ସ୍ୱାସ୍ଥ୍ୟ ବିଭାଗର ସ୍ପଷ୍ଟୀକରଣ, ଓଡ଼ିଶାରେ ଚାଲୁ ରହିଛି BSKY

The Sakala Picture
Published On

ଭୁବନେଶ୍ବର: BSKY କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। BSKY ଚାଲୁ ରହିଛି ଏବଂ ଘରୋଇ ହସ୍ପିଟାଲ ସହ ହୋଇଥିବା ଚୁକ୍ତି ବା ଏମ୍‌ଓୟୁ ବଳବତ୍ତର ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ। ଯେଉଁମାନଙ୍କର କାର୍ଡ ଅଛି, ସେମାନଙ୍କୁ ତାଲିକାଭୁକ୍ତ ହସ୍‌ପିଟାଲଗୁଡ଼ିକ ପୂର୍ବଭଳି  ଚିକିତ୍ସା ସେବା ଯୋଗାଇ ଦିଅନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଚିକିତ୍ସା ବାବଦକୁ ହସ୍‌ପିଟାଲ୍‌ଗୁଡ଼ିକ ଯେଉଁ ବିଲ୍ ଦେବେ ପୂର୍ବଭଳି SHAS ମାଧ୍ୟମରେ ଅର୍ଥ ପାଇବେ। ରୋଗୀମାନେ ଯେପରି ଚିକିତ୍ସା […]

ଭୁବନେଶ୍ବର: BSKY କାର୍ଡକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। BSKY ଚାଲୁ ରହିଛି ଏବଂ ଘରୋଇ ହସ୍ପିଟାଲ ସହ ହୋଇଥିବା ଚୁକ୍ତି ବା ଏମ୍‌ଓୟୁ ବଳବତ୍ତର ଥିବା ସ୍ପଷ୍ଟ କରିଛି ସ୍ୱାସ୍ଥ୍ୟ ବିଭାଗ। ଯେଉଁମାନଙ୍କର କାର୍ଡ ଅଛି, ସେମାନଙ୍କୁ ତାଲିକାଭୁକ୍ତ ହସ୍‌ପିଟାଲଗୁଡ଼ିକ ପୂର୍ବଭଳି  ଚିକିତ୍ସା ସେବା ଯୋଗାଇ ଦିଅନ୍ତୁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି। ଚିକିତ୍ସା ବାବଦକୁ ହସ୍‌ପିଟାଲ୍‌ଗୁଡ଼ିକ ଯେଉଁ ବିଲ୍ ଦେବେ ପୂର୍ବଭଳି SHAS ମାଧ୍ୟମରେ ଅର୍ଥ ପାଇବେ। ରୋଗୀମାନେ ଯେପରି ଚିକିତ୍ସା ସେବା ପାଇବାରେ କୌଣସି ପ୍ରକାର ସମସ୍ୟାର ସମ୍ମୁଖୀନ ନହେବେ, ତାହା ସୁନିଶ୍ଚିତ କରିବାକୁ ସ୍ୱାସ୍ଥ୍ୟ ବିଭାଗ ହସ୍ପିଟାଲଗୁଡ଼ିକୁ କହିଛନ୍ତି।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଶିକ୍ଷକଙ୍କୁ ମିଳିବନି ସମ୍ମାନ; ଅନିର୍ଦ୍ଦିଷ୍ଟ କାଳ ଘୁଞ୍ଚିଲା ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

ରାଜ୍ୟରେ ସରକାର ବଦଳୁଥିବା ଦେଖି BSKY କାର୍ଡ କାମ କରିବନି କହି କିଛି ଘରୋଇ ହସ୍ପିଟାଲ ରୋଗୀମାନଙ୍କୁ ଫେରାଇ ଦେଉଥିବା ଅଭିଯୋଗ ହୋଇଥିଲା। ରୋଗୀମାନଙ୍କୁ ନିଜ ଖର୍ଚ୍ଚରେ ଚିକିତ୍ସା ପାଇଁ ଘରୋଇ ମେଡିକାଲଗୁଡ଼ିକ କହୁଥିବା କିଛି ରୋଗୀ ଅଭିଯୋଗ କରିଥିଲେ।

ଆହୁରି ପଢ଼ନ୍ତୁ: ଗୁରୁ ଦିବସରେ ଗାନ୍ଧିମାର୍ଗରେ ସ୍କୁଲ ଓ କଲେଜ ଶିକ୍ଷକଙ୍କ ବିକ୍ଷୋଭ, ଗ୍ରାଣ୍ଟ-ଇନ୍-ଏଡ୍ ସମେତ ବିଭିନ୍ନ ଦାବି

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର