୭୩୦୩ ବୁଥରେ ଭୋଟ ଦେଉଛନ୍ତି ମତଦାତା, ସକାଳ ୯ଟା ସୁଦ୍ଧା ୯.୨୫ ପ୍ରତିଶତ ମତଦାନ

The Sakala Picture
Published On

ଭୁବନେଶ୍ବର : ଆଜି ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୪ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନ ପାଇଁ ଭୋଟରମାନେ ମତଦାନ କରୁଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସକାଳ ୯ଟା ସୁଦ୍ଧା ୯.୨୫ ପ୍ରତିଶତ ମତଦାନ ହୋଇଛି। ସକାଳ ୯ଟା ସୁଦ୍ଧା କୋରାପୁଟରେ ସର୍ବାଧିକ ୧୩.୧୨ପ୍ରତିଶତ, ଗଞ୍ଜାମରେ ସର୍ବନିମ୍ନ ଗଞ୍ଜାମରେ ୬.୮୧ପ୍ରତିଶତ ମତଦାନ ହୋଇଛି। ଏଥି ସହିତ […]

ଭୁବନେଶ୍ବର : ଆଜି ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୪ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନ ପାଇଁ ଭୋଟରମାନେ ମତଦାନ କରୁଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସକାଳ ୯ଟା ସୁଦ୍ଧା ୯.୨୫ ପ୍ରତିଶତ ମତଦାନ ହୋଇଛି।

ଆହୁରି ପଢ଼ନ୍ତୁ: ନିବେଶ ଅନୁକୂଳ ସୂଚୀରେ ଓଡ଼ିଶାକୁ ୫ମ ସ୍ଥାନ: ନବୀନ କହିଲେ, ବିଜେଡି ସରକାରଙ୍କ ୨୫ ବର୍ଷ ପ୍ରୟାସର ଫଳ

ସକାଳ ୯ଟା ସୁଦ୍ଧା କୋରାପୁଟରେ ସର୍ବାଧିକ ୧୩.୧୨ପ୍ରତିଶତ, ଗଞ୍ଜାମରେ ସର୍ବନିମ୍ନ ଗଞ୍ଜାମରେ ୬.୮୧ପ୍ରତିଶତ ମତଦାନ ହୋଇଛି। ଏଥି ସହିତ ଗଜପତିରେ ୧୦.୨ପ୍ରତିଶତ, କଳାହାଣ୍ଡିରେ ୯.୦୬ ପ୍ରତିଶତ, ମାଲକାନଗିରିରେ ୯.୧୫ ପ୍ରତିଶତ, ନବରଙ୍ଗପୁରରେ  ୮.୮୭ ପ୍ରତିଶତ, ନୂଆପଡ଼ାରେ ୯.୯୮ପ୍ରତିଶତ ଓ ରାୟଗଡ଼ାରେ ୭.୫୨ ପ୍ରତିଶତ ମତଦାନ ହୋଇଛି।

ଆହୁରି ପଢ଼ନ୍ତୁ: ବାହୁଡ଼ାଯାତ୍ରାରେ ଜଣେ ଭକ୍ତଙ୍କ ମୃତ୍ୟୁ: ରାଜ୍ୟ ସରକାରଙ୍କୁ କଡ଼ା ଭର୍ତ୍ସନା କଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ

https://www.youtube.com/watch?v=R9AeG15PHro

ଆହୁରି ପଢ଼ନ୍ତୁ: ରଥଯାତ୍ରା ପରିଚାଳନାରେ ସମ୍ପୂର୍ଣ୍ଣ ଫେଲ୍ ମାରିଛନ୍ତି
ରାଜ୍ୟ ସରକାର: ବିଜେଡି

ସେପଟେ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି ଆଜିର ଭୋଟିଂ ଥିମ ହେଉଛି ଭୋଟ ଦେଉଛି ଓଡିଶା । ୭୩୦୩ ବୁଥରେ ମତଦାତା ଭୋଟ ଦେଉଛନ୍ତି । ଭୋର ୫.୩୦ ମକ୍‌ ପୋଲ ହୋଇଛି । ମକ୍‌ ପୋଲ ସମୟରେ କିଛି ବୁଥରେ ଇଭିଏମ ଖରାପ ହୋଇଛି । ଏହାକୁ ରିପ୍ଲେସ କରାଯାଇଛି । ୭୩୦୩ ବୁଥରୁ ବାଲଟ ୟୁନିଟ ୫୨ ରିପ୍ଲେସ ହୋଇଛି । କଣ୍ଟ୍ରୋଲ ୟୁନିଟ ୫୮ ପରିବର୍ତ୍ତନ ହୋଇଛି । ଭିଭିପାଟ ୪୩ ପରିବର୍ତ୍ତନ ହୋଇଛି । ଏହା ମୋଟ ବୁଥର ୧ ପ୍ରତିଶତରୁ କମ । କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଅଧିକ ପରିବର୍ତ୍ତନ ହୋଇଛି । ଯେଉଁଠି ୧୦ ଟି ବାଲଟ ୟୁନିଟ, ୪୧ଟି କଣ୍ଟ୍ରୋଲ ୟୁନିଟ ଓ ୧୯ଟି ଭିଭିପାଟ ପରିବର୍ତ୍ତନ ହୋଇଛି । ଇଭିଏମ କମିଶନ ବେଳେ ଏଠାରେ ସମସ୍ୟା ରହିବ ବୋଲି ସୂଚନା ରହିଥିଲା । ସେଥିପାଇଁ ୫୦ ପ୍ରତିଶତ ଅଧିକ ଇଭିଏମ ସେଠାକୁ ଯୋଗାଯାଇଛି।  ମୁଖ୍ୟ ନିର୍ବାଚନ ଅଧିକାରୀ ଆହୁରି ମଧ୍ୟ କହିଛନ୍ତି ୪ ଲୋକସଭା କ୍ଷେତ୍ରର ସମସ୍ତ ଭୋଟରଙ୍କୁ ମୁଁ ଆଶ୍ୱସ୍ତ କରୁଛି । ଯେଉଁଠାରେ ଇଭିଏମ ତ୍ରୁଟି ହେବ ୩୦ ମିନିଟ ଭିତରେ ଆମେ ସମାଧାନ କରିଦେବୁ ।

ଅନ୍ୟପଟେ ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର କହିଛନ୍ତି ଭୋଟରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି । ପାଗ ଅନୁକୂଳ ଥିବାରୁ ବହୁ ଲୋକ ବୁଥ ଆଗରେ ଲମ୍ବା ଧାଡିରେ ଛିଡା ହୋଇଛନ୍ତି । ସ୍ୱାଭିମାନ ଅଞ୍ଚଳ ମାଲକାନଗିରିରେ ୨୦୧୯ ନିର୍ବାଚନରେ ୨୩ ବୁଥର ଜନସାଧାରଣ ବିଏସଏଫ କ୍ୟାମ୍ପରେ ଭୋଟ ଦେଇଥିଲେ । କିନ୍ତୁ ଏଥର ସେମାନେ ନିଜ ଗାଁ ରେ ଭୋଟ ଦେଉଛନ୍ତି । ଏହା ସବୁଠାରୁ ଅଧିକ ଖୁସିର କଥା । ୧୦ ଟି ବୁଥରେ ଭୋଟିଂ ଶୁନ୍ୟ ଥିଲା । ଏଥର ଲୋକ ବୁଥକୁ ଆସି ଭୋଟ ଦେବାକୁ ଛିଡ଼ା ହୋଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଆଇନ ଶୃଙ୍ଖଳା ବ୍ୟବସ୍ଥା ସୁଦୃଢ଼ ହୋଇଥିବାରୁ ଏହା ସମ୍ଭବ ହୋଇଛି । କୌଣସି ସ୍ଥାନରେ ଆଇନ ଶୃଙ୍ଖଳା ନେଇ ଅଭିଯୋଗ ଆସିନାହିଁ । ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି । ମୋବାଇଲ ପେଟ୍ରୋଲିଂ ଚାଲିଛି । ୫ ଲେୟାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଆଇନ ଶୃଙ୍ଖଳା ଏଡିଜି କହିଛନ୍ତି ।

13 May 2024 By The Sakala

୭୩୦୩ ବୁଥରେ ଭୋଟ ଦେଉଛନ୍ତି ମତଦାତା, ସକାଳ ୯ଟା ସୁଦ୍ଧା ୯.୨୫ ପ୍ରତିଶତ ମତଦାନ

ଭୁବନେଶ୍ବର : ଆଜି ଓଡ଼ିଶାର ପ୍ରଥମ ପର୍ଯ୍ୟାୟ ନିର୍ବାଚନ ପାଇଁ ଭୋଟ୍‌ ଗ୍ରହଣ ହେଉଛି। ରାଜ୍ୟର ପ୍ରଥମ ପର୍ଯ୍ୟାୟ ନିର୍ବାଚନରେ ୪ଟି ଲୋକସଭା ଆସନ ଓ ଏହା ଅନ୍ତର୍ଗତ ୨୮ ବିଧାନସଭା ଆସନ ପାଇଁ ଭୋଟରମାନେ ମତଦାନ କରୁଛନ୍ତି। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ସକାଳ ୯ଟା ସୁଦ୍ଧା ୯.୨୫ ପ୍ରତିଶତ ମତଦାନ ହୋଇଛି।

ସକାଳ ୯ଟା ସୁଦ୍ଧା କୋରାପୁଟରେ ସର୍ବାଧିକ ୧୩.୧୨ପ୍ରତିଶତ, ଗଞ୍ଜାମରେ ସର୍ବନିମ୍ନ ଗଞ୍ଜାମରେ ୬.୮୧ପ୍ରତିଶତ ମତଦାନ ହୋଇଛି। ଏଥି ସହିତ ଗଜପତିରେ ୧୦.୨ପ୍ରତିଶତ, କଳାହାଣ୍ଡିରେ ୯.୦୬ ପ୍ରତିଶତ, ମାଲକାନଗିରିରେ ୯.୧୫ ପ୍ରତିଶତ, ନବରଙ୍ଗପୁରରେ  ୮.୮୭ ପ୍ରତିଶତ, ନୂଆପଡ଼ାରେ ୯.୯୮ପ୍ରତିଶତ ଓ ରାୟଗଡ଼ାରେ ୭.୫୨ ପ୍ରତିଶତ ମତଦାନ ହୋଇଛି।

https://www.youtube.com/watch?v=R9AeG15PHro

ସେପଟେ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳ କହିଛନ୍ତି ଆଜିର ଭୋଟିଂ ଥିମ ହେଉଛି ଭୋଟ ଦେଉଛି ଓଡିଶା । ୭୩୦୩ ବୁଥରେ ମତଦାତା ଭୋଟ ଦେଉଛନ୍ତି । ଭୋର ୫.୩୦ ମକ୍‌ ପୋଲ ହୋଇଛି । ମକ୍‌ ପୋଲ ସମୟରେ କିଛି ବୁଥରେ ଇଭିଏମ ଖରାପ ହୋଇଛି । ଏହାକୁ ରିପ୍ଲେସ କରାଯାଇଛି । ୭୩୦୩ ବୁଥରୁ ବାଲଟ ୟୁନିଟ ୫୨ ରିପ୍ଲେସ ହୋଇଛି । କଣ୍ଟ୍ରୋଲ ୟୁନିଟ ୫୮ ପରିବର୍ତ୍ତନ ହୋଇଛି । ଭିଭିପାଟ ୪୩ ପରିବର୍ତ୍ତନ ହୋଇଛି । ଏହା ମୋଟ ବୁଥର ୧ ପ୍ରତିଶତରୁ କମ । କଳାହାଣ୍ଡି ଲୋକସଭା କ୍ଷେତ୍ରରେ ଅଧିକ ପରିବର୍ତ୍ତନ ହୋଇଛି । ଯେଉଁଠି ୧୦ ଟି ବାଲଟ ୟୁନିଟ, ୪୧ଟି କଣ୍ଟ୍ରୋଲ ୟୁନିଟ ଓ ୧୯ଟି ଭିଭିପାଟ ପରିବର୍ତ୍ତନ ହୋଇଛି । ଇଭିଏମ କମିଶନ ବେଳେ ଏଠାରେ ସମସ୍ୟା ରହିବ ବୋଲି ସୂଚନା ରହିଥିଲା । ସେଥିପାଇଁ ୫୦ ପ୍ରତିଶତ ଅଧିକ ଇଭିଏମ ସେଠାକୁ ଯୋଗାଯାଇଛି।  ମୁଖ୍ୟ ନିର୍ବାଚନ ଅଧିକାରୀ ଆହୁରି ମଧ୍ୟ କହିଛନ୍ତି ୪ ଲୋକସଭା କ୍ଷେତ୍ରର ସମସ୍ତ ଭୋଟରଙ୍କୁ ମୁଁ ଆଶ୍ୱସ୍ତ କରୁଛି । ଯେଉଁଠାରେ ଇଭିଏମ ତ୍ରୁଟି ହେବ ୩୦ ମିନିଟ ଭିତରେ ଆମେ ସମାଧାନ କରିଦେବୁ ।

ଅନ୍ୟପଟେ ଆଇନ ଶୃଙ୍ଖଳା ଏଡିଜି ସଞ୍ଜୟ କୁମାର କହିଛନ୍ତି ଭୋଟରଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳୁଛି । ପାଗ ଅନୁକୂଳ ଥିବାରୁ ବହୁ ଲୋକ ବୁଥ ଆଗରେ ଲମ୍ବା ଧାଡିରେ ଛିଡା ହୋଇଛନ୍ତି । ସ୍ୱାଭିମାନ ଅଞ୍ଚଳ ମାଲକାନଗିରିରେ ୨୦୧୯ ନିର୍ବାଚନରେ ୨୩ ବୁଥର ଜନସାଧାରଣ ବିଏସଏଫ କ୍ୟାମ୍ପରେ ଭୋଟ ଦେଇଥିଲେ । କିନ୍ତୁ ଏଥର ସେମାନେ ନିଜ ଗାଁ ରେ ଭୋଟ ଦେଉଛନ୍ତି । ଏହା ସବୁଠାରୁ ଅଧିକ ଖୁସିର କଥା । ୧୦ ଟି ବୁଥରେ ଭୋଟିଂ ଶୁନ୍ୟ ଥିଲା । ଏଥର ଲୋକ ବୁଥକୁ ଆସି ଭୋଟ ଦେବାକୁ ଛିଡ଼ା ହୋଇଥିବା ଜିଲ୍ଲାପାଳ ସୂଚନା ଦେଇଛନ୍ତି । ଆଇନ ଶୃଙ୍ଖଳା ବ୍ୟବସ୍ଥା ସୁଦୃଢ଼ ହୋଇଥିବାରୁ ଏହା ସମ୍ଭବ ହୋଇଛି । କୌଣସି ସ୍ଥାନରେ ଆଇନ ଶୃଙ୍ଖଳା ନେଇ ଅଭିଯୋଗ ଆସିନାହିଁ । ସମ୍ବେଦନଶୀଳ ଅଞ୍ଚଳରେ ସୁରକ୍ଷା ବ୍ୟବସ୍ଥା କଡାକଡି ହୋଇଛି । ମୋବାଇଲ ପେଟ୍ରୋଲିଂ ଚାଲିଛି । ୫ ଲେୟାରରେ ସୁରକ୍ଷା ବ୍ୟବସ୍ଥା କରାଯାଇଛି ବୋଲି ଆଇନ ଶୃଙ୍ଖଳା ଏଡିଜି କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର