ଏସିଏଫ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ବିଦ୍ୟାଭାରତୀ ଓ ଡିଏଫ୍‌ଓଙ୍କର ହୋଇପାରେ ଲାଇ ଡିଟେକ୍ସନ ଟେଷ୍ଟ!

The Sakala Picture
Published On

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଜେରାର ସମ୍ମୁଖୀନ ହୋଇଛନ୍ତି ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା। ଆଜି ତଦନ୍ତକାରୀ ଟିମ୍ ଆଗରେ ହାଜର ହୋଇଛନ୍ତି ଗଜପତି ଡିଏଫ୍ଓ  । ପାରଳାଖେମୁଣ୍ଡି ପୁଲିସ ଗେଷ୍ଟ ହାଉସ୍‌ରେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍‌ ତାଙ୍କୁ ପ୍ରାୟ ୩ ଘଣ୍ଟା ଜେରା କରିଛନ୍ତି। ଜେରା ସୟମରେ କ୍ରାଇମବ୍ରାଞ୍ଚର ପ୍ରଶ୍ନବାଣରେ ଘାଇଲା ହୋଇଛନ୍ତି ଡିଏଫଓ। ତେବେ ଏସିଏଫ୍‌ ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ […]

ପାରଳାଖେମୁଣ୍ଡି: ଏସିଏଫ୍ ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ କ୍ରାଇମବ୍ରାଞ୍ଚ ଜେରାର ସମ୍ମୁଖୀନ ହୋଇଛନ୍ତି ଗଜପତି ଡିଏଫଓ ସଂଗ୍ରାମ କେଶରୀ ବେହେରା। ଆଜି ତଦନ୍ତକାରୀ ଟିମ୍ ଆଗରେ ହାଜର ହୋଇଛନ୍ତି ଗଜପତି ଡିଏଫ୍ଓ  । ପାରଳାଖେମୁଣ୍ଡି ପୁଲିସ ଗେଷ୍ଟ ହାଉସ୍‌ରେ କ୍ରାଇମବ୍ରାଞ୍ଚର ୪ ଜଣିଆ ଟିମ୍‌ ତାଙ୍କୁ ପ୍ରାୟ ୩ ଘଣ୍ଟା ଜେରା କରିଛନ୍ତି। ଜେରା ସୟମରେ କ୍ରାଇମବ୍ରାଞ୍ଚର ପ୍ରଶ୍ନବାଣରେ ଘାଇଲା ହୋଇଛନ୍ତି ଡିଏଫଓ। ତେବେ ଏସିଏଫ୍‌ ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ପଣ୍ଡା ଓ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରାଙ୍କର ଲାଇ ଡିଟେକ୍ସନ ଟେଷ୍ଟ ହୋଇପାରେ। ଆବଶ୍ୟକ ପଡ଼ିଲେ ସେମାନଙ୍କର ଲାଇ ଡିଟେକ୍ସନ ଟେଷ୍ଟ କରାଯିବ ବୋଲି କହିଛନ୍ତି କ୍ରାଇମବ୍ରାଞ୍ଚ ଡିଏସ୍‌ପି।

ଆହୁରି ପଢ଼ନ୍ତୁ: ରାଜଧାନୀରେ ମଦ୍ୟପ ଚାଳକଙ୍କ ଉନ୍ମତ୍ତ କାଣ୍ଡ: ଦ୍ରୁତ ଗତିରେ ଆସି ଏକାଧିକ ଗାଡ଼ିକୁ ଧକ୍କା ଦେଲା ବିଳାସପୂର୍ଣ୍ଣ କାର୍, ୫ ଆହତ

ସୌମ୍ୟରଂଜନଙ୍କ ମୃତ୍ୟୁ ମାମଲାରେ ଆଜି ଗଜପତି ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରାଙ୍କୁ ଜେରା କରାଯିବା ପରେ କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ହସ୍‌ପିଟାଲ୍‌ରେ ସୌମ୍ୟରଞ୍ଜନ ମହାପାତ୍ରଙ୍କ ଜମାନବନ୍ଦୀ ନେଲା ବେଳେ ଡିଏଫଓ ଉପସ୍ଥିତ ଥିଲେ ବୋଲି ଜେରା ବେଳେ ସ୍ୱୀକାର କରିଛନ୍ତି। କିନ୍ତୁ କ’ଣ ଲେଖାଯାଉଥିଲା, ସେ ତାହା ଜାଣି ନଥିବା କହିଛନ୍ତି।

ଆହୁରି ପଢ଼ନ୍ତୁ: ଇ-କମର୍ସ ପାର୍ସଲ ଜରିଆରେ କରୁଥିଲେ ଗଞ୍ଜେଇ କାରବାର, ଆନ୍ତଃରାଜ୍ୟ ଡ୍ରଗ୍ସ ରାକେଟ୍ ଠାବ

କ୍ରାଇମ୍‌ବ୍ରାଞ୍ଚ ଡିଏସ୍‌ପି ଆହୁରି କହିଛନ୍ତି, ସୌମ୍ୟରଞ୍ଜନଙ୍କୁ ଡିଏଫ୍‌ଓ ଜାଣିଶୁଣି ନାଇଟ୍ ଡ୍ୟୁଟିରେ ପକାଉଥିବା ନେଇ ଯେଉଁ ଅଭିଯୋଗ ହୋଇଥିଲା, ଜେରା ବେଳେ ସେହି ପ୍ରଶ୍ନ ମଧ୍ୟ ପଚରା ଯାଇଥିଲା। ତେବେ ଏହି ଅଭିଯୋଗକୁ ସେ ଖଣ୍ଡନ କରିଛନ୍ତି। ସେହିପରି ସୌମ୍ୟରଞ୍ଜନଙ୍କ ପତ୍ନୀଙ୍କ ସହିତ ତାଙ୍କର ସଂପର୍କ ଥିବା ବିଷୟରେ ମଧ୍ୟ ପଚରା ଯାଇଥିଲା। ସୌମ୍ୟରଞ୍ଜନଙ୍କ ପତ୍ନୀଙ୍କ ସହିତ ତାଙ୍କର କିଛି ସଂପର୍କ ନଥିଲା ବୋଲି ଡିଏଫଓ କହିଥିଲେ।

ଆହୁରି ପଢ଼ନ୍ତୁ: ଛାତ୍ରଙ୍କ ଉପରକୁ ତୀରମାଡ଼: ଟିଫିନ୍ ପ୍ଲେଟ୍ ବଞ୍ଚାଇଲା ଜୀବନ

ଅନ୍ୟପକ୍ଷରେ କ୍ରାଇମବ୍ରାଞ୍ଚ ଜେରାର ସମ୍ମୁଖୀନ ହୋଇ ବାହାରକୁ ଆସିବା ପରେ ଗଣମାଧ୍ୟମରେ କିଛି କହିବାକୁ ମନା କରି ଦେଇଥିଲେ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା। ସୌମ୍ୟରଞ୍ଜନଙ୍କ ଜମାନବନ୍ଦୀ ନେଲା ବେଳେ ସେ ଉପସ୍ଥିତ ଥିଲେ କି ନାହିଁ ପ୍ରଶ୍ନର ଉତ୍ତରରେ ସେ ସେଠାରେ ନଥିଲେ ବୋଲି କହିଥିଲେ। କିନ୍ତୁ କ୍ରାଇମବ୍ରାଞ୍ଚ ସମ୍ମୁଖରେ ସେ ସେତେବେଳେ ଉପସ୍ଥିତ ଥିବା କହିଥିଲେ। ଡିଏଫଓ କହିଥିଲେ, ମୁଁ ଯାହା କହିବା କଥା କତଦନ୍ତକାରୀ ଟିମ୍ ଙ୍କୁ କହିସାରିଛି । ଦୟାକରି ମୋତେ ଛାଡନ୍ତୁ, ମୋର ଅନ୍ୟ ସରକାରୀ କାମ ଅଛି ବୋଲି ଡିଏଫଓ କହିଛନ୍ତି ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର