ମନୋରଞ୍ଜନ
ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି

ଭୁବନେଶ୍ବର: ଆସନ୍ତା ୨୦ ତାରିଖ ଦୀପାବଳି ପର୍ବ ଉପଲକ୍ଷେ ଅତିରିକ୍ତ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର। ନୂଆପଡ଼ା ଜିଲ୍ଲା ବ୍ୟତୀତ ରାଜ୍ୟର ଅନ୍ୟ ସବୁ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ। ୨୦ରେ ନୂଆପଡ଼ାରେ ସରକାରୀ କାର୍ଯ୍ୟାଳୟ/ ମାଜିଷ୍ଟେରିଆଲ କୋର୍ଟ ଖୋଲା ରହିବ। ଆସନ୍ତା ୨୫ ତାରିଖ ଚତୁର୍ଥ ଶନିବାର କାର୍ଯ୍ୟଦିବସ ଭାବେ ଘୋଷଣା କରାଯାଇଛି।