ରାଜ୍ୟରେ ବଢୁଛି ସଂକ୍ରମଣ : ସମସ୍ତ ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ସହ ବେଡ୍ ପ୍ରସ୍ତୁତ ରଖିବାକୁ ସ୍ୱାସ୍ଥ୍ୟ ବିଭାଗର ନିର୍ଦ୍ଦେଶ

The Sakala Picture
Published On

ଭୁବନେଶ୍ବର : ପୁଣିଥରେ ରାଜ୍ୟକୁ ଘାରିଛି କରୋନା ଭୟ। ଧିରେ ଧିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ରାଜ୍ୟ ସରକାରଙ୍କ ଚିନ୍ତା ବଢାଇ ଦେଇଛି। ରାଜ୍ୟରେ ବଢୁଥିବା ସଂକ୍ରମିତଙ୍କ ସଂଖ୍ୟାକୁ ଦେଖି ମୁକାବିଲା ପାଇଁ ପ୍ରସ୍ତୁତ ହୋଇଯାଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଏ ସଂପର୍କରେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସମସ୍ତ ଜିଲ୍ଲାପାଳ, ସିଡିଏମଓ ଓ ମ୍ୟୁନସିପାଲ କମିଶନରମାନଙ୍କୁ ଚିଠି ଲେଖି ସତର୍କ ରହିବା ସହ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ସବୁ ଜିଲ୍ଲା […]

ଭୁବନେଶ୍ବର : ପୁଣିଥରେ ରାଜ୍ୟକୁ ଘାରିଛି କରୋନା ଭୟ। ଧିରେ ଧିରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବା ରାଜ୍ୟ ସରକାରଙ୍କ ଚିନ୍ତା ବଢାଇ ଦେଇଛି। ରାଜ୍ୟରେ ବଢୁଥିବା ସଂକ୍ରମିତଙ୍କ ସଂଖ୍ୟାକୁ ଦେଖି ମୁକାବିଲା ପାଇଁ ପ୍ରସ୍ତୁତ ହୋଇଯାଇଛି ରାଜ୍ୟ ସ୍ବାସ୍ଥ୍ୟ ବିଭାଗ। ଏ ସଂପର୍କରେ ସ୍ଵାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସମସ୍ତ ଜିଲ୍ଲାପାଳ, ସିଡିଏମଓ ଓ ମ୍ୟୁନସିପାଲ କମିଶନରମାନଙ୍କୁ ଚିଠି ଲେଖି ସତର୍କ ରହିବା ସହ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ନନ୍ଦନକାନନରେ ଦୁଇ ଏସିଆଟିକ୍ ସିଂହ ଶାବକଙ୍କ ଜନ୍ମ: ମୋଟ ସିଂହ ସଂଖ୍ୟା ୨୪କୁ ବୃଦ୍ଧି

ରାଜ୍ୟର ସବୁ ଜିଲ୍ଲା ହସ୍ପିଟାଲରେ ଅକ୍ସିଜେନ ବ୍ୟବସ୍ଥା ସହ ବେଡ୍ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ । କେବଳ ଏତିକି ନୁହେଁ ବରଂ ଆଇସିୟୁ, ଡାଏଲିସିସ୍, ଲେବର ରୁମ୍ ଆଦି ମଧ୍ୟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କେବଳ ସରକାରୀ ନୁହେଁ ବରଂ ଘରୋଇ ହସ୍ପିଟାଲ ଗୁଡ଼ିକୁ ମଧ୍ୟ ପ୍ରସ୍ତୁତ ରଖିବାକୁ ନିର୍ଦ୍ଦେଶ ଦେଇଛନ୍ତି ସ୍ଵାସ୍ଥ୍ୟ ସଚିବ। ଏଥି ସହିତ ଫାଭିପିରାଭିର୍, ରେମଡେସିଭିର ପର୍ଯ୍ୟାପ୍ତ ପରିମାଣରେ ଗଚ୍ଛିତ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ବହୁବିଧ ରୋଗରେ ପୀଡିତଙ୍କୁ ଯୁଦ୍ଧକାଳୀନ ଭିତ୍ତିରେ ଟିକାକରଣ ପାଇଁ, ଘରୋଇ ହସ୍ପିଟାଲଗୁଡିକୁ ମଧ୍ୟ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ଏସଓପି ବ୍ୟବସ୍ଥାରେ ଚିକିତ୍ସା କରିବା ପରାମର୍ଶ ଦିଆଯାଇଛି।

ଆହୁରି ପଢ଼ନ୍ତୁ: ମୁଖ୍ୟମନ୍ତ୍ରୀଙ୍କ ୟୁଏଇ ଗସ୍ତ ଉପରେ ବିଜେଡିର ପ୍ରତିକ୍ରିୟା: ଦୁଇ ବର୍ଷର ଶିଳ୍ପ ପ୍ରଗତି ଉପରେ ରାଜ୍ୟ ସରକାର ଶ୍ୱେତପତ୍ର ପ୍ରକାଶ କରନ୍ତୁ

ସୂଚନାଯୋଗ୍ୟ, ରାଜ୍ୟରେ ଗତ ୨୪ ଘଣ୍ଟାରେ ୪୬୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରେଣ୍ଟାଇନ୍‌ରୁ ୨୭୨ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍‌ ହେଉଛି ୧୮୯। ଆଜି ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୮୬ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଖୋର୍ଦ୍ଧାରୁ ୬୯, ସୁନ୍ଦରଗଡ଼ରୁ ୬୨, କଳାହାଣ୍ଡିରୁ ୩୬, ବରଗଡ଼ରୁ ୩୨ ଚିହ୍ନଟ ହୋଇଛନ୍ତି। ରାଜ୍ୟରେ ସମୁଦାୟ ଆକ୍ରାନ୍ତଙ୍କ ସଂଖ୍ୟା ୩,୪୧,୭୭୨ରେ ପହଞ୍ଚିଥିବା ବେଳେ ୩,୩୭,୨୧୨ଜଣ ସୁସ୍ଥ ହୋଇ ସାରିଲେଣି। ରାଜ୍ୟରେ ଏବେ ୨୫୬୮ ଆକ୍ଟିଭ କେସ୍‌ ରହିଛି।

ଆହୁରି ପଢ଼ନ୍ତୁ: ଝାରସୁଗୁଡ଼ା-ଖଡ଼ଗପୁର ୪ ଲେନ୍‌ ରେଲୱେ ଟ୍ରାକ୍‌କୁ ଅର୍ଥନୈତିକ ବ୍ୟାପାର କ୍ୟାବିନେଟ୍‌ କମିଟିର ଅନୁମୋଦନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର