ଦିନକୁ ଦିନ ବେକାବୁ ହେଉଛି ସ୍କ୍ରବ ଟାଇଫସ, ସୁନ୍ଦରଗଡ଼ରେ ଆଉ ୯ ଜଣ ନୂଆ ଆକ୍ରାନ୍ତ ଚିହ୍ନଟ

The Sakala Picture
Published On

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ କାୟା ମେକାଉଛି ସ୍କ୍ରବ ଟାଇଫସ । ୨୪ ଘଣ୍ଟା ମଧ୍ୟରେ ପୁଣି ୯ ଜଣ ଆକ୍ରାନ୍ତ ଚିହ୍ନଟ। ୪୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପରେ ୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୦କୁ ବୃଦ୍ଧି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ICUରେ ଚିକିତ୍ସାଧୀନ ଅଛନ୍ତି । ଯଥେଷ୍ଟ ଔଷଧ ମହଜୁଦ ରହିଛି । ଭୟ କରିବାର କିଛି ନାହିଁ। […]

ସୁନ୍ଦରଗଡ଼: ସୁନ୍ଦରଗଡ଼ରେ କାୟା ମେକାଉଛି ସ୍କ୍ରବ ଟାଇଫସ । ୨୪ ଘଣ୍ଟା ମଧ୍ୟରେ ପୁଣି ୯ ଜଣ ଆକ୍ରାନ୍ତ ଚିହ୍ନଟ। ୪୯ ଜଣଙ୍କ ରକ୍ତ ନମୁନା ପରୀକ୍ଷା ପରେ ୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୩୦କୁ ବୃଦ୍ଧି । ପୂର୍ବରୁ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଉ ଜଣେ ଗୁରୁତର ICUରେ ଚିକିତ୍ସାଧୀନ ଅଛନ୍ତି । ଯଥେଷ୍ଟ ଔଷଧ ମହଜୁଦ ରହିଛି । ଭୟ କରିବାର କିଛି ନାହିଁ। ଲକ୍ଷଣ ଜଣା ପଡ଼ିଲେ ଡାକ୍ତର ପରାମର୍ଶ ନେବା ପାଇଁ CDMOଙ୍କ ପରାମର୍ଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ସ୍ତ୍ରୀ ମୃତ୍ୟୁର ଦିନକ ପରେ ସାପ କାମୁଡ଼ାରେ ଚାଲିଗଲା ସ୍ୱାମୀଙ୍କ ଜୀବନ

ସେହିପରି ଗତକାଲି ବଲାଙ୍ଗୀର ଜିଲ୍ଲାରେ ଗତ ଦୁଇମାସ ଭିତରେ ମୋଟ୍ ୩୩୭ ସ୍କ୍ରବ୍ ଟାଇଫସ୍‌ ରୋଗୀ ଚିହ୍ନଟ ହୋଇଛନ୍ତି। ଏହା ରାଜ୍ୟରେ ସର୍ବାଧିକ। ଗତ ଅଗଷ୍ଟ ମାସରେ ୧୭୨ ଓ ସେପ୍ଟେମ୍ବର ମାସରେ ଏଯାଏ ୧୬୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଭାରପ୍ରାପ୍ତ ମୁଖ୍ୟ ଜିଲ୍ଲା ଚିକିତ୍ସା ଅଧିକାରୀ କୁବେର ଚନ୍ଦ୍ର ମହନ୍ତ ସୂଚନା ଦେଇଥିଲେ। ସେ କହିଛନ୍ତି ଯେ ଏହା ଏକ ବର୍ଷାକାଳୀନ ରୋଗ। ଆଗରୁ ଏହା ଥିଲା। ପୁଣି ଏହି ରୋଗ ଫେରିଛି। ଏଥିଲାଗି ଭୟଭୀତ ନ ହୋଇ ବରଂ ଡାକ୍ତରଙ୍କ ପରାମର୍ଶ ନେଇ ଚିକିତ୍ସା ନିଅନ୍ତୁ।

ଆହୁରି ପଢ଼ନ୍ତୁ: ମା' ସମଲେଶ୍ୱରୀଙ୍କ ନିକଟରେ ନବାନ୍ନ ଲାଗିବା ପାଇଁ ବାହାରିଲା ଲଗ୍ନ, ସେପ୍ଟମ୍ବର ୧୫ରେ ନୂଆଁଖାଇ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର