ପ୍ରଦାନ କରିଥିଲେ। ଏହି ବହିଟି ଭୂମିକାଙ୍କ ପାଇଁ ପ୍ରେରଣା ହେବ ବୋଲି ଜିଲ୍ଲାପାଳ ଆଶା ବ୍ୟକ୍ତ କରିଛନ୍ତି।

ଭୂମିକା ତାଙ୍କ ବାପା ଥିପେନ୍ଦ୍ର ପ୍ରଧାନଙ୍କ ସହ ଆସି ଜିଲ୍ଲାପାଳଙ୍କଠାରୁ ଏହି ବହିଟି ଗ୍ରହଣ କରିଥିଲେ। ଏହି ପ୍ରେରଣାଦାୟୀ ପଦକ୍ଷେପ ପାଇଁ ଭୂମିକା ଓ ତାଙ୍କ ବାପା ମାନ୍ୟବର ମୁଖ୍ୟମନ୍ତ୍ରୀ ଓ ୫ଟି ସଚିବଙ୍କୁ ଧନ୍ୟବାଦ ଜଣାଇଛନ୍ତି।

ପୁସ୍ତକ ପ୍ରଦାନ ସମୟରେ ସୁନ୍ଦରଗଡ଼ଠାରେ ଜିଲ୍ଲା ପରିଷଦର ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଭୈରବ ସିଂହ ପଟେଲ, ଜିଲ୍ଲା ଶିକ୍ଷା ଅଧିକାରୀ ଅମୂଲ୍ୟ କୁମାର ପଧାନ ଓ ଡୁଡୁକା ହାଇସ୍କୁଲର ପ୍ରଧାନ ଶିକ୍ଷକ ଦିନେଶ ଚନ୍ଦ୍ର ପଟେଲ ଉପସ୍ଥିତ ଥିଲେ।

ତୃତୀୟ ପର୍ଯ୍ୟାୟରେ ସୁନ୍ଦରଗଡ଼ ଜିଲ୍ଲାରେ ୪୪ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ କରାଯାଉଛି। ଏହା ମଧ୍ୟରେ ହେମଗିର ବ୍ଲକର ଡୁଡୁକା ହାଇସ୍କୁଲ ରହିଛି। ପୂର୍ବବର୍ତ୍ତୀ ଦୁଇଟି ପର୍ଯ୍ୟାୟରେ ୨୪୭ଟି ସରକାରୀ ହାଇସ୍କୁଲର ରୂପାନ୍ତରଣ ଶେଷ ହୋଇଛି। ପ୍ରତିଟି ରୂପାନ୍ତରିତ ସ୍କୁଲରେ ସ୍ମାର୍ଟ କ୍ଲାସରୁମ, ଆଧୁନିକ ବିଜ୍ଞାନାଗାର, ଇ-ପାଠାଗାର, ଉନ୍ନତ ଖେଳପଡ଼ିଆ ଇତ୍ୟାଦି କରାଯାଉଛି। ଏହି ରୂପାନ୍ତରିତ ଭିତ୍ତିଭୂମି ଓ ପରିବେଶ ପିଲାମାନଙ୍କ ଭବିଷ୍ୟତର ଲକ୍ଷ୍ୟ ପୂରଣ କରିବାରେ ବିଶେଷ ସହାୟକ ହେବ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର