କାରଣ ଦର୍ଶାଅ ନୋଟିସ୍ ପ୍ରାୟୋଜିତ! ସୁରଙ୍କ ବିରୋଧରେ ଚାଲିଛି ଶୀତଳ ଷଡଯନ୍ତ୍ର

The Sakala Picture
Published On

ଭୁବନେଶ୍ବର: ରାଜ୍ୟ କଂଗ୍ରେସର ଖୁବ୍‌ଶୀଘ୍ର ନବକଳେବର ହେବାକୁ ଯାଉଛି। ପିସିସି ସହ ବିଧାୟକ ଦଳ ନେତାର ରୂପରେଖ ମଧ୍ୟ ବଦଳିବାକୁ ଯାଉଛି। କିଛିଦିନ ପୂର୍ବରୁ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏବଂ ମୁଖ୍ୟ ସଚେତକ ତାରା ପ୍ରସାଦ ବାହିନୀପତି ଇସ୍ତଫା ଦେଇଥିବା କୁହାଯାଉଛି। ଉଭୟ ନେତା ଇସ୍ତଫା ଖବରକୁ ଖଣ୍ଡନ କରିନାହାନ୍ତି । ଇତି ମଧ୍ୟରେ ଆଉ ଏକ ଦଳୀୟ ସୂଚନା କଂଗ୍ରେସ ଅଭ୍ୟନ୍ତର ରାଜନୀତିକୁ ସରଗରମ କରିଛି । ବରିଷ୍ଠତା ଦୃଷ୍ଟିରୁ ସୁରେଶ କୁମାର […]

ଭୁବନେଶ୍ବର: ରାଜ୍ୟ କଂଗ୍ରେସର ଖୁବ୍‌ଶୀଘ୍ର ନବକଳେବର ହେବାକୁ ଯାଉଛି। ପିସିସି ସହ ବିଧାୟକ ଦଳ ନେତାର ରୂପରେଖ ମଧ୍ୟ ବଦଳିବାକୁ ଯାଉଛି। କିଛିଦିନ ପୂର୍ବରୁ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏବଂ ମୁଖ୍ୟ ସଚେତକ ତାରା ପ୍ରସାଦ ବାହିନୀପତି ଇସ୍ତଫା ଦେଇଥିବା କୁହାଯାଉଛି। ଉଭୟ ନେତା ଇସ୍ତଫା ଖବରକୁ ଖଣ୍ଡନ କରିନାହାନ୍ତି । ଇତି ମଧ୍ୟରେ ଆଉ ଏକ ଦଳୀୟ ସୂଚନା କଂଗ୍ରେସ ଅଭ୍ୟନ୍ତର ରାଜନୀତିକୁ ସରଗରମ କରିଛି ।

ଆହୁରି ପଢ଼ନ୍ତୁ: ଉଚ୍ଚଶିକ୍ଷା ପାଇଁ ଏଚ୍ଆଇଭି ପ୍ରଭାବିତ ଛାତ୍ରଛାତ୍ରୀଙ୍କୁ ମିଳିବ ଆର୍ଥିକ ସହାୟତା: ଓସାକ୍ସ ଓ ଉଚ୍ଚଶିକ୍ଷା ବିଭାଗର ବଡ଼ ପଦକ୍ଷେପ

ବରିଷ୍ଠତା ଦୃଷ୍ଟିରୁ ସୁରେଶ କୁମାର ରାଉତରାୟଙ୍କୁ କାଳେ ହାଇକମାଣ୍ଡ ବିଧାୟକ ଦଳ ନେତା ଘୋଷଣା କରିଦେବେ । ଏହାକୁ ଦୃଷ୍ଟିରେ ରଖି ତାଙ୍କୁ ଉଦ୍ଦେଶ୍ୟ ପ୍ରଣୋଦିତ ଭାବେ ତାଙ୍କୁ କାରଣ ଦର୍ଶାଅ ନୋଟିସ୍ ଜାରି କରାଯାଇଥିବା ଜନୈକ କଂଗ୍ରେସ ନେତା ନାମ ଗୋପନ ରଖିବା ସର୍ଗରେ କହିଛନ୍ତି। କୌଣସି ବିଶୃଙ୍ଖଳା ହେଲେ ଶୃଙ୍ଖଳା କମିଟି ବୈଠକ ଡକାଇ କାରଣ ଦର୍ଶାଅ ନୋଟିସ୍ ଜାରି କରିବା କଥା। ମାତ୍ର ସିଧାସଳଖ ପିସିସି ସଭାପତିଙ୍କ ଦ୍ବାରା ନୋଟିସ୍ କରାଯିବା ପରମ୍ପରା ନୁହେଁ । ଏହା ପରଦିନ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଏକ ମନ୍ତବ୍ୟରେ କହିଥିଲେ, ସୁର ବାବୁ ଜଣେ ବରିଷ୍ଠ ନେତା ଓ ବିଧାୟକ । ସେ ଜଣେ ଏଆଇସିସି ମେମ୍ବର। ତେଣୁ ଏପରି ମନ୍ତବ୍ୟ ଦେବା ଠିକ୍ ନାହିଁ । ସେ କାରଣ ଦର୍ଶାଅ ନୋଟିସ୍‌ର ଉତ୍ତର ରଖନ୍ତୁ, ତାଙ୍କର ବିଚାର ଏଆଇସିସି କରିବ। ରାତିଅଧିଆ ନୋଟିସ୍ ସହ ନିରଞ୍ଜନଙ୍କ ଏହି ମନ୍ତବ୍ୟ କ’ଣ ସୁରଙ୍କ ବିରୋଧରେ ଏକ ଶୀତଳ ଷଡଯନ୍ତ୍ର । ଏଆଇସିସି ଯଦି ଶ୍ରୀ ରାଉତରାୟଙ୍କ ନାଁ ବିଚାର କରିବ, ତେବେ ଏହି କାରଣ ଦର୍ଶାଅ ନୋଟିସ୍‌ର ଦ୍ବାହି ଦେଇ ତାଙ୍କ ନିଯୁକ୍ତି ଉପରେ ରୋକ୍ ଲଗାଯାଇ ପାରିବ ବୋଲି ସେ କହିଛନ୍ତି ।

ଆହୁରି ପଢ଼ନ୍ତୁ: କନ୍ଧମାଳରେ ସଶସ୍ତ୍ର ଲୁଟେରା ଗ୍ୟାଙ୍ଗ୍‌ ଠାବ: ୩ ଗିରଫ, ବନ୍ଧୁକ ସହ ବିପୁଳ ପରିମାଣର ଗଞ୍ଜେଇ ଜବତ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର