ପଞ୍ଚାୟତ ନିର୍ବାଚନ: ସରିଲା ପଞ୍ଚମ ପର୍ଯ୍ୟାୟ ପାଇଁ ମତଦାନ, ୭୦ ପ୍ରତିଶତ ଭୋଟିଂ

The Sakala Picture
Published On

ଭୁବନେଶ୍ୱର: ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ପଞ୍ଚାୟତ ନିର୍ବାଚନ ପାଇଁ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ । ଆଜି ଅନ୍ତିମ ପର୍ଯ୍ୟାୟରେ ୭୦ ପ୍ରତିଶତ ମତଦାନ ହୋଇଥିବା ନେଇ ପ୍ରାରମ୍ଭିକ ସୂଚନା ମିଳିଛି । ଶେଷ ପର୍ଯ୍ୟାୟରେ ୨୫ ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟଗ୍ରହଣ ହୋଇଛି । ୯୭୫ ଗ୍ରାମ ପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ହୋଇଛି ମତଦାନ । ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର […]

ଭୁବନେଶ୍ୱର: ଶାନ୍ତି ଶୃଙ୍ଖଳାର ସହ ଶେଷ ହୋଇଛି ପଞ୍ଚାୟତ ନିର୍ବାଚନ ପାଇଁ ପଞ୍ଚମ ତଥା ଅନ୍ତିମ ପର୍ଯ୍ୟାୟ ମତଦାନ । ଆଜି ଅନ୍ତିମ ପର୍ଯ୍ୟାୟରେ ୭୦ ପ୍ରତିଶତ ମତଦାନ ହୋଇଥିବା ନେଇ ପ୍ରାରମ୍ଭିକ ସୂଚନା ମିଳିଛି । ଶେଷ ପର୍ଯ୍ୟାୟରେ ୨୫ ଜିଲ୍ଲାରେ ୪୮ଟି ବ୍ଲକର ୧୩୧ ଜିଲ୍ଲାପରିଷଦ ଜୋନରେ ଭୋଟଗ୍ରହଣ ହୋଇଛି । ୯୭୫ ଗ୍ରାମ ପଞ୍ଚାୟତର ୧୩ ହଜାର ୫୧୪ ବୁଥରେ ହୋଇଛି ମତଦାନ । ୪୧ ଲକ୍ଷ ୮୮ ହଜାରରୁ ଅଧିକ ଭୋଟର ସେମାନଙ୍କ ମତାଧିକାର ସାବ୍ୟସ୍ତ କରିଛନ୍ତି । ମତଦାନ ଶେଷ ହେବା ସହ ଏବେ ଭୋଟ ଗଣତି ଉପରେ ସମସ୍ତଙ୍କର ନଜର ରହିବ । ଆସନ୍ତା ୨୬ ତାରିଖରୁ ୨୮ ତାରିଖ ଯାଏଁ ହେବ ଗଣତି ।

ଆହୁରି ପଢ଼ନ୍ତୁ: କୋର୍ଟରେ ଖାରଜ ହେଲା ନବୀନ ପଟ୍ଟନାୟକ ଓ ଭି.କେ. ପାଣ୍ଡିଆନଙ୍କ ବିରୋଧରେ ହେଲିକପ୍ଟର ଅପବ୍ୟବହାର ମାମଲା

କିଛି ସ୍ଥାନରେ ଆଇନଶୃଙ୍ଖଳା ପାଇଁ ମତଦାନ ବାଧାପ୍ରାପ୍ତ ହୋଇଛି । ଜିଲ୍ଲାପାଳଙ୍କ ଠାରୁ ରିପୋର୍ଟ ଆସିବା ପରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି କହିଛନ୍ତି ନିର୍ବାଚନ କମିଶନ । ତେବେ ପୋଲିସ କର୍ମଚାରୀଙ୍କ ଅକ୍ଳାନ୍ତ ପରିଶ୍ରମ ଯୋଗୁଁ ସୁରୁଖୁରରେ ଭୋଟିଂ ପ୍ରକ୍ରିୟା ଶେଷ ହୋଇଛି ବୋଲି ନିର୍ବାଚନ କମିଶନ କହିଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ପବିତ୍ର ଜନ୍ମାଷ୍ଟମୀ: ପ୍ରଭୁ ଶ୍ରୀକୃଷ୍ଣଙ୍କ ଦିବ୍ୟ ଧରାବତରଣ, ଶ୍ରୀମନ୍ଦିରରେ ସ୍ୱତନ୍ତ୍ର ନୀତିକାନ୍ତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର