ସ୍ପଷ୍ଟ ଚିହ୍ନିତ ହେଲା ସକ୍ରିୟ ଲଘୁଚାପ କ୍ଷେତ୍ର, ୨୦ ଯାଏଁ ପ୍ରବଳ ବର୍ଷା

ଭୁବନେଶ୍ୱର: ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ସକ୍ରିୟ ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖ ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ। […]

ଭୁବନେଶ୍ୱର: ସ୍ପଷ୍ଟ ଚିହ୍ନିତ ଲଘୁଚାପ କ୍ଷେତ୍ରରେ ପରିଣତ ହେଲା ସକ୍ରିୟ ଲଘୁଚାପ କ୍ଷେତ୍ର। ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି। ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଲଘୁଚାପ ଆସନ୍ତା ୨୪ ଘଣ୍ଟାରେ ଅଧିକ ଘନୀଭୂତ ହୋଇ ଉତ୍ତର-ପଶ୍ଚିମ ଦିଗକୁ ଗତି କରିବା ସହ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି। ୧୯ ତାରିଖ ସକାଳେ ଅବପାତଟି ଉତ୍ତର ଆନ୍ଧ୍ରପ୍ରଦେଶ ଓ ଦକ୍ଷିଣ ଓଡ଼ିଶା ଦେଇ ଗତି କରିବ। ଏହାର ପ୍ରଭାବରେ ଆସନ୍ତା ୩ଦିନ ରାଜ୍ୟରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ଅଧିକ ବର୍ଷା ହେବ ବୋଲି ଅନୁମାନ କରାଯାଇଛି। ଆସନ୍ତା ୨୪ ଘଣ୍ଟାରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ବର୍ଷା ହେବା ସହ ମାଲକାନଗିରି, କୋରାପୁଟ, ରାୟଗଡା ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୧୨ରୁ ୨୦ ସେମି) ନେଇ ପାଣିପାଗ ବିଭାଗ ସତର୍କ ସୂଚନା ଜାରି କରିଛି।

ସେହିପରି ଗଞ୍ଜାମ, କଳାହାଣ୍ଡି, କନ୍ଧମାଳ ଓ ନବରଙ୍ଗପୁରରେ ୭ରୁ ୧୧ ସେମି ବର୍ଷା ହେବା ନେଇ ପାଣିପାଗ କେନ୍ଦ୍ର ଆକଳନ କରିଛି। ଏହିସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ୩୦ରୁ ୪୦ କିମି ପବନ ବହିବା ନେଇ ପୂର୍ବାନୁମାନ କରାଯାଇଛି। ବର୍ଷା ସହ ସମୁଦ୍ର ଅଶାନ୍ତ ରହିବା ଯୋଗୁଁ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।

About The Author: The Sakala