ରାଜ୍ୟ କ୍ୟାବିନେଟରେ ୬ ପ୍ରସ୍ତାବ ଉପରେ ବାଜିଲା ମୋହର, ସଂଶୋଧନ ହେଲା ‘ସୁଭଦ୍ରା’ ଯୋଜନା

The Sakala Picture
Published On

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟରେ ବୈଠକ ଅନୁଷ୍ଠିତ ହୋଇଥିଲା। ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଛି। ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ସହ ରାଜ୍ୟ କ୍ୟାବିନେଟ୍‌ରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିଛି। କ୍ୟାବିନେଟ ବୈଠକକୁ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ଏହି ସମ୍ପର୍କରେ ପ୍ରତିକ୍ରିୟା‌ ଦେଇଛନ୍ତି। ଶ୍ରୀ ଆହୁଜା କହିଛନ୍ତି, ସୁଭଦ୍ରା […]

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟରେ ବୈଠକ ଅନୁଷ୍ଠିତ ହୋଇଥିଲା। ଲୋକସେବା ଭବନରେ ବୁଧବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବହୁ ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଉପରେ ନିଷ୍ପତ୍ତି ନିଆଯାଇଛି। ‘ସୁଭଦ୍ରା’ ଯୋଜନାରେ ସଂଶୋଧନ ସହ ରାଜ୍ୟ କ୍ୟାବିନେଟ୍‌ରେ ୬ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବରେ ମୋହର ଲାଗିଛି। କ୍ୟାବିନେଟ ବୈଠକକୁ ନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ଗଣମାଧ୍ୟମକୁ ଏହି ସମ୍ପର୍କରେ ପ୍ରତିକ୍ରିୟା‌ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ଶ୍ରୀ ଆହୁଜା କହିଛନ୍ତି, ସୁଭଦ୍ରା ଯୋଜନାରେ ୧ କୋଟିରୁ ଅଧିକ ପଞ୍ଜୀକରଣ ହୋଇଛି। ୬୦ ଲକ୍ଷରୁ ଅଧିକ ହିତାଧିକାରୀ ଟଙ୍କା ପାଇ ସାରିଲେଣି ଏବଂ ୨ ଲକ୍ଷ ୭୦ ଆବେଦନ ନାକଚ ହୋଇଛି। କେଉଁ କାରଣରୁ ସେହି ଆବେଦନ ଗୁଡିକ ନାକଚ ହୋଇଛି, ସେଗୁଡ଼ିକୁ ଯାଞ୍ଚ କରାଯିବ ବୋଲି ଆହୁଜା କହିଛନ୍ତି।

ଆହୁରି ପଢ଼ନ୍ତୁ: ଆବାସିକ ଦ୍ୟାଳୟରେ ରାଗିଂ: ଷଷ୍ଠ ଶ୍ରେଣୀ ଛାତ୍ରଙ୍କୁ ନିର୍ଧୁମ ମାଡ଼ ମାରିବା ସହ କାମ କରାଇଲେ ଦଶମ ଶ୍ରେଣୀ ଛାତ୍ର !

ସେହିପରି, ରାଜ୍ୟ ସରକାରଙ୍କ ଜିଏସ୍‌ଟି ଆଇନ୍‌ରେ ୩୪ଟି ବିଷୟରେ ସଂଶୋଧନ କରାଯାଇଛି। ଅନ୍ୟପକ୍ଷରେ ଧାନ କୁଇଣ୍ଟାଲ ପିଛା ୩୧୦୦ ଟଙ୍କାରେ କିଣାଯିବା ସହ ୪ ହଜାରରୁ ଊର୍ଦ୍ଧ୍ବ ଧାନ କ୍ରୟ କେନ୍ଦ୍ର ଖୋଲାଯିବା ନେଇ କ୍ୟାବିନେଟରେ ଅନୁମୋଦନ ହୋଇଛି । ପ୍ରତି ମଣ୍ଡିରେ ଜଣେ ଜଣେ ଅଫିସର ରହିବେ ଓ ୪୮ ଘଣ୍ଟା ଭିତରେ ଚାଷୀଙ୍କୁ ଟଙ୍କା ମିଳିବ। ଅନ୍ୟପକ୍ଷରେ ବିମାନ ସଂଯୋଗ ପାଇଁ ଉଡାଣ ଯୋଜନା ଏବଂ ଓଡ଼ିଶା ସରକାରଙ୍କ ଯୋଜନା ମାଧ୍ୟମରେ ବିଭିନ୍ନ ନୂଆନୂଆ ସ୍ଥାନକୁ ଯୋଡିବା ପାଇଁ ରିହାତି ନୀତି ମଧ୍ୟ ଅନୁମୋଦନ ହୋଇଛି।

ଆହୁରି ପଢ଼ନ୍ତୁ: ଦୁଗ୍ଧ ଚାଷୀଙ୍କୁ ଲିଟର ପିଛା ୨ ଟଙ୍କା ଅଧିକ ଦେବାକୁ ଓମ୍‌ଫେଡ୍ ପକ୍ଷରୁ ନିଷ୍ପତ୍ତି, ସେପ୍ଟେମ୍ବର ୧୧ରୁ ଲାଗୁ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର