ଗଞ୍ଜାମରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ବସ୍, ୬ ମୃତ

ଗଞ୍ଜାମ: ଗଞ୍ଜାମର ପୁରୁଷୋତ୍ତମପୁର ଥାନା ଲଡ଼କାପଲ୍ଲୀ ଛକ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଅଟୋକୁ ଧକ୍କା ଦେଇ ଘୋଷାଡ଼ି ନେଲା ବସ୍ । ଦୁର୍ଘଟଣାରେ ୬ ଜଣ ଯାତ୍ରୀ ମୃତ୍ୟୁବରଣ କରିଥିବାବେଳେ ୪ ଜଣ ଗୁରୁତର ଆହତ ହୋଇଛନ୍ତି । ଆହତଙ୍କୁ ପ୍ରଥମରେ କୋଦଳା ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ପରେ ବ୍ରହ୍ମପୁର ଏମକେସିଜି ସ୍ଥାନାନ୍ତର କରାଯାଇଛି । ତେବେ ଦୁର୍ଘଟଣାସ୍ଥଳରୁ ବସ୍ ସହ ଡ୍ରାଇଭର ଫେରାର ମାରିଛି । ପୋଲିସ ଘଟଣାର ତଦନ୍ତ ଚଳାଇଛି ।

About The Author: Madhusudan Das