ଉନ୍ନତ ସ୍ବାସ୍ଥ୍ୟ ସେବାର ନିରନ୍ତର ବିକାଶ ନିମନ୍ତେ ୬ ଜଣ ପରାମର୍ଶଦାତା ନିୟୋଜିତ

The Sakala Picture
Published On

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ଉନ୍ନତ୍ତମାନର ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଏବଂ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲରେ ୬ ଜଣ ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି । କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞ୍ଜଳି ରଣା, କେ. ଶାନ୍ତି ଓ ରଂଜନ ବିଶ୍ବାଳଙ୍କୁ […]

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନେତୃତ୍ଵରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନା ମାଧ୍ୟମରେ ଚାଲିଥିବା ଉନ୍ନତ୍ତମାନର ସାର୍ବଜନୀନ ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ନିରନ୍ତର ବିକାଶ ନିମନ୍ତେ ରାଜ୍ୟ ସରକାର ବିଭିନ୍ନ ସ୍ବାସ୍ଥ୍ୟ ଯୋଜନା ଏବଂ ମେଡ଼ିକାଲ୍ କଲେଜ ଓ ହସ୍ପିଟାଲରେ ୬ ଜଣ ନୂଆ ପରାମର୍ଶଦାତାଙ୍କୁ ନିଯୁକ୍ତି ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ମା'ଙ୍କ ଭସାଣି: ସୁରକ୍ଷା ପାଇଁ ଭୁବନେଶ୍ୱରରେ ମୁତୟନ ହେବେ ୪୮ ପ୍ଲାଟୁନ୍ ପୋଲିସ, DJ ଉପରେ କଟକଣା

କ୍ୟାପିଟାଲ୍ ହସ୍ପିଟାଲର ସୁପରିଚାଳନା ଓ ବିକାଶ ପାଇଁ ସଂଜୟ ସେଠୀଙ୍କୁ ନିଯୁକ୍ତି ଦିଆଯାଇଛି । ସେହିପରି ପୁଷ୍ପାଞ୍ଜଳି ରଣା, କେ. ଶାନ୍ତି ଓ ରଂଜନ ବିଶ୍ବାଳଙ୍କୁ ଯଥାକ୍ରମେ ବି.ଏସ୍.କେ.ୱାଇ.; ଏମ୍.କେ.ସି.ଜି. ମେଡ଼ିକାଲ୍ କଲେଜ ଓ ହସ୍ପିଟାଲ ବରହମପୁର ଏବଂ ନିରାମୟ ଯୋଜନାର ପରାମର୍ଶଦାତା ଭାବେ ନିଯୁକ୍ତି ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ଓଡ଼ିଶାର ଗାଁ ଗହଳିରେ ବଡ ମେଡ଼ିକାଲ୍ ଭାବେ ଜଣାଶୁଣା କଟକର ଶ୍ରୀରାମ ଚନ୍ଦ୍ର ଭଞ୍ଜ ମେଡ଼ିକାଲ୍ କଲେଜ ଏବଂ ହସ୍ପିଟାଲ ପାଇଁ ଦୁଇ ଜଣ ପରାମର୍ଶଦାତା ନିଯୁକ୍ତି ହୋଇଛନ୍ତି । ସେମାନେ ହେଲେ ଦିଲ୍ଲୀପ କୁମାର ସାହୁ ଏବଂ ସ୍ବପ୍ନାରାଣୀ ପାତ୍ର । ଏହି ନବ ନିଯୁକ୍ତ ପରାମର୍ଶଦାତାମାନେ ଅବୈତନିକ ଭାବେ ଜନସାଧାରଣଙ୍କ ପାଇଁ ଓ ସରକାରୀ ବ୍ୟବସ୍ଥା ମଧ୍ୟରେ ସେବା ପ୍ରଦାନ ନିମନ୍ତେ ଇଛା ପ୍ରକଟ କରିଛନ୍ତି । ତେବେ ରାଜ୍ୟ ସରକାର ନିର୍ଦ୍ଦାରିତ ନିୟମ ଅନୁଯାୟୀ ସେମାନଙ୍କ ଗସ୍ତ ଏବଂ ଆନୁସଙ୍ଗିକ ସୁବିଧା ଯୋଗାଇଦେବେ ବୋଲି ବିଭାଗୀୟ କାର୍ଯାଳୟ ବିଜ୍ଞପ୍ତିରୁ ଜଣାପଡ଼ିଛି ।

ଆହୁରି ପଢ଼ନ୍ତୁ: ବିଜେପି ନେତାଙ୍କ ମନ୍ତବ୍ୟକୁ ବିଜେଡିର କଡ଼ା ବିରୋଧ: ନବୀନଙ୍କ ବୟସକୁ ନେଇ ଆକ୍ଷେପ ବିକୃତ ମାନସିକତା

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର