ଆଜି ରାଜ୍ୟରୁ ସୁସ୍ଥ ହେଲେ ୬୧୦ କରୋନା ଆକ୍ରାନ୍ତ

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢାଉଛି। ଏହାରି ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ଟିକେ ଆଶ୍ଵସ୍ତିକର ବିଷୟ ହୋଇଛି। ଗତ ୨୪ ଘଣ୍ଟାରେ ୨୨୬୭  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୧୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୩୩ ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ […]

ଭୁବନେଶ୍ବର : ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଦିନକୁ ଦିନ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢାଉଛି। ଏହାରି ମଧ୍ୟରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ଟିକେ ଆଶ୍ଵସ୍ତିକର ବିଷୟ ହୋଇଛି। ଗତ ୨୪ ଘଣ୍ଟାରେ ୨୨୬୭  ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୧୦ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୩ ଲକ୍ଷ ୪୧ ହଜାର ୭୩୩ ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ବୁଧବାର  ଟ୍ଵିଟ୍ ଯୋଗେ ଏହି ସୂଚନା ଦିଆଯାଇଛି।

ଆହୁରି ପଢ଼ନ୍ତୁ: ବୟସ୍କଙ୍କୁ ଭତ୍ତା ଦେବାରେ ଡବଲ ଇଞ୍ଜିନ ସରକାର
ସମ୍ପୂର୍ଣ୍ଣ ବିଫଳ: ବିଜେଡି

ଆଜି ନୂଆପଡ଼ାରୁ ସର୍ବାଧିକ ୧୨୦ ଜଣ ସୁସ୍ଥ ହୋଇଥିବା ବେଳେ, ଖୋର୍ଦ୍ଧାରୁ ୧୦୨ ଜଣ, ସୁନ୍ଦରଗଡ଼ରୁ ୮୦, ବରଗଡ଼ରୁ ୪୩, ଝାରସୁଗୁଡ଼ାରୁ ୨୯, କଟକରୁ ୨୮, କେନ୍ଦୁଝରରୁ ୨୫, କଳାହାଣ୍ଡିରୁ ୨୪ ଓ ସମ୍ବଲପୁରରୁ ୨୧ ଜଣ ସୁସ୍ଥ ହୋଇଛନ୍ତି । ସେହିପରି ଗଞ୍ଜାମରୁ ୧୮ ଜଣ, ପୁରୀରୁ ୧୫, ଯାଜପୁରରୁ ୧୪, ବଲାଙ୍ଗିରରୁ ୧୨, ବାଲେଶ୍ବରରୁ ୧୧, ମୟୂରଭଞ୍ଜରୁ ୯ଜଣ, ନବରଙ୍ଗପୁରରୁ ୮, ଜଗତସିଂହପୁରରୁ ୭, ଅନୁଗୁଳ ଓ କୋରାପୁଟରୁ ୫ ଜଣ ଲେଖାଏଁ, ଭଦ୍ରକରୁ ୩ ଜଣ, ଗଜପତି ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ଼, କନ୍ଧମାଳ, କେନ୍ଦ୍ରାପଡ଼ା ଓ ନୟାଗଡ଼ରୁ ଜଣେ ଲେଖାଏଁ ଓ ଷ୍ଟେଟ୍ ପୁଲରୁ ୨୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଆଜିର ସଂଖ୍ୟାକୁ ମିଶାଇ ଏପର୍ଯ୍ୟନ୍ତ ରାଜ୍ୟରେ ୩ ଲକ୍ଷ ୪୧ ହଜାର ୭୩୩ ଜଣ ଆକ୍ରାନ୍ତ  ସୁସ୍ଥ ହୋଇଛନ୍ତି।

14 Apr 2021 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର