ଭୁବନେଶ୍ବର ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ବାଧୀନତା ଦିବସ ସମାରୋହ, ପତାକା ଉତ୍ତୋଳନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ଏଥିପାଇଁ ସାରା ଦେଶ ସହ ରାଜଧାନୀ ଭୁବନେଶ୍ୱର ହୋଇଯାଇଛି ତ୍ରିରଙ୍ଗାମୟ । ଭୁବନେଶ୍ୱରର ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯିବ । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବେ । ପୂର୍ବାହ୍ନ ୯ଟା ବେଳେ ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବେ । […]

ଭୁବନେଶ୍ବର: ଆଜି ଦେଶ ପାଳୁଛି ୭୭ତମ ସ୍ୱାଧୀନତା ଦିବସ । ଏଥିପାଇଁ ସାରା ଦେଶ ସହ ରାଜଧାନୀ ଭୁବନେଶ୍ୱର ହୋଇଯାଇଛି ତ୍ରିରଙ୍ଗାମୟ । ଭୁବନେଶ୍ୱରର ୟୁନିଟ୍-୩ ଇଡକୋ ପ୍ରଦର୍ଶନୀ ପଡ଼ିଆରେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ପାଳନ କରାଯିବ । ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ପତାକା ଉତ୍ତୋଳନ କରିବେ । ପୂର୍ବାହ୍ନ ୯ଟା ବେଳେ ମୁଖ୍ୟମନ୍ତ୍ରୀ ଜାତୀୟ ପତାକା ଉତ୍ତୋଳନ କରିବା ସହ ଅଭିବାଦନ ଗ୍ରହଣ କରିବେ ।

ସ୍ବାଧୀନତା ଦିବସ ଅବସରରେ ରାଜଧାନୀରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ସୁରକ୍ଷା ଦାୟିତ୍ୱରେ ରହିଛନ୍ତି ୧୫ ପ୍ଲାଟୁନ ଫୋର୍ସ ଓ ୧୦୦ ଅଫିସର । ସେହିପରି ଡଗ୍‌ସ୍କ୍ବାର୍ଡ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍‌-କ୍ୟାଚର୍‌ ଟିମ୍‌ ଉପସ୍ଥିତ ରହି ସୁରକ୍ଷା ବ୍ୟବସ୍ଥାକୁ ଯାଞ୍ଚ କରିବେ ।

ସମାରୋହ ପାଇଁ ପାଞ୍ଚସ୍ତରୀୟ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ଡିସିପିଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନାରେ ଅତିରିକ୍ତ ଡିସିପି, ଏସିପି, ଇନ୍ସପେକ୍ଟର, ସବ୍ଇନ୍ସପେକ୍ଟର୍‌ ସୁରକ୍ଷା ବ୍ୟବସ୍ଥା ପରିଚାଳନା କରିବେ। ଟ୍ରାଫିକ୍‌ ପରିଚାଳନା ପାଇଁ ବ୍ୟାପକ ବନ୍ଦୋବସ୍ତ କରାଯାଇଛି । ଏହାସହ ବୋମା ନିଷ୍କ୍ରିୟକାରୀ ଦଳ, ସାର୍ପ ସୁଟର୍‌, ସାଦା ପୋଷାକଧାରୀ ପୁଲିସ, କୁଇକ୍ ରେସପନ୍ସ ଟିମ୍ ମୁତୟନ ରହିବେ । ସୁରକ୍ଷାକୁ ଦୃଷ୍ଟିରେ ରଖି ପ୍ରଦର୍ଶନୀ ପଡିଆ ଏବଂ ସଂଯୋଗ କରୁଥିବା ସମସ୍ତ ରାସ୍ତାକୁ ସିଲ୍ କରି ଦିଆଯାଇଛି । ଏହାସହ ପରେଡ଼ ସ୍ଥଳକୁ ସମ୍ପୂର୍ଣ୍ଣ ଭାବେ ସିସିଟିଭି ନିୟନ୍ତ୍ରଣକୁ ନିଆଯାଇଛି । କଣ୍ଟ୍ରୋଲ୍‌ ରୁମ୍‌ରୁ ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରାଯାଉଛି ।

About The Author: The Sakala