ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର

The Sakala Picture
Published On

ଭୁବନେଶ୍ବର: ସୃଷ୍ଚି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର – ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି।  ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ। ବର୍ଷାର ପରିମାଣ ବଢିବ। ସୂଚନା ଅନୁଯାୟୀ, ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ତୀବ୍ର-ବୃଷ୍ଟିପାତ ଲାଗିରହିବ। ଅପରପକ୍ଷେ ୫ […]

ଭୁବନେଶ୍ବର: ସୃଷ୍ଚି ହେଲା ଲଘୁଚାପ । ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ କ୍ଷେତ୍ର । ଉତ୍ତର – ପଶ୍ଚିମ ପାର୍ଶ୍ବବର୍ତ୍ତୀ ପଶ୍ଚିମ- କେନ୍ଦ୍ରୀୟ ଭାଗରେ ଲଘୁଚାପ ସୃଷ୍ଟି ହୋଇଛି।  ଦକ୍ଷିଣ ଓଡ଼ିଶା- ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ସୃଷ୍ଟି ହୋଇଛି। ଏଥିସହ ଘୂର୍ଣ୍ଣିବଳୟ ବାୟୁମଣ୍ଡଳର ୭.୬ କିମି ଯାଏ ବ୍ୟାପିଛି। ଏହାଫଳରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିବ। ବର୍ଷାର ପରିମାଣ ବଢିବ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

ସୂଚନା ଅନୁଯାୟୀ, ଉତ୍ତର ଓଡ଼ିଶାର ବିଭିନ୍ନ ସ୍ଥାନରେ ତୀବ୍ର-ବୃଷ୍ଟିପାତ ଲାଗିରହିବ। ଅପରପକ୍ଷେ ୫ ତାରିଖ ମାଲକାନଗିରି, କୋରାପୁଟ ଓ ନବରଙ୍ଗପୁର ଜିଲ୍ଲାର କିଛି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ। ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ରାୟଗଡ଼ା, କନ୍ଧମାଳ, ବୌଦ୍ଧ, ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼, କେନ୍ଦୁଝର,ମୟୂରଭଞ୍ଜ, କଳାହାଣ୍ଡି, ସୋନପୁର ଏବଂ ସମ୍ବଲପୁରରେ ପ୍ରବଳ ବର୍ଷା ସମ୍ଭାବନା ରହିଥିବା ବେଳେ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ଆହୁରି ପଢ଼ନ୍ତୁ: ରାଜସ୍ୱ ମନ୍ତ୍ରୀଙ୍କ ମନ୍ତବ୍ୟ ଭ୍ରମାତ୍ମକ, ଦୁର୍ଭାଗ୍ୟଜନକ: ବିଜେଡି

 

ଆହୁରି ପଢ଼ନ୍ତୁ: ବାଲେଶ୍ୱର ଜଙ୍ଗଲରେ ୫ଟି ବିରଳ ଓରାଙ୍ଗଓଟାନ ଠାବ: ଉଦ୍ଧାର ପରେ ବନ ବିଭାଗର ତଦନ୍ତ ଆରମ୍ଭ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର