କମିଲା ଦୈନିକ ସଂକ୍ରମଣ : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହେଲେ ୭୩୦ ପଜିଟିଭ୍‌

The Sakala Picture
Published On

ଭୁବନେଶ୍ବର : ରାଜ୍ୟରେ କରୋନା ଦୈନିକ ସଂକ୍ରମଣରେ ହ୍ରାସ ଘଟିଛି। ଗତକାଲି ପଜିଟିଭ୍‌ଙ୍କ ସଂଖ୍ୟା ୮ଶହ ପାର୍‌ କରିଥିବା ବେଳେ ଆଜି ଏହା କମିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୩୦ ପଜିଟିଭ୍‌।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ […]

ଭୁବନେଶ୍ବର : ରାଜ୍ୟରେ କରୋନା ଦୈନିକ ସଂକ୍ରମଣରେ ହ୍ରାସ ଘଟିଛି। ଗତକାଲି ପଜିଟିଭ୍‌ଙ୍କ ସଂଖ୍ୟା ୮ଶହ ପାର୍‌ କରିଥିବା ବେଳେ ଆଜି ଏହା କମିଛି। ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୭୩୦ ପଜିଟିଭ୍‌।ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୨୭ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୩୦୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୩୦ ଜଣ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି ।

ଆହୁରି ପଢ଼ନ୍ତୁ: ଦଣ୍ଡ ନାଚ ଦେଖି ଫେରିବାବେଳେ ବାଟରେ ଜଗିଥିଲା ଯମ, ସଡକ ଦୁର୍ଘଟଣାରେ ଚାଲିଗଲା ୨ ଜୀବନ

ଆଜି ରାଜ୍ୟରୁ ଚିହ୍ନଟ ହୋଇଥିବା ୭୩୦  ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪ଜଣ, ବାଲେଶ୍ୱର ଜିଲ୍ଲାରୁ ୮ଜଣ, ବରଗଡ଼ ଜିଲ୍ଲାରୁ ୩୭ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୮ଜଣ, ଦେବଗଡ଼ ଜିଲ୍ଲାରୁ ୬ଜଣ, ଗଜପତି ଜିଲ୍ଲାରୁ ୬ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩୪ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୯୬ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫ଜଣ, ନୟାଗଡ଼ ଜିଲ୍ଲାରୁ ୧୩ଜଣ, ନୂଆପଡ଼ା ଜିଲ୍ଲାରୁ ୧୫ଜଣ, ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୨୮ଜଣ, ସମ୍ବଲପୁର ଜିଲ୍ଲାରୁ ୮୮ଜଣ, ସୋନପୁର ଜିଲ୍ଲାରୁ ୧୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୫୭ଜଣ, ଷ୍ଟେଟ ପୁଲ୍‌ରୁ ୨୦ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୩,୧୮, ୮୭୫ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୮୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୩,୦୩, ୮୨୩ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୨୭୮୬୪୩୩ ସାମ୍ପୁଲ ଟେଷ୍ଟ୍ ହୋଇଛି ।

07 Aug 2022 By The Sakala

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର