ଆରବସାଗରରେ ସୃଷ୍ଟି ହେବାକୁ ଯାଉଛି ଲଘୁଚାପ କ୍ଷେତ୍ର

The Sakala Picture
Published On

ଭୁବନେଶ୍ୱର : ଆରବସାଗରରେ କର୍ଣ୍ଣାଟକ ଉପକୂଳରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ କ୍ଷେତ୍ର । ୨୧ତାରିଖ ବେଳକୁ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଅଧିକ ଘନିଭୂତ ହୋଇ ଉତ୍ତରକୁ ଗତି କରିପାରେ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ। ଅନ୍ୟପଟେ ମେ ଶେଷ ଆଡକୁ ବଙ୍ଗୋପସାଗରରେ ମଧ୍ୟ ଲଘୁଚାପ ସମ୍ଭାବନା। ୨୬ କିମ୍ବା ୨୭ ମେ ତାରିଖ ବେଳକୁ […]

ଭୁବନେଶ୍ୱର : ଆରବସାଗରରେ କର୍ଣ୍ଣାଟକ ଉପକୂଳରେ ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ କ୍ଷେତ୍ର । ୨୧ତାରିଖ ବେଳକୁ ଘୂର୍ଣ୍ଣିବଳୟ କ୍ଷେତ୍ର ସୃଷ୍ଟି ହେବ। ଏହା ଘନୀଭୂତ ହୋଇ ୨୨ ତାରିଖ ବେଳକୁ ଲଘୁଚାପରେ ପରିଣତ ହୋଇପାରେ। ପରବର୍ତ୍ତୀ ସମୟରେ ଅଧିକ ଘନିଭୂତ ହୋଇ ଉତ୍ତରକୁ ଗତି କରିପାରେ ବୋଲି ସୂଚନା ଦେଇଛି ଭାରତୀୟ ପାଣିପାଗ ବିଭାଗ।

ଆହୁରି ପଢ଼ନ୍ତୁ: ଖଣି ଆଇନ ସଂଶୋଧନକୁ ବିରୋଧ: ୯ରେ ଲୋକଭବନ ସମ୍ମୁଖରେ ବିଜେଡିର ଗଣଧାରଣା

ଅନ୍ୟପଟେ ମେ ଶେଷ ଆଡକୁ ବଙ୍ଗୋପସାଗରରେ ମଧ୍ୟ ଲଘୁଚାପ ସମ୍ଭାବନା। ୨୬ କିମ୍ବା ୨୭ ମେ ତାରିଖ ବେଳକୁ ବଙ୍ଗୋପସାଗ ତଥା ଏହାର ସଂଲଗ୍ନ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ଓ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ । ଏନେଇ ବିଭିନ୍ନ ପାଣିପାଗ ବିଜ୍ଞାନୀ ଆକଳନ କରୁଛନ୍ତି । ଏପଟେ ରାଜ୍ୟରେ ଜାରି ରହିଛି କାଳବୈଶାଖୀ ବର୍ଷା। ଆଗାମୀ ୫ ଦିନ ପାଇଁ ଚେନାବନୀ ଜାରି କରିଛି ପାଣିପାଗ ବିଭାଗ । ଆସନ୍ତା କାଲି ସକାଳ ପର୍ଯ୍ୟନ୍ତ ପାଇଁ ୮ଟି ଜିଲ୍ଳାକୁ ଅରେଞ୍ଜ ଓ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏସବୁ ଜିଲ୍ଲା ଗୁଡିକରେ ବିଜୁଳି ଘଡଘଡି ଏବଂ ସର୍ବାଧିକ ୬୦ କିଲୋମିଟର ଯାଏଁ ପବନ ବହିବ । ୨୧ ତାରିଖରେ ଦକ୍ଷିଣ, ପୂର୍ବ ଉବକୂଳ ସମେତ ୧୮ଟି ଜିଲ୍ଲାରେ ବିଜୁଳି ଘଡଘଡି ପାଇଁ ସତର୍କ କରାଯାଇଛି। ଏହି ଜିଲ୍ଲା ଗୁଡିକରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବ ।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

 

ଆହୁରି ପଢ଼ନ୍ତୁ: ଏମ୍‌ଏମ୍‌ଡିଆର ପ୍ରସଙ୍ଗରେ ରାଷ୍ଟ୍ରପତିଙ୍କ ହସ୍ତକ୍ଷେପ ଲୋଡ଼ିଲା ବିଜେଡି; ପ୍ରତ୍ୟାହାର ହେଉ ରାଜ୍ୟ ସ୍ୱାର୍ଥ ବିରୋଧୀ ଆଇନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର