ମନୋରଞ୍ଜନ
ନବୀନ ନିବାସରେ ୯ ବିଜେଡି ବିଧାୟକ; ଲୋକଙ୍କ ସମସ୍ୟାର ସମାଧାନ ଲାଗି ନବୀନଙ୍କ ପରାମର୍ଶ
ଭୁବନେଶ୍ୱର: ମଙ୍ଗଳବାର ସନ୍ଧ୍ୟାରେ ନବୀନ ନିବାସରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ବିଜେଡିର ୯ ଜଣ ବିଧାୟକ। ଏହି ଅବସରରେ ବିଧାୟକମାନେ ସେମାନଙ୍କ ନିର୍ବାଚନ ମଣ୍ଡଳୀର ସମସ୍ୟା ଓ ଦଳୀୟ ସଂଗଠନ ସମ୍ପର୍କରେ ବିସ୍ତୃତ ଆଲୋଚନା କରିଛନ୍ତି। ତୃଣମୂଳ ସ୍ତରରେ ଦଳର ସଂଗଠନକୁ ମଜଭୁତ କରିବା ସହ ସାଧାରଣ ଲୋକଙ୍କ ସମସ୍ୟାର ଅଗ୍ରାଧିକାର ଭିତ୍ତିରେ ସମାଧାନ କରିବାକୁ ଶ୍ରୀ ପଟ୍ଟନାୟକ ବିଧାୟକମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ସାକ୍ଷାତ ସମୟରେ ଶ୍ରୀ ପଟ୍ଟନାୟକ ସେମାନଙ୍କ ନିର୍ବାଚନ ମଣ୍ଡଳୀର ବିକାଶ କାମ ବିଷୟରେ ପଚାରି ବୁଝିଛନ୍ତି। ବିଜୁ ଜନତା ଦଳର ଆଦର୍ଶରେ ଲୋକଙ୍କ ସେବା ଜାରି ରଖିବା ପାଇଁ ଶ୍ରୀ ପଟ୍ଟନାୟକ ଏହି ଅବସରରେ ବିଧାୟକ ମାନଙ୍କୁ ପରାମର୍ଶ ଦେଇଛନ୍ତି। ଏହି ଅବସରରେ ବିଧାୟିକା ମନୋରମା ମହାନ୍ତି , ନିରଞ୍ଜନ ପୂଜାରୀ, ଅଶ୍ୱିନୀ ପାତ୍ର, ବ୍ରଜକିଶୋର ପ୍ରଧାନ, ବ୍ୟୋମକେଶ ରାୟ, ସଂଜୀବ ମଲ୍ଲିକ, ଚକ୍ରମଣି କହଁର, ଗୌତମ ବୁଦ୍ଧ ଦାସ ଓ ମାଧବ ଧଡ଼ା ପ୍ରମୁଖ ଉପସ୍ଥିତ ଥିଲେ। ସୂଚନାଯୋଗ୍ୟ ଯେ ସୋମବାର ମଧ୍ୟ ବିଭିନ୍ନ ନିର୍ବାଚନମଣ୍ଡଳୀର ୧୦ ବିଜେଡି ବିଧାୟକ ନବୀନଙ୍କୁ ସାକ୍ଷାତ କରିଥିଲେ।





