୩୧ରେ ନୂଆଦିଲ୍ଲୀ ନିବେଶକ ସମ୍ମେଳନ : ୧୬ଟି ରାଷ୍ଟ୍ରର ଶିଳ୍ପପତି, କମ୍ପାନୀ ମୁଖିଆଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର : ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି। ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଆସନ୍ତା ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରଥମ ଦିନରେ ସେଠାରେ ଆୟୋଜିତ ହେବାକୁ ଥିବା […]

ଭୁବନେଶ୍ୱର : ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି। ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଆସନ୍ତା ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରଥମ ଦିନରେ ସେଠାରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ ଏଣ୍ଡ ଆମ୍ବାସଡ଼ର ମିଟ୍‍ରେ ଯୋଗଦେବେ ବୋଲି ସୂଚନା ମିଳିଛି।

ଆହୁରି ପଢ଼ନ୍ତୁ: କୋଷ୍ଟାଲ ହାଇଓ୍ବେକୁ ନେଇ କେନ୍ଦ୍ର ସରକାରଙ୍କ ଉପରେ ବର୍ଷିଲା ବିଜେଡ଼ି; 'ଏ ପ୍ରକଳ୍ପ ପର୍ଯ୍ୟଟନ ବିକାଶରେ ସହାୟକ ହେବ ନାହିଁ'

ଆମେରିକା, ୟୁଏଇ, କାତାର, ଓମାନ, ବାହାରିନ୍‍,ସାଉଦି ଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ଲକ୍ସେମବର୍ଗ, ବେଲଜିୟମ, ସିଙ୍ଗାପୁର, ଜାପାନ, ଦକ୍ଷିଣ କୋରିଆ ଏବଂ ଅଷ୍ଟ୍ରେଲିଆ ଭଳି ଦେଶର ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ପ୍ରତିନିଧିଗଣ ସିଧାସଳଖ ଆଲୋଚନା କରିବେ ବୋଲି ଜଣାପଡିଛି। ଏହି କାର୍ଯ୍ୟକ୍ରମରେ ଉପରୋକ୍ତ ଦେଶଗୁଡ଼ିକର ଶିଳ୍ପପତିଙ୍କୁ ଆଗାମୀ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରଣ କରାଯିବ। କରୋନା କାରଣରୁ ୨ ବର୍ଷ ପରେ ଏହି କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି।

ଆହୁରି ପଢ଼ନ୍ତୁ: ସ୍ଥଗିତ ରହିଲା ବସ୍‌ ଧର୍ମଘଟ, STA କମିଶନରଙ୍କ ସହ ଆଲୋଚନା ପରେ ବସ୍ ମାଲିକ ସଂଘର ନିଷ୍ପତ୍ତି

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦୁବାଇରେ ମଧ୍ୟ ଇନଭେଷ୍ଟର୍ସ ମିଟ୍‍ରେ ଯୋଗ ଦେଇଥିଲେ। ସେହି କାର୍ଯ୍ୟକ୍ରମରେ ରାଜ୍ୟରେ ୨୧,୦୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିଥିଲା। ମଧ୍ୟ ପ୍ରାଚ୍ୟଏବଂ ଅନ୍ତର୍ଜାତୀୟ ଶିଳ୍ପ ସଂସ୍ଥା ମେକ ଇନ୍‍ କନକ୍ଲେଭରେ ଅଂଶଗ୍ରହଣ କରିବା ନେଇ ସେ ସମୟରେ ସମ୍ମତି ପ୍ରଦାନ କରିଥିଲେ। ଆଗାମୀ ଦଶନ୍ଧିରେ ରାଜ୍ୟରେ ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ୍‍, କେମିକାଲ ଏବଂ ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ଇଲେକଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍‍ ଓ ବିପଣନ ଏବଂ ଲଜିଷ୍ଟିକ୍‍ ଓ କ୍ଲିନ ଏନର୍ଜି ଆଦି କ୍ଷେତ୍ରରେ ରାଜ୍ୟରେ ନିବେଶ ସୁଯୋଗ ସୃଷ୍ଟି କରାଯିବ। ଏଫଆଇସିସିଆଇ(ଫିକି) ଡିଜି ଅରୁଣ ଚାୱଲା, ଇନଭେଷ୍ଟ ଇଣ୍ଡିଆର ସିଇଓ ଏବଂ ଏମଡି ଦୀପକ ବଗଲା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ଜଣାପଡିଛି।

ଆହୁରି ପଢ଼ନ୍ତୁ: ଦୀଘା ଜଗନ୍ନାଥ ମନ୍ଦିରରୁ ‘ଧାମ’ ଶବ୍ଦ ହଟାଇଲେ ବେଙ୍ଗଲ ସରକାର, ଲେଖା ହେଲା ଜଗନ୍ନାଥ ସାଂସ୍କୃତିକ କେନ୍ଦ୍ର

ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ କୁମାର ଶର୍ମା, ଇଡକୋ ଏମ୍‍ଡି ଭୂପେନ୍ଦ୍ର ସିଂ ପୁନିଆ ଏବଂ ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସଦ୍ଦିକ ଆଲାମ ପ୍ରମୁଖ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ତୃତୀୟ ସଂସ୍କରଣ ସମ୍ପର୍କିତ ଏକ ପ୍ରେଜେଣ୍ଟେସନ୍‍ କାର୍ଯ୍ୟକ୍ରମରେ ଉପସ୍ଥାପନ କରିବେ। ମନ୍ତ୍ରୀ ପ୍ରତାପ ଦେବ ନିର୍ଦ୍ଦିଷ୍ଟ ଭାବେ ନିବେଶକଙ୍କୁ ଓଡ଼ିଶା ଆମନ୍ତ୍ରଣ କରିବେ। ସେହିପରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଶିଳ୍ପସଂସ୍ଥା ଏବଂ କମ୍ପାନୀ ପ୍ରତିନିଧିମାନଙ୍କ ସହ ସିଧାସଳଖ ଆଲୋଚନା କରିବେ ବୋଲି ଜଣାପଡିଛି। ଏହି କାର୍ଯ୍ୟକ୍ରମ ପରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ କେନ୍ଦ୍ର ସରକାରଙ୍କ ନିକଟରେ ପଡି ରହିଥିବା କେତେକ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଏବଂ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି। ସେପ୍ଟେମ୍ବର ୫ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।

29 Aug 2022 By The Sakala

୩୧ରେ ନୂଆଦିଲ୍ଲୀ ନିବେଶକ ସମ୍ମେଳନ : ୧୬ଟି ରାଷ୍ଟ୍ରର ଶିଳ୍ପପତି, କମ୍ପାନୀ ମୁଖିଆଙ୍କ ସହ ଆଲୋଚନା କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଚଳିତ ବର୍ଷ ନଭେମ୍ବର ମାସ ୩୦ ତାରିଖରୁ ଡିସେମ୍ବର ମାସ ୪ ତାରିଖ ଯାଏଁ ରାଜ୍ୟ ସରକାରଙ୍କ ପକ୍ଷରୁ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି। ଏହି କନକ୍ଲେଭକୁ ସଫଳ କରିବା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ପ୍ରସ୍ତୁତି ଚଳାଇଛନ୍ତି। ଏହି କ୍ରମରେ ଆସନ୍ତା ୩୧ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଦିନିଆ ଦିଲ୍ଲୀ ଗସ୍ତରେ ଯାଉଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଗସ୍ତର ପ୍ରଥମ ଦିନରେ ସେଠାରେ ଆୟୋଜିତ ହେବାକୁ ଥିବା ଇନଭେଷ୍ଟର୍ସ ଏଣ୍ଡ ଆମ୍ବାସଡ଼ର ମିଟ୍‍ରେ ଯୋଗଦେବେ ବୋଲି ସୂଚନା ମିଳିଛି।

ଆମେରିକା, ୟୁଏଇ, କାତାର, ଓମାନ, ବାହାରିନ୍‍,ସାଉଦି ଆରବ, ୟୁକେ, ଜର୍ମାନୀ, ଫ୍ରାନ୍ସ, ଇଟାଲୀ, ଲକ୍ସେମବର୍ଗ, ବେଲଜିୟମ, ସିଙ୍ଗାପୁର, ଜାପାନ, ଦକ୍ଷିଣ କୋରିଆ ଏବଂ ଅଷ୍ଟ୍ରେଲିଆ ଭଳି ଦେଶର ପ୍ରତିନିଧିମାନଙ୍କ ସହ ମୁଖ୍ୟମନ୍ତ୍ରୀ ଏବଂ ରାଜ୍ୟ ପ୍ରତିନିଧିଗଣ ସିଧାସଳଖ ଆଲୋଚନା କରିବେ ବୋଲି ଜଣାପଡିଛି। ଏହି କାର୍ଯ୍ୟକ୍ରମରେ ଉପରୋକ୍ତ ଦେଶଗୁଡ଼ିକର ଶିଳ୍ପପତିଙ୍କୁ ଆଗାମୀ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭରେ ଅଂଶଗ୍ରହଣ କରିବାକୁ ଆମନ୍ତ୍ରଣ କରାଯିବ। କରୋନା କାରଣରୁ ୨ ବର୍ଷ ପରେ ଏହି କନକ୍ଲେଭ ଅନୁଷ୍ଠିତ ହେବାକୁ ଯାଉଛି।

ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଦୁବାଇରେ ମଧ୍ୟ ଇନଭେଷ୍ଟର୍ସ ମିଟ୍‍ରେ ଯୋଗ ଦେଇଥିଲେ। ସେହି କାର୍ଯ୍ୟକ୍ରମରେ ରାଜ୍ୟରେ ୨୧,୦୦୦ କୋଟି ଟଙ୍କାରୁ ଅଧିକ ପୁଞ୍ଜିନିବେଶ ନେଇ ବାଟ ଫିଟିଥିଲା। ମଧ୍ୟ ପ୍ରାଚ୍ୟଏବଂ ଅନ୍ତର୍ଜାତୀୟ ଶିଳ୍ପ ସଂସ୍ଥା ମେକ ଇନ୍‍ କନକ୍ଲେଭରେ ଅଂଶଗ୍ରହଣ କରିବା ନେଇ ସେ ସମୟରେ ସମ୍ମତି ପ୍ରଦାନ କରିଥିଲେ। ଆଗାମୀ ଦଶନ୍ଧିରେ ରାଜ୍ୟରେ ମେଟାଲ ଏବଂ ମେଟାଲ ଡାଉନଷ୍ଟ୍ରିମ୍‍, କେମିକାଲ ଏବଂ ପେଟ୍ରୋକେମିକାଲ୍ସ, ଟେକ୍ସଟାଇଲ୍ସ, ଖାଦ୍ୟ ପ୍ରକ୍ରିୟାକରଣ, ସାମୁଦ୍ରିକ ଖାଦ୍ୟ ପ୍ରକ୍ରିୟାକରଣ, ଇଲେକଟ୍ରୋନିକ୍ସ ସିଷ୍ଟମ ଡିଜାଇନ୍‍ ଓ ବିପଣନ ଏବଂ ଲଜିଷ୍ଟିକ୍‍ ଓ କ୍ଲିନ ଏନର୍ଜି ଆଦି କ୍ଷେତ୍ରରେ ରାଜ୍ୟରେ ନିବେଶ ସୁଯୋଗ ସୃଷ୍ଟି କରାଯିବ। ଏଫଆଇସିସିଆଇ(ଫିକି) ଡିଜି ଅରୁଣ ଚାୱଲା, ଇନଭେଷ୍ଟ ଇଣ୍ଡିଆର ସିଇଓ ଏବଂ ଏମଡି ଦୀପକ ବଗଲା ମଧ୍ୟ ଏହି କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ଜଣାପଡିଛି।

ଏହି କାର୍ଯ୍ୟକ୍ରମରେ ଶିଳ୍ପ ମନ୍ତ୍ରୀ ପ୍ରତାପ ଦେବ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ କୁମାର ଶର୍ମା, ଇଡକୋ ଏମ୍‍ଡି ଭୂପେନ୍ଦ୍ର ସିଂ ପୁନିଆ ଏବଂ ଶିଳ୍ପ ନିର୍ଦ୍ଦେଶକ ମହମ୍ମଦ ସଦ୍ଦିକ ଆଲାମ ପ୍ରମୁଖ ଉପସ୍ଥିତ ରହିବେ। ମୁଖ୍ୟମନ୍ତ୍ରୀ ମେକ୍‍ ଇନ୍‍ ଓଡ଼ିଶା କନକ୍ଲେଭ ତୃତୀୟ ସଂସ୍କରଣ ସମ୍ପର୍କିତ ଏକ ପ୍ରେଜେଣ୍ଟେସନ୍‍ କାର୍ଯ୍ୟକ୍ରମରେ ଉପସ୍ଥାପନ କରିବେ। ମନ୍ତ୍ରୀ ପ୍ରତାପ ଦେବ ନିର୍ଦ୍ଦିଷ୍ଟ ଭାବେ ନିବେଶକଙ୍କୁ ଓଡ଼ିଶା ଆମନ୍ତ୍ରଣ କରିବେ। ସେହିପରି ମୁଖ୍ୟ ଶାସନ ସଚିବ ଶ୍ରୀ ମହାପାତ୍ର ଶିଳ୍ପସଂସ୍ଥା ଏବଂ କମ୍ପାନୀ ପ୍ରତିନିଧିମାନଙ୍କ ସହ ସିଧାସଳଖ ଆଲୋଚନା କରିବେ ବୋଲି ଜଣାପଡିଛି। ଏହି କାର୍ଯ୍ୟକ୍ରମ ପରେ ରାଜ୍ୟ ସ୍ୱାର୍ଥ ସମ୍ବଳିତ କେନ୍ଦ୍ର ସରକାରଙ୍କ ନିକଟରେ ପଡି ରହିଥିବା କେତେକ ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କେନ୍ଦ୍ର ମନ୍ତ୍ରୀ ଏବଂ ଅଧିକାରୀଙ୍କ ସହ ଆଲୋଚନା କରିବେ ବୋଲି ଜଣାପଡିଛି। ସେପ୍ଟେମ୍ବର ୫ ତାରିଖରେ ମୁଖ୍ୟମନ୍ତ୍ରୀ ଓଡ଼ିଶା ଫେରିବାର କାର୍ଯ୍ୟକ୍ରମ ରହିଛି।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର