ଯାତ୍ରୀମାନଙ୍କୁ ପରିବାରର ଲୋକ ଭଳି ବ୍ୟବହାର କରିବାକୁ ଲକ୍ଷ୍ମୀ ବସ୍‌ କର୍ମଚାରୀଙ୍କୁ 5T ସଚିବଙ୍କ ପରାମର୍ଶ

The Sakala Picture
Published On

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି ।  ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ । ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ ।  ଏହି […]

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି ।  ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ ।

ଆହୁରି ପଢ଼ନ୍ତୁ:  ଆସନ୍ତା ୨୮ରେ ୧୫୮ତମ ବାର୍ ଆସୋସିଏସନ୍ ନିର୍ବାଚନ: ମତାଧିକାର ସାବ୍ୟସ୍ତ କରିବେ ୩୮ ହଜାରରୁ ଅଧିକ ଭୋଟର

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ ।  ଏହି ଜିଲ୍ଲା ଗୁଡିକ ହେଲା – ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ।  ଚଳିତ ମାସ ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ।  ଲକ୍ଷ୍ମୀ ଯୋଜନାରେ ବସ୍‌ ଗୁଡିକ ପଞ୍ଚାୟତରୁ ବ୍ଲକ୍‌ ଓ ବ୍ଲକ୍‌ରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି ।

ଆହୁରି ପଢ଼ନ୍ତୁ: ଦରଦାମ ବୃଦ୍ଧି ଓ ଏଲପିଜି ମହଙ୍ଗା ପ୍ରତିବାଦରେ ମାଷ୍ଟର କ୍ୟାଣ୍ଟିନ ଛକରେ ବିଜେଡିର ଗର୍ଜନ

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ କଂଗ୍ରେସର ହ୍ବିପ୍ ଜାରି: ୧୩ରୁ ୧୬ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର ନ ଛାଡ଼ିବାକୁ ନିର୍ଦ୍ଦେଶ

କର୍ମଚାରୀ ମାନଙ୍କୁ ସମ୍ବୋଧନ କରି  5T ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର।  ତେଣୁ ଲୋକମାନଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ଆମର ପ୍ରଥମ ଦାୟିତ୍ବ ହେବା ଉଚିତ। ଏହି ବସ୍‌ ଯୋଜନାରେ ଛୋଟ ପିଲା ଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ ଶକ୍ତି ମା ମାନେ, ସମସ୍ତେ ଉପକୃତ ହେବେ । ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ । ଚାଷୀ ତାର ଉତ୍ପାଦିତ ଦ୍ରଦ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ। ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ। ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ। ମିଶନ ଶକ୍ତି ମା ମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟତ କରିବା ସହଜ ହେବ।

ଶ୍ରୀ ପାଣ୍ଡିଆନ ପୁଣି କହିଥିଲେ ଯେ, ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ । ତେଣୁ ଏହି ପରିବହନ ସେବା ଗାଁ ଗାଁରେ ସମୃଦ୍ଧି ଆଣିବ। ଅର୍ଥନୈତିକ ବିକାଶକୁ ସୁନିଶ୍ଚିତ କରିବ। ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ । ତେଣୁ ବସ୍‌ର କର୍ମଚାରୀ ମାନେ ଯାତ୍ରୀମାନଙ୍କୁ ସେମାନଙ୍କ ନିଜ ପରିବାରର ସଦସ୍ୟ ଭାବେ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଥିଲେ। ଏଥିରେ ସେ ୩-ଏସ୍‌ ଉପରେ ଗୁରୁତ୍ବ ଦେଇଥିଲେ । ଏହି ତିନୋଟି ଏସ୍‌ ହେଲା – ସୁରକ୍ଷା, ସୁବିଧା ଓ ସମ୍ମାନ। ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକ ଯେପରି ସମ୍ମାନର ସହିତ ଯାତାୟତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀ ମାନଙ୍କ କର୍ତ୍ତବ୍ୟ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ଆଲୋଚନା ପରେ ସମସ୍ତ କର୍ମଚାରୀମାନେ 5T ସଚିବଙ୍କୁ ଧନ୍ୟବାଦ ଜଣାଇଥିଲେ।

09 Oct 2023 By The Sakala

ଯାତ୍ରୀମାନଙ୍କୁ ପରିବାରର ଲୋକ ଭଳି ବ୍ୟବହାର କରିବାକୁ ଲକ୍ଷ୍ମୀ ବସ୍‌ କର୍ମଚାରୀଙ୍କୁ 5T ସଚିବଙ୍କ ପରାମର୍ଶ

ଭୁବନେଶ୍ବର : ମୁଖ୍ୟମନ୍ତ୍ରୀଙ୍କ ସଚିବ (5T) ଭି.କେ. ପାଣ୍ଡିଆନ ଆଜି ଲକ୍ଷ୍ମୀ ଯୋଜନାର ବସ୍‌ କର୍ମଚାରୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କୁ ନିଃସ୍ବାର୍ଥପର ସେବା ଯୋଗାଇ ଦେବାକୁ ପରାମର୍ଶ ଦେଇଛନ୍ତି ।  ଏହି ଆଲୋଚନାରେ ବସ୍‌ ଡ୍ରାଇଭର, କଣ୍ଡକ୍ଟର ଓ ମ୍ୟାନେଜର ମାନଙ୍କୁ ମିଶାଇ ୬୫୦ ଜଣ କର୍ମଚାରୀ ଯୋଗ ଦେଇଥିଲେ ।

ସୂଚନାଯୋଗ୍ୟ ଯେ ପ୍ରଥମ ପର୍ଯ୍ୟାୟରେ ଦକ୍ଷିଣାଞ୍ଚଳର ୬ଟି ଜିଲ୍ଲାରେ ଲକ୍ଷ୍ମୀ ବସ୍‌ ଯୋଜନାରେ ବସ୍‌ ଚଳାଚଳ ଆରମ୍ଭ କରିବ ।  ଏହି ଜିଲ୍ଲା ଗୁଡିକ ହେଲା – ମାଲକାନଗିରି, ନବରଙ୍ଗପୁର, କୋରାପୁଟ, ରାୟଗଡା, ଗଜପତି ଓ କନ୍ଧମାଳ।  ଚଳିତ ମାସ ୧୨ ତାରିଖ ଦିନ ମୁଖ୍ୟମନ୍ତ୍ରୀ ମାଲକାନଗିରି ଜିଲ୍ଲା ପାଇଁ ଏହି ଯୋଜନାର ଶୁଭାରମ୍ଭ କରିବେ।  ଲକ୍ଷ୍ମୀ ଯୋଜନାରେ ବସ୍‌ ଗୁଡିକ ପଞ୍ଚାୟତରୁ ବ୍ଲକ୍‌ ଓ ବ୍ଲକ୍‌ରୁ ଜିଲ୍ଲା ମୁଖ୍ୟାଳୟ ପର୍ଯ୍ୟନ୍ତ ଚାଲିବା ପାଇଁ ଯୋଜନା ରହିଛି ।

କର୍ମଚାରୀ ମାନଙ୍କୁ ସମ୍ବୋଧନ କରି  5T ସଚିବ ଶ୍ରୀ ପାଣ୍ଡିଆନ କହିଥିଲେ ଯେ ଯୋଗାଯୋଗ ହେଉଛି ଅର୍ଥନୈତିକ ଓ ସାମାଜିକ ଉନ୍ନତିର ମୌଳିକ ଆଧାର।  ତେଣୁ ଲୋକମାନଙ୍କୁ ଉଚ୍ଚମାନର ସେବା ଯୋଗାଇ ଦେବା ଆମର ପ୍ରଥମ ଦାୟିତ୍ବ ହେବା ଉଚିତ। ଏହି ବସ୍‌ ଯୋଜନାରେ ଛୋଟ ପିଲା ଠାରୁ ଆରମ୍ଭ କରି ଚାଷୀ, ବ୍ୟବସାୟୀ, ମିଶନ ଶକ୍ତି ମା ମାନେ, ସମସ୍ତେ ଉପକୃତ ହେବେ । ସ୍କୁଲ କଲେଜର ପିଲାମାନେ ସେମାନଙ୍କ ଶିକ୍ଷାନୁଷ୍ଠାନକୁ ଯାଇପାରିବେ । ଚାଷୀ ତାର ଉତ୍ପାଦିତ ଦ୍ରଦ୍ୟକୁ ନେଇ ବଜାରରେ ବିକ୍ରିବଟା କରିପାରିବ। ବ୍ୟବସାୟୀମାନେ ସୁରୁଖୁରୁରେ ବ୍ୟବସାୟ କରିପାରିବେ। ରୋଗୀମାନେ ଡାକ୍ତରଖାନାରେ ସୁବିଧାରେ ପହଞ୍ଚିପାରିବେ। ମିଶନ ଶକ୍ତି ମା ମାନେ ମଧ୍ୟ ସେମାନଙ୍କ କାର୍ଯ୍ୟ ପାଇଁ ଯାତାୟତ କରିବା ସହଜ ହେବ।

ଶ୍ରୀ ପାଣ୍ଡିଆନ ପୁଣି କହିଥିଲେ ଯେ, ଲକ୍ଷ୍ମୀ ସମୃଦ୍ଧିର ପ୍ରତୀକ । ତେଣୁ ଏହି ପରିବହନ ସେବା ଗାଁ ଗାଁରେ ସମୃଦ୍ଧି ଆଣିବ। ଅର୍ଥନୈତିକ ବିକାଶକୁ ସୁନିଶ୍ଚିତ କରିବ। ଗ୍ରାମାଞ୍ଚଳ କ୍ଷେତ୍ରକୁ ରୂପାନ୍ତରିତ କରିବ । ତେଣୁ ବସ୍‌ର କର୍ମଚାରୀ ମାନେ ଯାତ୍ରୀମାନଙ୍କୁ ସେମାନଙ୍କ ନିଜ ପରିବାରର ସଦସ୍ୟ ଭାବେ ବ୍ୟବହାର କରିବାକୁ ସେ ପରାମର୍ଶ ଦେଇଥିଲେ। ଏଥିରେ ସେ ୩-ଏସ୍‌ ଉପରେ ଗୁରୁତ୍ବ ଦେଇଥିଲେ । ଏହି ତିନୋଟି ଏସ୍‌ ହେଲା – ସୁରକ୍ଷା, ସୁବିଧା ଓ ସମ୍ମାନ। ସମସ୍ତଙ୍କ ସୁରକ୍ଷା, ଯାତ୍ରୀଙ୍କ ସୁବିଧା ଓ ପ୍ରତ୍ୟେକ ଯେପରି ସମ୍ମାନର ସହିତ ଯାତାୟତ କରିବେ, ସେଥିପ୍ରତି ଧ୍ୟାନ ଦେବା ହେଉଛି କର୍ମଚାରୀ ମାନଙ୍କ କର୍ତ୍ତବ୍ୟ ବୋଲି ଶ୍ରୀ ପାଣ୍ଡିଆନ କହିଥିଲେ । ଆଲୋଚନା ପରେ ସମସ୍ତ କର୍ମଚାରୀମାନେ 5T ସଚିବଙ୍କୁ ଧନ୍ୟବାଦ ଜଣାଇଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର