ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ରକ୍ତଦାନ ଶିବିରରୁ ୭୦୦ ୟୁନିଟ୍ ରକ୍ତ ସଂଗୃହୀତ

The Sakala Picture
Published On

ଭୁବନେଶ୍ୱର: ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ଆନୁକୁଲ୍ୟରେ ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ହୋଇ ସର୍ବମୋଟ ୭୦୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଗଞ୍ଜାମ ଜିଲ୍ଲା ସୋରଡ଼ା ଅନ୍ତର୍ଗତ ଅମୃତୁଲ ଠାରେ ଅନୁଷ୍ଠିତ ଶିବିରରୁ ୫୦୧ ୟୁନିଟ୍ ଏବଂ ଗୋବରା ଗ୍ରାମପଞ୍ଚାୟତରେ ଅନୁଷ୍ଠିତ ଶିବିରରୁ ୧୭୭ ୟୁନିଟ୍ ରକ୍ତ ସଂଗ୍ରହ ହୋଇ ଜିଲ୍ଲାରେ ସମୁଦାୟ ୬୭୮ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଆସିକା ସାଂସଦ ପ୍ରମିଳା ବିଶୋୟୀ ଶିବିରକୁ ଉଦ୍‌ଘାଟନ କରି […]

ଭୁବନେଶ୍ୱର: ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ଆନୁକୁଲ୍ୟରେ ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ହୋଇ ସର୍ବମୋଟ ୭୦୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଗଞ୍ଜାମ ଜିଲ୍ଲା ସୋରଡ଼ା ଅନ୍ତର୍ଗତ ଅମୃତୁଲ ଠାରେ ଅନୁଷ୍ଠିତ ଶିବିରରୁ ୫୦୧ ୟୁନିଟ୍ ଏବଂ ଗୋବରା ଗ୍ରାମପଞ୍ଚାୟତରେ ଅନୁଷ୍ଠିତ ଶିବିରରୁ ୧୭୭ ୟୁନିଟ୍ ରକ୍ତ ସଂଗ୍ରହ ହୋଇ ଜିଲ୍ଲାରେ ସମୁଦାୟ ୬୭୮ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଆସିକା ସାଂସଦ ପ୍ରମିଳା ବିଶୋୟୀ ଶିବିରକୁ ଉଦ୍‌ଘାଟନ କରି ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କୁ ଜୀବନବିନ୍ଦୁ ଅଭିନନ୍ଦନପତ୍ର ପ୍ରଦାନ କରିଥିଲେ ।

ଆହୁରି ପଢ଼ନ୍ତୁ: ଆଜିଠୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଅନ୍ୟମାନଙ୍କ ମଧ୍ୟରେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ , ବିଜୁ ଯୁବ ଜନତା ଦଳ ଜିଲ୍ଲା ସଭାପତି ଲକ୍ଷ୍ମଣ କୁମାର ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାରେ ଆୟୋଜିତ ଏହି ଦୁଇଟି ଶିବିରକୁ ଜୀବନବିନ୍ଦୁ ଜିଲ୍ଲା ସଂଯୋଜକ ସୁବାସ ମହାରଣା ସଂଯୋଜନା କରିଥିଲେ ।

ଆହୁରି ପଢ଼ନ୍ତୁ: ରାଜ୍ୟସଭା ନିର୍ବାଚନ ପାଇଁ ନାମାଙ୍କନ ଭରିଲେ ସଂତୃପ୍ତ ମିଶ୍ର ଓ ଦତ୍ତେଶ୍ବର ହୋତା

ସେହିପରି ସୁନ୍ଦରଗଡ଼ର ବୀରମମିତ୍ରପୁରରେ ମଧ୍ୟ ରକ୍ତଦାନ ଶିବିର ଆୟୋଜନ ହୋଇ ୨୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଜିଲ୍ଲା ସଂଯୋଜକ କୁନବିହାରି ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ହେମା ଏକ୍କା ଆୟୋଜନ କରିଥିଲେ ।

ଆହୁରି ପଢ଼ନ୍ତୁ: ଡ୍ରପଆଉଟ୍‌ ପାଇଁ ଓଡ଼ିଶାରେ ବଢ଼ୁଛି ବାଲ୍ୟ ବିବାହ; ସାମାଜିକ ବିଧି ବ୍ୟବସ୍ଥା ଅନ୍ୟତମ ପ୍ରମୁଖ କାରଣ

26 Jul 2021 By The Sakala

ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ରକ୍ତଦାନ ଶିବିରରୁ ୭୦୦ ୟୁନିଟ୍ ରକ୍ତ ସଂଗୃହୀତ

ଭୁବନେଶ୍ୱର: ଓଡ଼ିଶା ମୋ ପରିବାର-ଜୀବନବିନ୍ଦୁ ଆନୁକୁଲ୍ୟରେ ଆଜି ରାଜ୍ୟରେ ବିଭିନ୍ନ ସ୍ଥାନରେ ରକ୍ତଦାନ ଶିବିରମାନ ଆୟୋଜନ ହୋଇ ସର୍ବମୋଟ ୭୦୦ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଗଞ୍ଜାମ ଜିଲ୍ଲା ସୋରଡ଼ା ଅନ୍ତର୍ଗତ ଅମୃତୁଲ ଠାରେ ଅନୁଷ୍ଠିତ ଶିବିରରୁ ୫୦୧ ୟୁନିଟ୍ ଏବଂ ଗୋବରା ଗ୍ରାମପଞ୍ଚାୟତରେ ଅନୁଷ୍ଠିତ ଶିବିରରୁ ୧୭୭ ୟୁନିଟ୍ ରକ୍ତ ସଂଗ୍ରହ ହୋଇ ଜିଲ୍ଲାରେ ସମୁଦାୟ ୬୭୮ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଆସିକା ସାଂସଦ ପ୍ରମିଳା ବିଶୋୟୀ ଶିବିରକୁ ଉଦ୍‌ଘାଟନ କରି ରକ୍ତଦାତାମାନଙ୍କୁ ଉତ୍ସାହିତ କରିବା ସହ ସେମାନଙ୍କୁ ଜୀବନବିନ୍ଦୁ ଅଭିନନ୍ଦନପତ୍ର ପ୍ରଦାନ କରିଥିଲେ ।

ଅନ୍ୟମାନଙ୍କ ମଧ୍ୟରେ ସୋରଡ଼ା ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ , ବିଜୁ ଯୁବ ଜନତା ଦଳ ଜିଲ୍ଲା ସଭାପତି ଲକ୍ଷ୍ମଣ କୁମାର ଚୌଧୁରୀ ପ୍ରମୁଖ ଉପସ୍ଥିତ ଥିଲେ । ଜିଲ୍ଲାରେ ଆୟୋଜିତ ଏହି ଦୁଇଟି ଶିବିରକୁ ଜୀବନବିନ୍ଦୁ ଜିଲ୍ଲା ସଂଯୋଜକ ସୁବାସ ମହାରଣା ସଂଯୋଜନା କରିଥିଲେ ।

ସେହିପରି ସୁନ୍ଦରଗଡ଼ର ବୀରମମିତ୍ରପୁରରେ ମଧ୍ୟ ରକ୍ତଦାନ ଶିବିର ଆୟୋଜନ ହୋଇ ୨୨ ୟୁନିଟ୍ ରକ୍ତ ସଂଗ୍ରହ ହୋଇଛି । ଜିଲ୍ଲା ସଂଯୋଜକ କୁନବିହାରି ଦାସଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି ଶିବିରକୁ ଜିଲ୍ଲା ପରିଷଦ ଅଧ୍ୟକ୍ଷ ହେମା ଏକ୍କା ଆୟୋଜନ କରିଥିଲେ ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର