ଓଡ଼ିଶାରେ କାୟା ମେଲାଉଛି ଓମିକ୍ରନ : ଚିହ୍ନଟ ହେଲେ ଆଉ ୬୭ ଓମିକ୍ରନ ଆକ୍ରାନ୍ତ

ଭୁବନେଶ୍ବର : ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଅାଜି ରାଜ୍ୟରୁ ଆଉ ୬୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ । ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର ହେବାରେ […]

ଭୁବନେଶ୍ବର : ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଅାଜି ରାଜ୍ୟରୁ ଆଉ ୬୭ ନୂଆ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ୍‌ ସଂକ୍ରମିତଙ୍କ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି । ଏନେଇ ସ୍ୱାସ୍ଥ୍ୟ ବିଭାଗକୁ ସୂଚନା ଦେଇଛି ଆଇଏଲଏସ୍‍ ।

ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର ହେବାରେ ଲାଗିଲାଣି ଓମିକ୍ରନ୍ । ପ୍ରତିଦିନ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି ।ଆଇଏଲ୍‌ଏସ୍‌ ପକ୍ଷରୁ କୁହାଯାଇଛି ଯେ ୨୬୩ ଜଣଙ୍କର ନମୁନା ଜିନୋମ ସ୍ବିକେନ୍ସିଂ ପାଇଁ ପଠାଯାଇଥିଲା। ଏଥିରୁ ୬୭ ଜଣଙ୍କର ରିପୋର୍ଟରେ ଓମିକ୍ରନ୍‌ ସଂକ୍ରମଣ ଚିହ୍ନଟ ହୋଇଛି। ନୂଆ ଓମିକ୍ରନ୍‌ ଚିହ୍ନଟ ୬୭ ଜଣ ବ୍ୟକ୍ତି ଲୋକାଲ କେସ୍‌ ରହିଛନ୍ତି। ଏହାସହିତ ରାଜ୍ୟରେ ଓମିକ୍ରନ ସଂକ୍ରମିତ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି। ଅନ୍ୟପଟେ ଆଜି ଚିହ୍ନଟ ୬୭ ଓମିକ୍ରନ ଆକ୍ରାନ୍ତ ଲୋକାଲ କେସ୍‌ ହୋଇଥିବାରୁ ରାଜ୍ୟ ସ୍ବାସ୍ଥ୍ୟ ବିଭାଗର ଚିନ୍ତା ବଢିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିିଂ ଜାରି ରହିଛି।

ସେହିପରି ରାଜ୍ୟରେ କରୋନା ସଂକ୍ରମଣ ମଧ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୮୭୭୮ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୩୬୮୨ଜଣ ଚିହ୍ନଟ ହୋଇଥିବା ବେଳେ ସ୍ଥାନୀୟ ସଂକ୍ରମଣଙ୍କ ସଂଖ୍ୟା ୩୬୮୨ ଜଣ ରହିଛନ୍ତି। ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୭୯୨ ଜଣ ପଜିଟିଭ ରହିଛନ୍ତି। ଏଥିସହ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୯୧୫୪୭ କୁ ବୃଦ୍ଧି ପାଇଥିବା ବେଳେ ୧୦୪୭୭୮୩ ଜଣ ସୁସ୍ଥ ହୋଇଛନ୍ତି। ଏବେ ରାଜ୍ୟରେ ଆଉ ୩୫୨୪୨ ଜଣ କରୋନା ଆକ୍ରାନ୍ତ ଚିକିତ୍ସିତ ଅବସ୍ଥାରେ ଅଛନ୍ତି।

About The Author: The Sakala