୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ ଲାଗିଲା କଟକଣା

The Sakala Picture
Published On

ପାରାଦୀପ: ବିରଳ ପ୍ରଜାତିର କଇଁଛ ଅଲିଭ୍‌-ରିଡ୍‌ଲେଙ୍କ ଆଗମନ ପାଇଁ ଧାମରାରୁ ଦେବୀ ମୁହାଣ ଓ ଗହୀରମଥାରେ ମାଛଧରା ଉପରେ କଟକଣା ଜାରି କରାଯାଇଛି । ଆଜିଠୁ ମେ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ରରେ ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା। ଅଲିଭ୍-ରିଡେଲଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମେ ୩୧ ପର୍ଯ୍ୟନ୍ତ ଦୀର୍ଘ ୭ ମାସ ଧରି ମାଛଧରା ବୋଟ୍‌ ଓ ଟ୍ରଲର୍‌ ଚଳାଚଳ ଉପରେ ସଂପୂର୍ଣ୍ଣ କଟକଣା ଜାରି କରାଯାଇଛି । ୧୪୩୭ ବର୍ଗ କିଲୋମିଟର […]

ପାରାଦୀପ: ବିରଳ ପ୍ରଜାତିର କଇଁଛ ଅଲିଭ୍‌-ରିଡ୍‌ଲେଙ୍କ ଆଗମନ ପାଇଁ ଧାମରାରୁ ଦେବୀ ମୁହାଣ ଓ ଗହୀରମଥାରେ ମାଛଧରା ଉପରେ କଟକଣା ଜାରି କରାଯାଇଛି । ଆଜିଠୁ ମେ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ରରେ ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା।

ଆହୁରି ପଢ଼ନ୍ତୁ: ସ୍ୱାସ୍ଥ୍ୟସେବାର ଚରମ ଅବ୍ୟବସ୍ଥା: ପିଆର୍‌ଏମ୍‌ରେ ଅସୁସ୍ଥ ସ୍ତ୍ରୀଙ୍କୁ କାନ୍ଧରେ ବୋହିଲେ ସ୍ୱାମୀ

ଅଲିଭ୍-ରିଡେଲଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମେ ୩୧ ପର୍ଯ୍ୟନ୍ତ ଦୀର୍ଘ ୭ ମାସ ଧରି ମାଛଧରା ବୋଟ୍‌ ଓ ଟ୍ରଲର୍‌ ଚଳାଚଳ ଉପରେ ସଂପୂର୍ଣ୍ଣ କଟକଣା ଜାରି କରାଯାଇଛି । ୧୪୩୭ ବର୍ଗ କିଲୋମିଟର ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଏବଂ ଧାମରା ମୁହାଣରୁ ଦେବୀ ମୁହାଣ ୧୬୦ କିଲୋମିଟର ପର୍ଯ୍ୟନ୍ତ ଅଞ୍ଚଳରେ ମାଛଧରା ବୋଟ୍ ଓ ଟ୍ରଲର ଚଳାଚଳ କରିବ ନାହିଁ ।

ଆହୁରି ପଢ଼ନ୍ତୁ: ଓପିଏସ୍‌ସି ପରୀକ୍ଷାରେ କପି କରିବା ଅଭିଯୋଗରେ ପରୀକ୍ଷାର୍ଥୀ ସହ ଅନ୍ୟ ୩ ଗିରଫ

ନିୟମ ଉଲ୍ଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ବିରଳ ଅଲିଭ ରିଡଲେ କଇଁଛଙ୍କ ପାଇଁ ବାବୁବାଲି ଓ ଅଗରନାସିରେ ଦୁଇଟି ଅଫିସ ଓ ୧୪ଟି ସ୍ଥାନରେ କଇଁଛ ସୁରକ୍ଷା ଶିବିର ସ୍ଥାପନ କରାଯିବ । ବିରଳ କଇଁଛଙ୍କୁ ସୁରକ୍ଷା ଦେବା ପାଇଁ ବନ ବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍ ପୁଲିସ, ମତ୍ସ୍ୟ ବିଭାଗ ମିଳିତ ଭାବେ ପାଟ୍ରୋଲିଂ କରିବେ ବୋଲି ଡିଏପଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ପାରିବାରିକ କଳହ: ଶାଶୁ ଓ ଶ୍ୱଶୁରଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେଲା ଜ୍ୱାଇଁ

01 Nov 2023 By The Sakala

୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ ଲାଗିଲା କଟକଣା

ପାରାଦୀପ: ବିରଳ ପ୍ରଜାତିର କଇଁଛ ଅଲିଭ୍‌-ରିଡ୍‌ଲେଙ୍କ ଆଗମନ ପାଇଁ ଧାମରାରୁ ଦେବୀ ମୁହାଣ ଓ ଗହୀରମଥାରେ ମାଛଧରା ଉପରେ କଟକଣା ଜାରି କରାଯାଇଛି । ଆଜିଠୁ ମେ ୩୧ ତାରିଖ ପର୍ଯ୍ୟନ୍ତ ସମୁଦ୍ରରେ ମାଛଧରା ଓ ଟ୍ରଲର ଚଳାଚଳ ଉପରେ କଟକଣା।

ଅଲିଭ୍-ରିଡେଲଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମେ ୩୧ ପର୍ଯ୍ୟନ୍ତ ଦୀର୍ଘ ୭ ମାସ ଧରି ମାଛଧରା ବୋଟ୍‌ ଓ ଟ୍ରଲର୍‌ ଚଳାଚଳ ଉପରେ ସଂପୂର୍ଣ୍ଣ କଟକଣା ଜାରି କରାଯାଇଛି । ୧୪୩୭ ବର୍ଗ କିଲୋମିଟର ପରିମିତ ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟ ଏବଂ ଧାମରା ମୁହାଣରୁ ଦେବୀ ମୁହାଣ ୧୬୦ କିଲୋମିଟର ପର୍ଯ୍ୟନ୍ତ ଅଞ୍ଚଳରେ ମାଛଧରା ବୋଟ୍ ଓ ଟ୍ରଲର ଚଳାଚଳ କରିବ ନାହିଁ ।

ନିୟମ ଉଲ୍ଲଂଘନ କଲେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ବିରଳ ଅଲିଭ ରିଡଲେ କଇଁଛଙ୍କ ପାଇଁ ବାବୁବାଲି ଓ ଅଗରନାସିରେ ଦୁଇଟି ଅଫିସ ଓ ୧୪ଟି ସ୍ଥାନରେ କଇଁଛ ସୁରକ୍ଷା ଶିବିର ସ୍ଥାପନ କରାଯିବ । ବିରଳ କଇଁଛଙ୍କୁ ସୁରକ୍ଷା ଦେବା ପାଇଁ ବନ ବିଭାଗ ସମେତ କୋଷ୍ଟଗାର୍ଡ, ମେରାଇନ୍ ପୁଲିସ, ମତ୍ସ୍ୟ ବିଭାଗ ମିଳିତ ଭାବେ ପାଟ୍ରୋଲିଂ କରିବେ ବୋଲି ଡିଏପଓ ସୁଦର୍ଶନ ଗୋପୀନାଥ ଯାଦବ ସୂଚନା ଦେଇଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର