ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୮ ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୮ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ୯ ତାରିଖ ସକାଳ ଆଡ଼କୁ ସେହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ସାମୁଦ୍ରିକ ଝଡର ରୂପ ନେବ । ପରବର୍ତ୍ତୀ ସମୟରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବାର ଆଶଙ୍କା ରହିଛି । […]

ଭୁବନେଶ୍ୱର: ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ୮ତାରିଖ ସୁଦ୍ଧା ଲଘୁଚାପର ରୂପ ନେବା ସମ୍ଭାବନା ରହିଛି । ୯ ତାରିଖ ସକାଳ ଆଡ଼କୁ ସେହି ଲଘୁଚାପ କ୍ଷେତ୍ରଟି ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ। ୯ ତାରିଖ ବେଳକୁ ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତୀ ସମୟରେ ସାମୁଦ୍ରିକ ଝଡର ରୂପ ନେବ । ପରବର୍ତ୍ତୀ ସମୟରେ ଏହା ସାମୁଦ୍ରିକ ଝଡ଼ର ରୂପ ନେବାର ଆଶଙ୍କା ରହିଛି । ଏନେଇ ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ ।

ତେବେ ଏବେ ସୁଦ୍ଧା ଏହାର ଗତିପଥ ସ୍ପଷ୍ଟ ହୋଇନାହିଁ । ଲଘୁଚାପ ସୃଷ୍ଟି ହେଲେ ଗତିପଥ ସ୍ପଷ୍ଟ ହେବ । ବର୍ତ୍ତମାନ କୌଣସି ଉପକୂଳ ପାଇଁ କୌଣସି ଚେତାବନୀ ନାହିଁ । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ଯାଇ ଏହି ସାମୁଦ୍ରିକ ବାତ୍ୟା ଗତିପଥ ଓ ତୀବ୍ରତା ସଂକ୍ରାନ୍ତ ସବିଶେଷ ତଥ୍ୟ ଜଣାଇ ଦିଆଯିବ ବୋଲି ପାଣିପାଗ ବିଭାଗ କହିଛି।

ଘୂର୍ଣ୍ଣିବଳୟ ପ୍ରଭାବରେ ୮ରୁ ୧୨ ତାରିଖ ପର୍ଯ୍ୟନ୍ତ ଅଧିକାଂଶ ସ୍ଥାନରେ ମଧ୍ୟମ ଧରଣର ଏବଂ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହିପରି ୮ରୁ ୧୧ ତାରିଖ ପର୍ଯ୍ୟନ୍ତ ବିକ୍ଷିପ୍ତ ବର୍ଷା ସାଙ୍ଗକୁ ସ୍ଥାନେ ସ୍ଥାନେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇପାରେ। ୧୦ ତାରିଖ ଦିନ ଆଣ୍ଡାମାନ ଓ ନିକୋବର ଦ୍ବୀପପୁଞ୍ଜରେ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଅଛି ବୋଲି ପାଣିପାଗ ବିଭାଗ କହିଛି।

About The Author: The Sakala