ଉନ୍ନତ ସ୍ବାସ୍ଥ୍ୟ ସେବାର ନିରନ୍ତର ବିକାଶ ନିମନ୍ତେ ୬ ଜଣ ପରାମର୍ଶଦାତା ନିୟୋଜିତ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ଉନ୍ନତ୍ତମାନର ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଏବଂ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲରେ ୬ ଜଣ ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି । କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞ୍ଜଳି ରଣା, କେ. ଶାନ୍ତି ଓ ରଂଜନ ବିଶ୍ବାଳଙ୍କୁ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ଉନ୍ନତ୍ତମାନର ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଏବଂ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲରେ ୬ ଜଣ ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ନୟାଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଗଛରେ ପିଟି ହେଲା ବସ୍, ଜଣେ ମୃତ ଓ ୨୫ ଆହତ

କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞ୍ଜଳି ରଣା, କେ. ଶାନ୍ତି ଓ ରଂଜନ ବିଶ୍ବାଳଙ୍କୁ ଯଥାକ୍ରମେ ବି.ଏସ୍.କେ.ୱାଇ.; ଏମ୍.କେ.ସି.ଜି. ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ ବରହମପୁର ଏବଂ ନିରାମୟ ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

ଓଡ଼ିଶାର ଗାଁ ଗହଳିରେ ବଡ ମେଡ଼ିକାଲ୍ ଭାବେ ଜଣାଶୁଣା କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ୍ କଲେଜ ଏବଂ ହସ୍ପିଟାଲ ପାଇଁ ଦୁଇ ଜଣ ପରାମର୍ଶଦାତା ନିଯୁକ୍ତି ହୋଇଛନ୍ତି । ସେମାନେ ହେଲେ ଦିଲ୍ଲୀପ କୁମାର ସାହୁ ଏବଂ ସ୍ବପ୍ନାରାଣୀ ପାତ୍ର । ଏହି ନବ ନିଯୁକ୍ତ ପରାମର୍ଶଦାତାମାନେ ଅବୈତନିକ ଭାବେ ଜନସାଧାରଣଙ୍କ ପାଇଁ ଓ ସରକାରୀ ବ୍ୟବସ୍ଥା ମଧ୍ୟରେ ସେବା ପ୍ରଦାନ ନିମନ୍ତେ ଇଛା ପ୍ରକଟ କରିଛନ୍ତି । ତେବେ ରାଜ୍ୟ ସରକାର ନିର୍ଦ୍ଦାରିତ ନିୟମ ଅନୁଯାୟୀ ସେମାନଙ୍କ ଗସ୍ତ ଏବଂ ଆନୁସଙ୍ଗିକ ସୁବିଧା ଯୋଗାଇଦେବେ ବୋଲି ବିଭାଗୀୟ କାର୍ଯାଳୟ ବିଜ୍ଞପ୍ତିରୁ ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର