ସକାଳ ୯ଟା ସୁଦ୍ଧା ରାଜ୍ୟରେ ଭୋଟ୍ ହାର ୬.୯୯ ପ୍ରତିଶତ, ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ

The Sakala Picture
Published On

ଭୁବନେଶ୍ବର : ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଏହି ପର୍ଯ୍ୟାୟରେ ରାଜ୍ୟର ୫ ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନ ପାଇଁ ଭୋଟରମାନେ ମତଦାନ କରୁଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ୯ ଟା ସୁଦ୍ଧା ୬.୯୯ ପ୍ରତିଶତ ଭୋଟିଂ ହୋଇଛି।  ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ତଥ୍ୟ ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଓଡ଼ିଶାରେ ୬.୯୯ ପ୍ରତିଶତ ମତଦାନ ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ […]

ଭୁବନେଶ୍ବର : ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଏହି ପର୍ଯ୍ୟାୟରେ ରାଜ୍ୟର ୫ ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନ ପାଇଁ ଭୋଟରମାନେ ମତଦାନ କରୁଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ୯ ଟା ସୁଦ୍ଧା ୬.୯୯ ପ୍ରତିଶତ ଭୋଟିଂ ହୋଇଛି।  ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ତଥ୍ୟ ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଓଡ଼ିଶାରେ ୬.୯୯ ପ୍ରତିଶତ ମତଦାନ ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୯.୮୬ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ଆସ୍କା ସଂସଦୀୟ କ୍ଷେତ୍ରରେ ୭.୬୨ ପ୍ରତିଶତ, ବରଗଡରେ ୯.୩୨ ପ୍ରତିଶତ, ବଲାଙ୍ଗୀରରେ ୫.୭୬ପ୍ରତିଶତ, କନ୍ଧମାଳରେ ୬.୭୯ ପ୍ରତିଶତ, ସୁନ୍ଦରଗଡରେ ୪.୮୯ ପ୍ରତିଶତ ମତଦାନ ହୋଇଛି।

ଆହୁରି ପଢ଼ନ୍ତୁ: ପୁଲିସରେ ଅଭିଯୋଗ କଲେ ବୋଲି ଦିବ୍ୟାଙ୍ଗ ଦୁଷ୍କର୍ମ ପୀଡ଼ିତାଙ୍କୁ କଙ୍ଗାରୁ କୋର୍ଟରେ ବାସନ୍ଦ

ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା କ୍ଷେତ୍ର ଏବଂ ଏହା ଅଧିନରେ ଆସୁଥିବା ୩୫ ବିଧାନସଭା ଆସନ ପାଇଁ ମତଦାନ ହେଉଛି। ୫ ଲୋକସଭା କ୍ଷେତ୍ର ପାଇଁ ମୋଟ ୪୦ ଜଣ ପ୍ରାର୍ଥୀ ଥିବାବେଳେ ୩୫ଟି ବିଧାନସଭା ଆସନ ପାଇଁ ମୋଟ ୨୬୫ ଜଣ ପ୍ରାର୍ଥୀ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ଏହି ପର୍ଯ୍ୟାୟରେ ମୋଟ ୭୯,୬୯,୮୮୭ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ। ମତଦାନ ପ୍ରକ୍ରିୟାରେ ୬୦ ହଜାରରୁ ଉଦ୍ଧ୍ୱର୍ ପୋଲିଂ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ମତଦାନ ପାଇଁ ୯୧୪୮ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ରକୁ ମିଶାଇ ମୋଟ ୯୧୬୨ ମତଦାନ କେନ୍ଦ୍ର ରହିଛି। ସୁରକ୍ଷା ଦୃଷ୍ଟିକୋଣରୁ ୧୬୮୯ଟି ମତଦାନ କେନ୍ଦ୍ରରେ ଅପରାହ୍ନ ୪ଟା ସୁଦ୍ଧା ଭୋଟଗ୍ରହଣ ସରିବ। ସେହିପରି ୫ଟା ସୁଦ୍ଧା ୯୩୩ କେନ୍ଦ୍ରରେ ମତଦାନ ସରିବାକୁ ଥିବାବେଳେ ସନ୍ଧ୍ୟା ୬ଟା ସୁଦ୍ଧା ୬୫୪୦ଟି କେନ୍ଦ୍ରରେ ଭୋଟଗ୍ରହଣ ଶେଷ ହେବ। ସଂପୂର୍ଣ୍ଣ ସୁରକ୍ଷିତ ପରିବେଶ ମଧ୍ୟରେ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବିଜେପିର ଦଳୀୟ ଶୋଭାଯାତ୍ରାରେ ଶିଶୁ ସାମିଲ ହେବା ଘଟଣା: କାର୍ଯ୍ୟାନୁଷ୍ଠାନ ପାଇଁ ଶିଶୁ ସୁରକ୍ଷା ଅଧିକାର ଆୟୋଗର
ହସ୍ତକ୍ଷେପ ଲୋଡ଼ିଲା ବିଜେଡି

ଏହି ପର୍ଯ୍ୟାୟରେ ମୋଟ ୧୦୨ କମ୍ପାନୀ ସିଏପିଏଫ୍‌ (ସେଣ୍ଟ୍ରାଲ ଆର୍ମଡ୍‌ ପୋଲିସ ଫୋର୍ସ) ନିୟୋଜିତ ହୋଇଛନ୍ତି। କନ୍ଧମାଳରେ ସର୍ବାଧିକ ୨୨ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହେବାକୁ ଥିବାବେଳେ ଗଞ୍ଜାମରେ ୨୦ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହୋଇଛନ୍ତି।ଅପରପକ୍ଷେ ରାଜ୍ୟ ପୁଲିସର ମଧ୍ୟ ୩୩ ହଜାର ପୁଲିସ ବାହିନୀ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି।

ଆହୁରି ପଢ଼ନ୍ତୁ: ପାଠ୍ୟପୁସ୍ତକରେ ବ୍ୟାପକ ତ୍ରୁଟି ମାମଲା: ପୂର୍ବତନ SCERT ନିର୍ଦ୍ଦେଶକ ମନୋଜ ପାଢ଼ୀଙ୍କୁ ଗିରଫ କଲା କ୍ରାଇମବ୍ରାଞ୍ଚ

20 May 2024 By The Sakala

ସକାଳ ୯ଟା ସୁଦ୍ଧା ରାଜ୍ୟରେ ଭୋଟ୍ ହାର ୬.୯୯ ପ୍ରତିଶତ, ଝାରସୁଗୁଡ଼ାରେ ସର୍ବାଧିକ ୯.୮୬% ଭୋଟିଂ

ଭୁବନେଶ୍ବର : ଓଡ଼ିଶାର ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ଏହି ପର୍ଯ୍ୟାୟରେ ରାଜ୍ୟର ୫ ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୩୫ ବିଧାନସଭା ଆସନ ପାଇଁ ଭୋଟରମାନେ ମତଦାନ କରୁଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ୯ ଟା ସୁଦ୍ଧା ୬.୯୯ ପ୍ରତିଶତ ଭୋଟିଂ ହୋଇଛି।  ରାଜ୍ୟ ନିର୍ବାଚନ ଅଧିକାରୀଙ୍କ ତଥ୍ୟ ଅନୁଯାୟୀ, ସକାଳ ୯ଟା ସୁଦ୍ଧା ଓଡ଼ିଶାରେ ୬.୯୯ ପ୍ରତିଶତ ମତଦାନ ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୯.୮୬ ପ୍ରତିଶତ ଭୋଟିଂ ହୋଇଥିବା ବେଳେ ଆସ୍କା ସଂସଦୀୟ କ୍ଷେତ୍ରରେ ୭.୬୨ ପ୍ରତିଶତ, ବରଗଡରେ ୯.୩୨ ପ୍ରତିଶତ, ବଲାଙ୍ଗୀରରେ ୫.୭୬ପ୍ରତିଶତ, କନ୍ଧମାଳରେ ୬.୭୯ ପ୍ରତିଶତ, ସୁନ୍ଦରଗଡରେ ୪.୮୯ ପ୍ରତିଶତ ମତଦାନ ହୋଇଛି।

ଦ୍ୱିତୀୟ ପର୍ଯ୍ୟାୟରେ ବରଗଡ଼, ସୁନ୍ଦରଗଡ଼, ବଲାଙ୍ଗିର, କନ୍ଧମାଳ ଓ ଆସ୍କା ଲୋକସଭା କ୍ଷେତ୍ର ଏବଂ ଏହା ଅଧିନରେ ଆସୁଥିବା ୩୫ ବିଧାନସଭା ଆସନ ପାଇଁ ମତଦାନ ହେଉଛି। ୫ ଲୋକସଭା କ୍ଷେତ୍ର ପାଇଁ ମୋଟ ୪୦ ଜଣ ପ୍ରାର୍ଥୀ ଥିବାବେଳେ ୩୫ଟି ବିଧାନସଭା ଆସନ ପାଇଁ ମୋଟ ୨୬୫ ଜଣ ପ୍ରାର୍ଥୀ ନିଜର ଭାଗ୍ୟ ପରୀକ୍ଷା କରୁଛନ୍ତି । ଏହି ପର୍ଯ୍ୟାୟରେ ମୋଟ ୭୯,୬୯,୮୮୭ ଜଣ ମତଦାତା ନିଜ ନିଜର ମତାଧିକାର ସାବ୍ୟସ୍ତ କରିବେ। ମତଦାନ ପ୍ରକ୍ରିୟାରେ ୬୦ ହଜାରରୁ ଉଦ୍ଧ୍ୱର୍ ପୋଲିଂ କର୍ମଚାରୀ ନିୟୋଜିତ ହୋଇଥିବା ବେଳେ ମତଦାନ ପାଇଁ ୯୧୪୮ଟି ମତଦାନ କେନ୍ଦ୍ର ଓ ୧୪ଟି ଅତିରିକ୍ତ ମତଦାନ କେନ୍ଦ୍ରକୁ ମିଶାଇ ମୋଟ ୯୧୬୨ ମତଦାନ କେନ୍ଦ୍ର ରହିଛି। ସୁରକ୍ଷା ଦୃଷ୍ଟିକୋଣରୁ ୧୬୮୯ଟି ମତଦାନ କେନ୍ଦ୍ରରେ ଅପରାହ୍ନ ୪ଟା ସୁଦ୍ଧା ଭୋଟଗ୍ରହଣ ସରିବ। ସେହିପରି ୫ଟା ସୁଦ୍ଧା ୯୩୩ କେନ୍ଦ୍ରରେ ମତଦାନ ସରିବାକୁ ଥିବାବେଳେ ସନ୍ଧ୍ୟା ୬ଟା ସୁଦ୍ଧା ୬୫୪୦ଟି କେନ୍ଦ୍ରରେ ଭୋଟଗ୍ରହଣ ଶେଷ ହେବ। ସଂପୂର୍ଣ୍ଣ ସୁରକ୍ଷିତ ପରିବେଶ ମଧ୍ୟରେ ମତଦାନ ପାଇଁ ସୁରକ୍ଷା ବ୍ୟବସ୍ଥା ଉପରେ ବିଶେଷ ଗୁରୁତ୍ୱ ଦିଆଯାଇଛି।

ଏହି ପର୍ଯ୍ୟାୟରେ ମୋଟ ୧୦୨ କମ୍ପାନୀ ସିଏପିଏଫ୍‌ (ସେଣ୍ଟ୍ରାଲ ଆର୍ମଡ୍‌ ପୋଲିସ ଫୋର୍ସ) ନିୟୋଜିତ ହୋଇଛନ୍ତି। କନ୍ଧମାଳରେ ସର୍ବାଧିକ ୨୨ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହେବାକୁ ଥିବାବେଳେ ଗଞ୍ଜାମରେ ୨୦ କମ୍ପାନୀ ସିଏପିଏଫ୍‌ ନିୟୋଜିତ ହୋଇଛନ୍ତି।ଅପରପକ୍ଷେ ରାଜ୍ୟ ପୁଲିସର ମଧ୍ୟ ୩୩ ହଜାର ପୁଲିସ ବାହିନୀ ସୁରକ୍ଷାରେ ନିୟୋଜିତ ହୋଇଛନ୍ତି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର