ସିକିମ୍‌ ବନ୍ୟାରେ ଓଡ଼ିଶାରୁ ସାଙ୍ଗ ହୋଇ ଯାଇଥିବା ୭ ଛାତ୍ରଙ୍କ ମିଳୁନି ପତ୍ତା

ଢେଙ୍କାନାଳ: ସିକିମ୍‌ ବନ୍ୟାରେ ଓଡ଼ିଶାର ୭ଜଣ ଛାତ୍ର ନିଖୋଜ ହୋଇଯାଇଥିବା ଖବର ସାମ୍ନାକୁ ଆସିଛି। ସେମାନଙ୍କ ମଧ୍ୟ‌‌ରେ ଢେଙ୍କାନାଳର ୩ଜଣ ଥିବା ବେଳେ ଚୌଦ୍ବାର ଓ ଭୁବନେଶ୍ବରରୁ ୨ଜଣ ଲେଖାଏଁ ଛାତ୍ର ଥିବା ଜଣାଯାଇଛି। ଏମାନେ ସମସ୍ତେ ଇଂଜିନିୟରିଂ ଛାତ୍ର। ମିଳିଥିବା ସୂଚନାନୁସାରେ, ଏହି ୭ଜଣ ଯାକ ଗତ ସୋମବାର ଦିନ ସିକିମ୍‌ ଓ ଗ୍ୟାଙ୍ଗଟକ୍‌ ବୁଲିବାକୁ ଯାଇଥିଲେ। କିନ୍ତୁ ସେଠାରେ ଅଚାନକ ପ୍ରଳୟଙ୍କରୀ ବନ୍ୟାରେ ସେମାନେ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ସଂପର୍କରେ ପରିବାରଲୋକଙ୍କୁ କୌଣସି ଖୋଜ୍‌ […]

ଢେଙ୍କାନାଳ: ସିକିମ୍‌ ବନ୍ୟାରେ ଓଡ଼ିଶାର ୭ଜଣ ଛାତ୍ର ନିଖୋଜ ହୋଇଯାଇଥିବା ଖବର ସାମ୍ନାକୁ ଆସିଛି। ସେମାନଙ୍କ ମଧ୍ୟ‌‌ରେ ଢେଙ୍କାନାଳର ୩ଜଣ ଥିବା ବେଳେ ଚୌଦ୍ବାର ଓ ଭୁବନେଶ୍ବରରୁ ୨ଜଣ ଲେଖାଏଁ ଛାତ୍ର ଥିବା ଜଣାଯାଇଛି। ଏମାନେ ସମସ୍ତେ ଇଂଜିନିୟରିଂ ଛାତ୍ର।

ମିଳିଥିବା ସୂଚନାନୁସାରେ, ଏହି ୭ଜଣ ଯାକ ଗତ ସୋମବାର ଦିନ ସିକିମ୍‌ ଓ ଗ୍ୟାଙ୍ଗଟକ୍‌ ବୁଲିବାକୁ ଯାଇଥିଲେ। କିନ୍ତୁ ସେଠାରେ ଅଚାନକ ପ୍ରଳୟଙ୍କରୀ ବନ୍ୟାରେ ସେମାନେ ନିଖୋଜ ହୋଇଯାଇଛନ୍ତି। ସେମାନଙ୍କ ସଂପର୍କରେ ପରିବାରଲୋକଙ୍କୁ କୌଣସି ଖୋଜ୍‌ ଖବର ମିଳିପାରୁନାହିଁ। ଢେଙ୍କାନାଳ ଜିଲ୍ଲାର ନିଖୋଜ ଛାତ୍ରମାନେ ହେଲେ, ସଦର ଥାନା ଅନ୍ତର୍ଗତ ଅଙ୍କରାନ୍ତିପୁର ଗ୍ରାମର ପ୍ରମୋଦିନୀ ଜେନା ଓ ନିର୍ମଳ ଜେନା ଏବଂ ସିମିନଇ ଗ୍ରାମର ଅକ୍ଷୟ କୁମାର ସିଂହଙ୍କ ପୁଅ ଚନ୍ଦ୍ରଶେଖର ସିଂହ। ଚନ୍ଦ୍ରଶେଖର ଗତ ସୋମବାର ରାତିରେ ଶେଷଥର ଲାଗି ପରିବାର ସହ ଫୋନ୍‌ରେ କଥା ହୋଇଥିଲେ। କିନ୍ତୁ ତା’ ପରଠାରୁ ଆଉ ତାଙ୍କର ଫୋନ୍‌ ଲାଗୁନାହିଁ।

ସେହିପରି ତାଙ୍କ ସହ ଯାଇଥିବା ଅନ୍ୟ ଛାତ୍ରମାନଙ୍କର କୌଣସି ଖୋଜ୍‌ ଖବର ନାହିଁ। ଏହି ଚିନ୍ତାରେ ଏବେ ସେମାନଙ୍କ ପରିବାରଲୋକଙ୍କ ଆଖିକୁ ନିଦ ନାହିଁ। କ’ଣ କରିବେ, କିଛି ବୁଦ୍ଧିବାଟ ଦିଶୁନାହିଁ। ଆଜି ପରିବାର ସଦସ୍ୟମାନେ ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠୀଙ୍କୁ ସାକ୍ଷାତ କରି ନିଖୋଜ ଛାତ୍ରମାନଙ୍କୁ ଉଦ୍ଧାର କରିବା ଦିଗରେ ଜିଲ୍ଲା ପ୍ରଶାସନ ପଦକ୍ଷେପ ନେବାକୁ ଅନୁରୋଧ କରିଛନ୍ତି।

About The Author: The Sakala