ଡିଜିଟାଲ ସଂଯୋଗ ସହିତ ଜଗନ୍ନାଥ ସଂସ୍କୃତିର ସମନ୍ୱୟ ଓ ସଶକ୍ତ ଓଡିଶାର ମାର୍ଗକୁ ପ୍ରଶସ୍ତ କରିଛି ଆମ ଓଡିଶା ନବୀନ ଓଡିଶା : ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର : ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା । ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଅକ୍ଟୋବର ୧୦ରୁ କେନ୍ଦୁଝରରୁ ଆରମ୍ଭ ହୋଇଥିଲା। ଆଜି ଏହା ଯାଜପୁରରେ ଉଦ୍‌ଯାପନ ହୋଇଛି । ଅକ୍ଟୋବର ୧୦ ହୋଇ ନଭେମ୍ବର ୧୦ରେ, ଏକ ମାସ ସମୟସୀମା ମଧ୍ୟରେ ମାତ୍ର ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଛି ଏହି କାର୍ଯ୍ୟକ୍ରମ। ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଥିବାରୁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ […]

ଭୁବନେଶ୍ବର : ସବୁ ପଞ୍ଚାୟତରେ ପହଞ୍ଚିଲା ଆମ ଓଡିଶା ନବୀନ ଓଡିଶା । ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ବକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ ଅକ୍ଟୋବର ୧୦ରୁ କେନ୍ଦୁଝରରୁ ଆରମ୍ଭ ହୋଇଥିଲା। ଆଜି ଏହା ଯାଜପୁରରେ ଉଦ୍‌ଯାପନ ହୋଇଛି । ଅକ୍ଟୋବର ୧୦ ହୋଇ ନଭେମ୍ବର ୧୦ରେ, ଏକ ମାସ ସମୟସୀମା ମଧ୍ୟରେ ମାତ୍ର ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଛି ଏହି କାର୍ଯ୍ୟକ୍ରମ। ରେକର୍ଡ ୧୩ ଦିନର କାର୍ଯ୍ୟକ୍ରମରେ ସମ୍ପୂର୍ଣ୍ଣ ହୋଇଥିବାରୁ ସମସ୍ତଙ୍କୁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଥିଲେ।
ଏହା ସହିତ ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମି ସୁଦୃଢ ହେବାର ଅଭିଯାନ ଆଜି ରାଜ୍ୟର ସବୁ ଜିଲ୍ଲା, ସବୁ ବ୍ଲକ, ସବୁ ପଞ୍ଚାୟତ ଓ ସବୁ ଗାଁରେ ପହଞ୍ଜି ପାରିଛି। ସାରା ରାଜ୍ୟରେ ୩,୩୯୭ କୋଟି ଟଙ୍କାର ପ୍ରକଳ୍ପ କାର୍ଯ୍ୟକାରୀ କରାଯାଉଛି। ଏହି କାର୍ଯ୍ୟକ୍ରମର ଫୋକସ୍‌ ହୋଇଛି ପ୍ରତି ପଞ୍ଚାୟତ, ପ୍ରତି ଗାଁ ।  ଆଜି ଭୁବନେଶ୍ବରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଅନ୍ତିମ ଦିନରେ କୋରାପୁଟ, ନୂଆପଡା ଓ ଯାଜପୁର ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି ।
ଏଥିପାଇଁ କୋରାପୁଟ ଜିଲ୍ଲାର  ୫ଟି ନିର୍ବାଚନମଣ୍ଡଳୀକୁ ମିଳିଛି ୧୨୦ କୋଟି  ଟଙ୍କା । ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା –ଲକ୍ଷ୍ମୀପୁର, କୋଟପାଡ, ଜୟପୁର, କୋରାପୁଟ ଓ ପଟାଙ୍ଗୀ।  ଏହିସବୁ ନିର୍ବାଚନ ମଣ୍ଡଳୀର ୧୪ଟି ବ୍ଲକ୍‌‌ର ୨୪୦ଟି ଗ୍ରାମ ପଞ୍ଚାୟତରେ ୩୦୮୭ଟି ପ୍ରକଳ୍ପ ହେବ। ସେହିପରି ନୂଆପଡା ଜିଲ୍ଲାର ୨ଟି ନିର୍ବାଚନମଣ୍ଡଳୀ ପାଇଁ  ୬୫.୫୦ କୋଟି ଟଙ୍କା  ମଂଜୁର ହୋଇଛି। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ନୂଆପଡା ଓ ଖରିଆର।  ଏଥିରେ ୫ଟି ବ୍ଲକ୍‌ର ୧୩୧ଟି   ଗ୍ରାମପଞ୍ଚାୟତରେ ୧୭୬୫ଟି ପ୍ରକଳ୍ପ କରାଯିବ। ସେହିପରି ଯାଜପୁର ଜିଲ୍ଲାର ୭ଟି ନିର୍ବାଚନ ମଣ୍ଡଳୀକୁ ମିଳିଛି  ୧୫୫.୫୦ କୋଟି ଟଙ୍କା। ଏହି ନିର୍ବାଚନମଣ୍ଡଳୀ ଗୁଡିକ ହେଲା – ଯାଜପୁର, ବିଞ୍ଝାରପୁର, ବଡଚଣା, ବରି, ସୁକିନ୍ଦା, ଧର୍ମଶାଳା ଓ କୋରେଇ। ଏହିସବୁ ନିର୍ବାଚନମଣ୍ଡଳୀର ୧୦ଟି ବ୍ଲକ୍‌‌ର ୩୧୧ଟି  ଗ୍ରାମ ପଞ୍ଚାୟତରେ ୪୧୦୯ଟି ପ୍ରକଳ୍ପ ହେବ।

 

ଆଜିର କାର୍ଯ୍ୟକ୍ରମ ପାଇଁ କୋରାପୁଟ ଜିଲ୍ଲାର ୫ଟି, ନୂଆପଡା ଜିଲ୍ଲାର ୨ଟି ଓ ଯାଜପୁର ଜିଲ୍ଲାର ୭ଟି ନିର୍ବାଚନମଣ୍ଡଳୀରେ ଆୟୋଜିତ କାର୍ଯ୍ୟକ୍ରମରେ ବିପୁଳ ଜନସମାଗମ ହୋଇଥିଲା। ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ପାଇଁ ଲୋକଙ୍କ ଭିତରେ ବିପୁଳ ଉତ୍ସାହ ପରିଲକ୍ଷିତ ହୋଇଥିଲା। କୋରାପୁଟରେ ୭୦ ହଜାରରୁ ଅଧିକ ଓ ଯାଜପୁରରେ ୮୦ ହଜାରରୁ ଅଧିକ ଲୋକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ। ଏଥିରେ ୮୦ ପ୍ରତିଶତ ହେଉଛନ୍ତି ମା’ମାନେ। ଏହି କାର୍ଯ୍ୟକ୍ରମରେ ପ୍ରତି ଗାଁରେ ଜଗନ୍ନାଥ ସଂସ୍କୃତିର ପ୍ରସାର, ପ୍ରତି ପୂଜାସ୍ଥଳୀର ବିକାଶ ଜରିଆରେ  ଓଡିଶାର ସଂସ୍କୃତିର ମୂଳ ଭିତ୍ତିକୁ ସୁଦୃଢ କରାଯିବା ସହିତ ଡିଜିଟାଲ ଭିତ୍ତିଭୂମିର ମଧ୍ୟ ବିକାଶ କରାଯିବ। ଏକ ଆକାଂକ୍ଷୀ ଓଡିଶା ଗଠନ ପାଇଁ ଏହା ହେବ ମୂଳ ଭିତ୍ତି ।

ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆମ ଓଡିଶା ନବୀନ ଓଡିଶା ଏକ ଅଭିନବ କାର୍ଯ୍ୟକ୍ରମ । ଗାଁରେ ଆଧୁନିକ ବିକାଶର ଭିତ୍ତି ପକେଇବା ପାଇଁ ଏହା ପରିକଳ୍ପନା କରାଯାଇଛି। ଜଗନ୍ନାଥ  ସଂସ୍କୃତିକୁ ସାଥିରେ ଧରି, ଡିଜିଟାଲ ଯୁଗ ସହିତ ତାଳ ଦେଇ ଆମ ଓଡିଶାର ଗାଁଗୁଡିକ ଆଗକୁ ବଢୁଛନ୍ତି । ସେ କହିଥିଲେ ଯେ ବିକାଶର ନୂଆ ଇତିହାସ ଲେଖୁଛି ‘ଆମ ଓଡିଶା ନବୀନ ଓଡିଶା’ । ଡିଜିଟାଲ ସଂଯୋଗ ସହିତ ଜଗନ୍ନାଥ  ସଂସ୍କୃତିର ସମନ୍ୱୟ ଏକ ସଶକ୍ତ ଓଡିଶା ଗଠନର ମାର୍ଗ ପ୍ରଶସ୍ତ କରିଛି ବୋଲି ସେ କହିଥିଲେ। ସେ ପୁଣି କହିଲେ ଯେ ‘ଆମ ଓଡିଶା ନବୀନ ଓଡିଶା’ କାର୍ଯ୍ୟକ୍ରମ ଗାଁ ଗାଁରେ ଆଧୁନିକ ଓଡିଶାର ଭିତ୍ତି ସ୍ଥାପନ କରିବ। ଆମର ସୁଦୃଢ ସାଂସ୍କୃତିକ ଭିତ୍ତିଭୂମିରୁ ଆଧୁନିକ ବୈଷୟିକ ଜ୍ଞାନର ବିସ୍ତୃତ ଦିଗ୍‌ବଳୟକୁ ଛୁଇଁବା ନିମନ୍ତେ ନୂଆ ଓଡିଶା ତା’ର ଡେଣାକୁ ଆହୁରି ପ୍ରସାରିତ କରି ନୂଆ ଶିଖରରେ ପହଞ୍ଚିବ ଏବଂ ଆମେ ଗଢିବା ନୂଆ ଓଡିଶା ନବୀନ ଓଡିଶା।

ସବୁ ଗାଁର ବିକାଶ ଆମର ଲକ୍ଷ୍ୟ। ଗାଁରେ ସମସ୍ତଙ୍କୁ ମିଳିବ ବିକାଶର ଗ୍ୟାରେଣ୍ଟି। ଗାଁ ଲୋକ ସମସ୍ତେ ଶିକ୍ଷା ଓ ସ୍ବାସ୍ଥ୍ୟର ଗ୍ୟାରେଣ୍ଟି ପାଇବେ। ଗାଁ ଗାଁରେ ସଂସ୍କୃତିର ସୁରକ୍ଷା ହେବ ଓ ଆଧୁନିକତାର ବିକାଶ ହେବ। ବିକଶିତ ଗାଁ ହେବ ଆଧୁନିକ ଓଡିଶାର ପରିଚୟ।  ଓଡିଶା ହେଉଛି ଜଗନ୍ନାଥଙ୍କ ଭୂମି । ବିଶ୍ବ ପ୍ରେମ, ଶାନ୍ତି, ସଦ୍‌ଭାବ, ସମାନତା ଓ ସେବା ହେଉଛି ଜଗନ୍ନାଥ ସଂସ୍କୃତିର ବାର୍ତ୍ତା । ଜାତି, ଧର୍ମ, ସଂପ୍ରଦାୟ ନିର୍ବିଶେଷରେ ଏହା ସମସ୍ତଙ୍କୁ ନିଜର କରିପାରିଛି । ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମରେ ପ୍ରତି ଗାଁ ଗାଁରେ ଜଗନ୍ନାଥ ସଂସ୍କୃତିର ସଂରକ୍ଷଣ କରାଯିବ। ପ୍ରତି ପୂଜାସ୍ଥଳୀର ବିକାଶ କରାଯିବ। ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ କରାଯିବ। ଆମର ଭବିଷ୍ୟତ ବଂଶଧର ମାନଙ୍କ ନିମନ୍ତେ ଏସବୁ ସଂସ୍କୃତି ଓ ଐତିହ୍ୟ ସ୍ଥଳୀ ଗୁଡିକର ସଂରକ୍ଷଣ ଓ ସୁରକ୍ଷା ଜରୁରୀ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।

ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ। ୱର୍କ ହବ୍‌ ହେବ। ବ୍ୟାଙ୍କିଙ୍ଗ  ସୁବିଧା  ମିଳିବ। ଏହି କାର୍ୟ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟ ଗୁଡିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର   ପରିଚୟକୁ ଆହୁରି ଉଜ୍ଜଳ କରିବ। ଏହି ନୂଆ ଓଡିଶାରେ ଆମର ଭିତ୍ତିଭୂମି ହେବ ସୁଦୃଢ ଓ ଡେଣା ହେବ ଶକ୍ତ ଏବଂ ଆକାଂକ୍ଷୀ ଓଡିଶା ପରିକଳ୍ପନା ପାଇବ ସାକାର ରୂପ ବୋଲି ମୁଖ୍ୟମନ୍ତ୍ରୀ ପ୍ରକାଶ କରିବା ସହ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମର ସଫଳ ରୂପାୟନରେ ସମସ୍ତଙ୍କର ସହଯୋଗ କାମନା କରିଥିଲେ।

About The Author: The Sakala