ନୂଆପଡ଼ାରେ ନିର୍ମାଣ ହେବ ଅତ୍ୟାଧୂନିକ ଟ୍ରମା କେୟାର୍ ସେଣ୍ଟର, ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ସାରିବାକୁ ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ୱର:  ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଧୂନିକ ଟ୍ରମା କେଆର୍ କେନ୍ଦ୍ର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୭୫.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପର ଖର୍ଚ୍ଚ ଆକଳନକୁ ପ୍ରଶାସନିକ ଅନୁମୋଦନ ଦେଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ୍ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି । ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି ଯେ, ଏହି କେନ୍ଦ୍ରକୁ ଏକ […]

ଭୁବନେଶ୍ୱର:  ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଧୂନିକ ଟ୍ରମା କେଆର୍ କେନ୍ଦ୍ର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୭୫.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପର ଖର୍ଚ୍ଚ ଆକଳନକୁ ପ୍ରଶାସନିକ ଅନୁମୋଦନ ଦେଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ୍ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି ।

ଆହୁରି ପଢ଼ନ୍ତୁ: ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା: ଜନ୍ମବେଦୀରୁ ଶ୍ରୀମନ୍ଦିର ରତ୍ନସିଂହାସନ ଅଭିମୁଖେ ବାହାରିବେ ଚତୁର୍ଦ୍ଧାମୂରତି

ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି ଯେ, ଏହି କେନ୍ଦ୍ରକୁ ଏକ ଲେଭେଲ୍ – ୩ ଟ୍ରମା କେୟାର ସେଣ୍ଟର୍ ଭାବେ ବିକଶିତ କରାଯିବ । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ନିୟମାବଳୀ ଅନୁଯାୟୀ ଏଥିରେ ଅତ୍ୟାଧୂନିକ ଚିକିତ୍ସା ଉପକରଣ, ଆଇ. ସି. ୟୁ. ପର୍ଯ୍ୟବେକ୍ଷଣ କକ୍ଷ, ଲ୍ୟାବ୍ ଓ ଇମେଜିଂ ଆଦିର ବ୍ୟବସ୍ଥା ରହିବ ।

ଆହୁରି ପଢ଼ନ୍ତୁ: ତିଖିରି ସରପଞ୍ଚ ଚାମେଲି ଓଝାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଜୁଲାଇ ୨୭ରେ ହେବ ଭୋଟିଂ

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲମାନଙ୍କରେ ୧୦୬ ଟି ଟ୍ରମା କେୟାର ସେଣ୍ଟର୍ ବ୍ୟବସ୍ଥା କରାଯାଇଛି । ଏସବୁରେ ୧୫୬୦ ଟି ବେଡ଼୍ ରହିଛି । ଏହାଛଡ଼ା ୧୮ ଟି ଘରୋଇ ସ୍ପେସାଲିଷ୍ଟ୍ ହସ୍ପିଟାଲର ଟ୍ରମା କେନ୍ଦ୍ରକୁ ମଧ୍ୟ ଟ୍ରମା କେୟାର ଚିକିତ୍ସା ନିମନ୍ତେ ତାଲିକା ଅନ୍ତର୍ଭୁକ୍ତ କରାଯାଇଛି । ସୂଚନାଯୋଗ୍ୟ ଦୂର୍ଘଟଣାଗ୍ରସ୍ତ ଲୋକଙ୍କୁ ଘରୋଇ ହସ୍ପିଟାଲ୍ ଟ୍ରମା ସେଣ୍ଟର୍ ମାନଙ୍କରେ ଦେୟମୁକ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଟ୍ରମା କେୟାର୍ ଦେୟମୁକ୍ତ ଚିକିତ୍ସା ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯାଇଛି ।

ଆହୁରି ପଢ଼ନ୍ତୁ: ଆରପାରିରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ନେତା ସୁଶାନ୍ତ ସିଂ, ରାଜନୈତିକ ମହଲରେ ଶୋକର ଛାୟା

17 Jun 2023 By The Sakala

ନୂଆପଡ଼ାରେ ନିର୍ମାଣ ହେବ ଅତ୍ୟାଧୂନିକ ଟ୍ରମା କେୟାର୍ ସେଣ୍ଟର, ନିର୍ଦ୍ଧାରିତ ସମୟସୀମା ମଧ୍ୟରେ କାମ ସାରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର:  ନୂଆପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଆଧୂନିକ ଟ୍ରମା କେଆର୍ କେନ୍ଦ୍ର ନିର୍ମାଣ ନିମନ୍ତେ ରାଜ୍ୟ ସରକାର ୭୫.୭୦ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ପ୍ରକଳ୍ପର ଖର୍ଚ୍ଚ ଆକଳନକୁ ପ୍ରଶାସନିକ ଅନୁମୋଦନ ଦେଇ ନିର୍ଦ୍ଧାରିତ ସମୟ ସୀମା ମଧ୍ୟରେ କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଶାସନ ସଚିବ ଶ୍ରୀମତୀ ଶାଳିନୀ ପଣ୍ଡିତ୍ ସଂପୃକ୍ତ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦେଶ ଦେଇଛନ୍ତି ।

ପ୍ରାପ୍ତ ସୂଚନାରୁ ଜଣାପଡ଼ିଛି ଯେ, ଏହି କେନ୍ଦ୍ରକୁ ଏକ ଲେଭେଲ୍ – ୩ ଟ୍ରମା କେୟାର ସେଣ୍ଟର୍ ଭାବେ ବିକଶିତ କରାଯିବ । କେନ୍ଦ୍ରୀୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ନିୟମାବଳୀ ଅନୁଯାୟୀ ଏଥିରେ ଅତ୍ୟାଧୂନିକ ଚିକିତ୍ସା ଉପକରଣ, ଆଇ. ସି. ୟୁ. ପର୍ଯ୍ୟବେକ୍ଷଣ କକ୍ଷ, ଲ୍ୟାବ୍ ଓ ଇମେଜିଂ ଆଦିର ବ୍ୟବସ୍ଥା ରହିବ ।

ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସରକାରୀ ହସ୍ପିଟାଲମାନଙ୍କରେ ୧୦୬ ଟି ଟ୍ରମା କେୟାର ସେଣ୍ଟର୍ ବ୍ୟବସ୍ଥା କରାଯାଇଛି । ଏସବୁରେ ୧୫୬୦ ଟି ବେଡ଼୍ ରହିଛି । ଏହାଛଡ଼ା ୧୮ ଟି ଘରୋଇ ସ୍ପେସାଲିଷ୍ଟ୍ ହସ୍ପିଟାଲର ଟ୍ରମା କେନ୍ଦ୍ରକୁ ମଧ୍ୟ ଟ୍ରମା କେୟାର ଚିକିତ୍ସା ନିମନ୍ତେ ତାଲିକା ଅନ୍ତର୍ଭୁକ୍ତ କରାଯାଇଛି । ସୂଚନାଯୋଗ୍ୟ ଦୂର୍ଘଟଣାଗ୍ରସ୍ତ ଲୋକଙ୍କୁ ଘରୋଇ ହସ୍ପିଟାଲ୍ ଟ୍ରମା ସେଣ୍ଟର୍ ମାନଙ୍କରେ ଦେୟମୁକ୍ତ ଚିକିତ୍ସା ପାଇଁ ରାଜ୍ୟ ସରକାରଙ୍କ ତରଫରୁ ଟ୍ରମା କେୟାର୍ ଦେୟମୁକ୍ତ ଚିକିତ୍ସା ପାଣ୍ଠିର ବ୍ୟବସ୍ଥା ମଧ୍ୟ କରାଯାଇଛି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର