ଶିକ୍ଷା ରୂପାନ୍ତରଣରେ ଯୋଡ଼ିହେବ ଆଉ ଏକ ଫର୍ଦ୍ଦ: ଆଜି ୬ ହଜାର ୮୯୧ ହାଇସ୍କୁଲ ଶିକ୍ଷକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ଯମନ୍ତ୍ରୀ

The Sakala Picture
Published On

ଭୁବନେଶ୍ୱର: ବିଭିନ୍ନ ମାଧ୍ୟମିକ ସ୍କୁଲରେ ନବ ନିଯୁକ୍ତ ହିନ୍ଦୀ, ସଂସ୍କୃତ, ପିଇଟି, ଟିଜିଟି ଓ ତେଲୁଗୁ ଶିକ୍ଷକଙ୍କ ଓରିଏଣ୍ଟେସନ୍‍ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହେବ। ଏଥିରେ ନୂତନ ଭାବେ ନିଯୁକ୍ତି ପାଇଥିବା ୬୮୯୧ଜଣ ଶିକ୍ଷକ ଅଂଶଗ୍ରହଣ କରିବେ। ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍‍ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଓ ନବ ନିଯୁକ୍ତ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କରିବେ। ହାଇସ୍କୁଲ ରୂପାନ୍ତରଣରେ ଭିତ୍ତିଭୂମିର ବିକାଶ ପରେ ଏବେ ଶିକ୍ଷକ ନିଯୁକ୍ତିକୁ ରାଜ୍ୟ […]

ଭୁବନେଶ୍ୱର: ବିଭିନ୍ନ ମାଧ୍ୟମିକ ସ୍କୁଲରେ ନବ ନିଯୁକ୍ତ ହିନ୍ଦୀ, ସଂସ୍କୃତ, ପିଇଟି, ଟିଜିଟି ଓ ତେଲୁଗୁ ଶିକ୍ଷକଙ୍କ ଓରିଏଣ୍ଟେସନ୍‍ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହେବ। ଏଥିରେ ନୂତନ ଭାବେ ନିଯୁକ୍ତି ପାଇଥିବା ୬୮୯୧ଜଣ ଶିକ୍ଷକ ଅଂଶଗ୍ରହଣ କରିବେ। ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍‍ ପରିସରରେ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ ଓ ନବ ନିଯୁକ୍ତ ଶିକ୍ଷକଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶିକ୍ଷକତାର ଗୁରୁମନ୍ତ୍ର ପ୍ରଦାନ କରିବେ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହକୁ କେନ୍ଦ୍ର କରି ମା'ର ତଣ୍ଟି ଚିପି ହତ୍ୟା କଲା ନୃଶଂସ ପୁଅ !

ହାଇସ୍କୁଲ ରୂପାନ୍ତରଣରେ ଭିତ୍ତିଭୂମିର ବିକାଶ ପରେ ଏବେ ଶିକ୍ଷକ ନିଯୁକ୍ତିକୁ ରାଜ୍ୟ ସରକାର ଗୁରୁତ୍ୱ ଦେଉଛନ୍ତି। ବିଦ୍ୟାଳୟ ରୂପାନ୍ତରଣ ଭଳି ଶିକ୍ଷକ ନିଯୁକ୍ତି ପ୍ରକ୍ରିୟାରେ ମଧ୍ୟ ରାଜ୍ୟ ସରକାର ବ୍ୟାପକ ପରିବର୍ତ୍ତନ ଓ ସ୍ୱଚ୍ଛ ପଦ୍ଧତି ଅବଲମ୍ବନ କରିଛନ୍ତି। ରାଜ୍ୟରେ ୧୧୪୦୩ ଶିକ୍ଷକ ନିଯୁକ୍ତି ପାଇଁ ପ୍ରକ୍ରିୟା ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ସିବିଟି ମାଧ୍ୟମରେ ଶିକ୍ଷକଙ୍କ ଦକ୍ଷତା ଅନୁଯାୟୀ ଶିକ୍ଷକଙ୍କୁ ଚୟନ କରାଯାଇଥିବାବେଳେ ତିନି ପର୍ଯ୍ୟାୟରେ ସେମାନଙ୍କ ଡକ୍ୟୁମେଣ୍ଟ ଯାଞ୍ଚ କରାଯାଇଛି। ନିଯୁକ୍ତି ପାଇଁ ଚୟନ ହୋଇଥିବା ୬୮୯୧ ଶିକ୍ଷକଙ୍କୁ ଆସନ୍ତାକାଲି ନିଯୁକ୍ତିପତ୍ର ଦିଆଯିବା ସହିତ ସେମାନଙ୍କର ଓରିଏଣ୍ଟେସେନ୍‍ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏଥି ଲାଗି କଳିଙ୍ଗ ଷ୍ଟାଡିୟମରେ ଭବ୍ୟ ଆୟୋଜନ କରାଯାଇଛି। ଅପରାହ୍ଣ ୩ଟାରୁ କାର୍ଯ୍ୟକ୍ରମ ଆରମ୍ଭ ହେବାକୁ ଥିବାବେଳେ ୫ଟାରେ ମୁଖ୍ୟମନ୍ତ୍ରୀ ଯୋଗଦେବେ। ନିଯୁକ୍ତି ପତ୍ର ବାଣ୍ଟିବା ସହ ନବ ନିଯୁକ୍ତ ଶିକ୍ଷକମାନଙ୍କୁ ଗୁରୁମନ୍ତ୍ର ଦେବେ ମୁଖ୍ୟମନ୍ତ୍ରୀ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହର କରୁଣ ପରିଣତି: ସ୍ତ୍ରୀକୁ ଗୁଳି କରି ହତ୍ୟା କଲା ସ୍ୱାମୀ

ସୂଚନା ଅନୁସାରେ ଅପରାହ୍ଣ ୧ଟା ସୁଦ୍ଧା ଶିକ୍ଷକମାନେ କଳିଙ୍ଗ ଷ୍ଟାଡିୟମରେ ପହଞ୍ଚିବେ। ସେମାନଙ୍କ ଯିବା ଆସିବା ପାଇଁ ଗଣଶିକ୍ଷା ବିଭାଗ ପକ୍ଷରୁ ବ୍ୟବସ୍ଥା କରାଯାଇଛି। ସମସ୍ତ ଶିକ୍ଷକ ଡ୍ରେସକୋଡ଼ରେ ଆସିବା ସହିତ ଷ୍ଟାଡିୟମରେ ପ୍ରବେଶ ପାଇଁ ସେମାନଙ୍କୁ ଅସ୍ଥାୟୀ ପରିଚୟ ପତ୍ର ପ୍ରଦାନ କରାଯାଇଛି। କଳାହାଣ୍ଡି ଜିଲ୍ଲାରେ ସର୍ବାଧିକ ୫୭୩ ଜଣ ଶିକ୍ଷକ ନିଯୁକ୍ତି ପାଇଥିବା ବେଳେ ବାଲେଶ୍ୱରରେ ୫୪୯, ଗଞ୍ଜାମରେ ୪୧୩, ମୟୂରଭଞ୍ଜରେ ୪୨୨ ଆଦିକୁ ମିଶାଇ ସର୍ବମୋଟ ୬,୮୯୧ ଜଣଙ୍କୁ ନିଯୁକ୍ତି ଦିଆଯାଇଛି। ଷ୍ଟାଡିୟମ୍‍କୁ ପ୍ରବେଶ ବେଳେ ଶିକ୍ଷକମାନେ କେବଳ ମୋବାଇଲ୍‍, ଆଧାରକାର୍ଡ଼, ପର୍ସ ଓ ପରିଚୟ ପତ୍ର ସାଙ୍ଗରେ ନେବା ପାଇଁ ଅନୁମତି ଦିଆଯିବ। ଏହି କାର୍ଯ୍ୟକ୍ରମରେ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ସମେତ ବିଭାଗୀୟ ସଚିବ, ନିର୍ଦ୍ଦେଶକ ଓ ଅନ୍ୟ ବରିଷ୍ଠ ଅଧିକାରୀମାନେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଆହୁରି ପଢ଼ନ୍ତୁ: କଲେଜ ହଷ୍ଟେଲରୁ ଯୁକ୍ତ ଦୁଇ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର