ଭୁବନେଶ୍ବରରେ ୧୨ ବର୍ଷୀୟ ନାବାଳିକାଙ୍କୁ ଜବରଦସ୍ତ ବିବାହ କରାଯାଉଥିବା ଅଭିଯୋଗ, ବରକୁ ଉଠାଇନେଲା ପୋଲିସ

The Sakala Picture
Published On

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ୧୨ ବର୍ଷୀୟା ନାବାଳିକାଙ୍କୁ ଜବରଦସ୍ତ ବିବାହ କରାଯାଉଥିବା ଅଭିଯୋଗ । ୧୨ ବର୍ଷୀୟ ନାବାଳିକାଙ୍କୁ ବିବାହ କରୁଥିଲେ ୨୨ ବର୍ଷୀୟ ଯୁବକ । ଏ ନେଇ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । କୁଆଖାଇ ନଦୀକୂଳ ତାରିଣୀ ମନ୍ଦିରରେ ବିବାହ ଚାଲିଥିବାବେଳେ ବାହାଘରକୁ ବନ୍ଦ କରିବା ସହିତ ବରକୁ ଉଠାଇ ନେଇଛି ମଞ୍ଚେଶ୍ବର ଥାନା ପୋଲିସ । ପୋଲିସ ଉଭୟ ଝିଅ ଓ ବରଘର ପରିବାରଙ୍କୁ ପଚରାଉଚରା କରୁଛି । ସେପଟେ […]

ଭୁବନେଶ୍ବର: ରାଜଧାନୀ ଭୁବନେଶ୍ବରରେ ୧୨ ବର୍ଷୀୟା ନାବାଳିକାଙ୍କୁ ଜବରଦସ୍ତ ବିବାହ କରାଯାଉଥିବା ଅଭିଯୋଗ । ୧୨ ବର୍ଷୀୟ ନାବାଳିକାଙ୍କୁ ବିବାହ କରୁଥିଲେ ୨୨ ବର୍ଷୀୟ ଯୁବକ । ଏ ନେଇ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟ ଲୋକେ । କୁଆଖାଇ ନଦୀକୂଳ ତାରିଣୀ ମନ୍ଦିରରେ ବିବାହ ଚାଲିଥିବାବେଳେ ବାହାଘରକୁ ବନ୍ଦ କରିବା ସହିତ ବରକୁ ଉଠାଇ ନେଇଛି ମଞ୍ଚେଶ୍ବର ଥାନା ପୋଲିସ ।

ଆହୁରି ପଢ଼ନ୍ତୁ: ଦର୍ଶକଙ୍କ ପାଇଁ ଖୋଲିଲା ନୂଆ ରୂପର 'କଳିଙ୍ଗ ଷ୍ଟୁଡିଓ': ସ୍ନୋ ପାର୍କ ସହ ନେବେ ଭୂତ ବଙ୍ଗଳାର ମଜା, ଜାଣନ୍ତୁ ଟିକେଟ୍ ଦର

ପୋଲିସ ଉଭୟ ଝିଅ ଓ ବରଘର ପରିବାରଙ୍କୁ ପଚରାଉଚରା କରୁଛି । ସେପଟେ ଏନେଇ ଚାଇଲଡ ଲାଇନ ପକ୍ଷରୁ ଏକ କେସ୍ ରୁଜୁ କରାଯାଇଛି । ଖବର ପାଇ ସିଡିପିଓ, ବିଏମସି ଓ ରୁଚିକା ସମାଜମଙ୍ଗଳ ସଂଗଠନର କର୍ମକର୍ତ୍ତା ମାନେ କୁଆଖାଇ ନଦୀ ପଠାରେ ଥିବା ରାଧାକୃଷ୍ଣ ମନ୍ଦିରଠାରେ ଏହି ବାଲ୍ୟ ବିବାହକୁ ରୋକିଛନ୍ତି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ଲଜ୍ଜା: ଦୁଷ୍କର୍ମ ଅଭିଯୋଗରେ ସମ୍ପର୍କୀୟ ଦାଦାଙ୍କୁ ବାନ୍ଧିଲା ମହିଳା ଥାନା ପୋଲିସ

ତଦନ୍ତବେଳେ ଜଣାପଡ଼ିଛି ଗଞ୍ଜାମ ଦିଗପହଣ୍ଡି ଅଞ୍ଚଳର ନାବାଳିକା ଜଣକୁ ଗଞ୍ଜାମ ଗୋଳନ୍ଥରା ଅଞ୍ଚଳର ୨୨ ବର୍ଷର ଯୁବକ ବଳପୂର୍ବକ ବିବାହ କରୁଥିଲେ । ସୂଚନା ପାଇ ଖୋର୍ଦ୍ଧା ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀଙ୍କ ସୂଚନା ଅନୁସାରେ ବାଲ୍ୟ ବିବାହ ନିରୋଧ ଅଧିକାରୀଙ୍କ ନେତୃତ୍ବରେ ଗୋଟିଏ ଦଳ ଗଠନ କରାଯାଇ ଏହି ବାଲ୍ୟ ବିବାହକୁ ବନ୍ଦ କରାଯାଇଥିଲା । ଉଭୟ ବର କନ୍ୟାଙ୍କ ପିତାମାତା ଭୁବନେଶ୍ୱରର ବମିଖାଲ ଅଞ୍ଚଳରେ ରହୁଛନ୍ତି । କୁଆଖାଇ ପଠାର ଏକ ନିକାଞ୍ଚନ ଜାଗାରେ ଥିବା ଏହି ମନ୍ଦିରକୁ ବାଛି ସେମାନେ ବାଲ୍ୟ ବିବାହ କରାଉଥିବାବେଳେ ବରକନ୍ୟାଙ୍କୁ ଉଦ୍ଧାର କରାଯାଇଛି । କନ୍ୟା ନାବାଳିକା ହୋଇଥିବାରୁ ତାଙ୍କୁ ଭୁବନେଶ୍ୱର ଅତିରିକ୍ତ ଶିଶୁ କଲ୍ୟାଣ ସମିତିରେ ଉପସ୍ଥିତ କରାଯାଇଛି ।

ଆହୁରି ପଢ଼ନ୍ତୁ: ସମ୍ଭାବ୍ୟ ବାତ୍ୟା ପାଇଁ ରାଷ୍ଟ୍ରପତିଙ୍କ ରାଇରଙ୍ଗପୁର ଗସ୍ତରେ ପରିବର୍ତ୍ତନ, ନଭେମ୍ୱର ୪ରେ ଆସିପାରନ୍ତି ରାଷ୍ଟ୍ରପତି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର