ବାଲେଶ୍ବର: ମଧ୍ୟାହ୍ନ ଭୋଜନ ଖାଇ ୪୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ । ମଧ୍ୟାହ୍ନ ଭୋଜନରେ ଝିଟିପିଟି ବାହାରିଥିବା ଅଭିଯୋଗ । ବାଲେଶ୍ବର ଜିଲ୍ଲା ସୋର ବ୍ଲକ ଶିରାପୁର ଉଦୟ ନାରାୟଣ ବିଦ୍ୟାପୀଠରେ ମଧ୍ୟାହ୍ନ ଭୋଜନ ଖାଦ୍ୟ ଖାଇ ୪୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି । ସୂଚନା ଅନୁସାରେ, ଆଜି ୩ ଶହ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରାଯାଇଥିଲା । ଭାତ ସହ ତରକାରୀ ହୋଇଥିଲା । କିଛି ସମୟ ପରେ ଖାଦ୍ୟରେ ଝିଟିପିଟି ପଡ଼ିଥିବା ଦେଖିବାକୁ ମିଳିଥିଲା । ଏହାପରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ବନ୍ଦ କରାଯାଇଥିଲା । ମଧ୍ୟାହ୍ନଭୋଜନ ଖାଇବା ପରେ କେତେଜଣ ପିଲାଙ୍କ ପେଟ କାଟିବା ସହ ଛାତିରେ ଯନ୍ତ୍ରଣା ଅନୁଭବ କରି ଅସୁସ୍ଥ ହୋଇପଡିଥିଲେ। ଏହାପରେ ପିଲାଙ୍କୁ ମଧ୍ୟାହ୍ନ ଭୋଜନ ଦେବା ବନ୍ଦ କରାଯାଇଥିଲା । ସ୍କୁଲର ଶିକ୍ଷକ ଶିକ୍ଷୟିତ୍ରୀ ଓ କମିଟି ମେମ୍ବର ମାନେ ୫ଟି ୧୦୮ ଆମ୍ବୁଲାନ୍ସ ଯୋଗେ ସେମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତି କରାଇଥିଲେ ।
ମଧ୍ୟାହ୍ନ ଭୋଜନ ଖାଇ ୪୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ, ମଧ୍ୟାହ୍ନ ଭୋଜନରେ ଝିଟିପିଟି ବାହାରିଥିବା ଅଭିଯୋଗ
ବାଲେଶ୍ବର: ମଧ୍ୟାହ୍ନ ଭୋଜନ ଖାଇ ୪୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ । ମଧ୍ୟାହ୍ନ ଭୋଜନରେ ଝିଟିପିଟି ବାହାରିଥିବା ଅଭିଯୋଗ । ବାଲେଶ୍ବର ଜିଲ୍ଲା ସୋର ବ୍ଲକ ଶିରାପୁର ଉଦୟ ନାରାୟଣ ବିଦ୍ୟାପୀଠରେ ମଧ୍ୟାହ୍ନ ଭୋଜନ ଖାଦ୍ୟ ଖାଇ ୪୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଅସୁସ୍ଥ ହୋଇଛନ୍ତି । ସୂଚନା ଅନୁସାରେ, ଆଜି ୩ ଶହ ପିଲାଙ୍କ ପାଇଁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ କରାଯାଇଥିଲା । ଭାତ ସହ ତରକାରୀ ହୋଇଥିଲା । କିଛି ସମୟ ପରେ ଖାଦ୍ୟରେ ଝିଟିପିଟି […]