୯ଟି ବିପର୍ଯ୍ୟୟ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷିତ

ଭୁବନେଶ୍ୱର:ଅଦିନିଆ ବର୍ଷାକୁ ରାଜ୍ୟ ସରକାର ରାଜ୍ୟଭିତ୍ତିକ ବିପର୍ଯ୍ୟୟ (State Specific Disaster) ଭାବେ ଗ୍ରହଣ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି। ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ (State Disaster Response Fund) ସହାୟତା ପାଇ ପାରିବେ। SDRF ର ବାର୍ଷିକ ଆବଣ୍ଟନର (Annual Allocation) ସର୍ବାଧିକ ୧୦ ପ୍ରତିଶତ ଅର୍ଥ ଏଥିପାଇଁ ବିନିଯୋଗ ହୋଇପାରିବ । ସୂଚନାଯୋଗ୍ୟ ଯେ, ୨୦୨୪ […]

ଭୁବନେଶ୍ୱର:ଅଦିନିଆ ବର୍ଷାକୁ ରାଜ୍ୟ ସରକାର ରାଜ୍ୟଭିତ୍ତିକ ବିପର୍ଯ୍ୟୟ (State Specific Disaster) ଭାବେ ଗ୍ରହଣ କରିଛନ୍ତି । ଏ ସଂକ୍ରାନ୍ତୀୟ ପ୍ରସ୍ତାବକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅନୁମୋଦନ ଦେଇଛନ୍ତି।

ଏହାଦ୍ୱାରା ଓଡ଼ିଶାର କୃଷକମାନେ ଅଦିନିଆ ବର୍ଷାରେ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ (State Disaster Response Fund) ସହାୟତା ପାଇ ପାରିବେ। SDRF ର ବାର୍ଷିକ ଆବଣ୍ଟନର (Annual Allocation) ସର୍ବାଧିକ ୧୦ ପ୍ରତିଶତ ଅର୍ଥ ଏଥିପାଇଁ ବିନିଯୋଗ ହୋଇପାରିବ ।

ସୂଚନାଯୋଗ୍ୟ ଯେ, ୨୦୨୪ ଡିସେମ୍ୱର ମାସରେ ଅଦିନିଆ ବର୍ଷା ଯୋଗୁଁ ରାଜ୍ୟର ୨୨, ୭୯୧ ହେକ୍ଟର ଜମିରେ ଫସଲ ନଷ୍ଟ ହୋଇଥିଲା ଏବଂ ପ୍ରାୟ ୬.୬୬ ଲକ୍ଷ ଚାଷୀ ପ୍ରଭାବିତ ହୋଇଥିଲେ। ମୁଖ୍ୟମନ୍ତ୍ରୀ ଏହାକୁ ସ୍ୱତନ୍ତ୍ର ଭାବେ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଘୋଷଣା କରି ଚାଷୀମାନଙ୍କୁ ୨୯୧ କୋଟି ଟଙ୍କାର ସହାୟତା କୃଷି ଇନ୍‍ପୁଟ ରିହାତି ଆକାରରେ ପ୍ରଦାନ କରିଥିଲେ ।

ବର୍ତ୍ତମାନ ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଦ୍ୱାରା ଅଦିନିଆ ବର୍ଷା ସ୍ଥାୟୀ ଭାବେ ଏକ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଗୃହୀତ ହେଲା ଏବଂ ରାଜ୍ୟ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ଏଥିପାଇଁ କୃଷକମାନଙ୍କୁ ସହାୟତା ପ୍ରଦାନ କରାଯାଇପାରିବ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ୮ଟି ବିପର୍ଯ୍ୟୟକୁ ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷଣା କରାଯାଇଛି । ଏ ଗୁଡ଼ିକ ହେଲା ବଜ୍ରପାତ, ଗ୍ରୀଷ୍ମ ପ୍ରବାହ, ଘୂର୍ଣ୍ଣିଝଡ଼ (Whirl Wind),  ଟର୍ନାଡୋ, ପ୍ରବଳ ବର୍ଷା ଏବଂ ବନ୍ୟା ନଥିବା ସମୟରେ ଡଙ୍ଗା ଦୁର୍ଘଟଣା, ପାଣିରେ ବୁଡ଼ି ମୃତ୍ୟୁ ହେବା ଓ ସର୍ପାଘାତ। ଅଦିନିଆ ବର୍ଷା ବିପର୍ଯ୍ୟୟ ଘୋଷିତ ହେବା ପରେ ବର୍ତ୍ତମାନ ସମୁଦାୟ ୯ଟି ରାଜ୍ୟଭିତ୍ତିକ ବିପର୍ଯ୍ୟୟ ଭାବେ ଘୋଷିତ ହେଲା । ଏହାବ୍ୟତୀତ କେନ୍ଦ୍ର ସରକାର ମଧ୍ୟ ୧୨ଟି ବିପର୍ଯ୍ୟୟ ଘୋଷଣା କରିଛନ୍ତି ।

About The Author: The Sakala