ଆଜିଠୁ ମିଳିବ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ପାଇଁ ଆଡ୍‌ମିଟ୍ କାର୍ଡ

The Sakala Picture
Published On

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଦଶମଶ୍ରେଣୀ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଆସନ୍ତା ୨୯ ତାରିଖଠାରୁ ଆରମ୍ଭ ହେବ। ଏଥପାଇଁ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହେବ ବୋଲି ସୂଚନା ମିଳିଛି। ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ସଂସ୍କୃତ ମଧ୍ୟମାର ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡ ୱେବସାଇଟରୁ ମିଳିପାରିବ। ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ସହ ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ (ଏସ୍‌ଓଏସ୍‌ସି) ପରୀକ୍ଷାର୍ଥୀଙ୍କ ଆଡମିଟ୍‌ କାର୍ଡ ମଧ୍ୟ ମଙ୍ଗଳବାର ପୂର୍ବାହ୍ଣ […]

କଟକ: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଦଶମଶ୍ରେଣୀ ମାଟ୍ରିକ ସମ୍ମେଟିଭ-୨ ପରୀକ୍ଷା ଆସନ୍ତା ୨୯ ତାରିଖଠାରୁ ଆରମ୍ଭ ହେବ। ଏଥପାଇଁ ଆଜିଠାରୁ ବୋର୍ଡ ୱେବସାଇଟରେ ଆଡମିଟ କାର୍ଡ ଉପଲବ୍ଧ ହେବ ବୋଲି ସୂଚନା ମିଳିଛି। ଏଥିସହ ରାଜ୍ୟ ମୁକ୍ତ ବିଦ୍ୟାଳୟ ଏବଂ ସଂସ୍କୃତ ମଧ୍ୟମାର ଛାତ୍ରଛାତ୍ରୀଙ୍କ ଆଡ୍‌ମିଟ୍ କାର୍ଡ ୱେବସାଇଟରୁ ମିଳିପାରିବ। ମାଟ୍ରିକ୍‌ ପରୀକ୍ଷାର୍ଥୀଙ୍କ ସହ ମଧ୍ୟମା ଏବଂ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ୍‌ (ଏସ୍‌ଓଏସ୍‌ସି) ପରୀକ୍ଷାର୍ଥୀଙ୍କ ଆଡମିଟ୍‌ କାର୍ଡ ମଧ୍ୟ ମଙ୍ଗଳବାର ପୂର୍ବାହ୍ଣ ୧୦ଟାଠାରୁ ବୋର୍ଡ ୱେବସାଇଟ୍‌ରେ ଉପଲବ୍ଧ ହେବ । ସମସ୍ତ ସ୍କୁଲର ମୁଖ୍ୟ ବା ପ୍ରଧାନଶିକ୍ଷକମାନେ ସ୍କୁଲ କୋର୍ଡ ଏବଂ ପାସୱାର୍ଡ ଦେଇ ୱେବସାଇଟରୁ ଆଡମିଟ କାର୍ଡ ଡାଉନଲୋଡ କରିପାରିବେ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଛି। ମୁକ୍ତ ବିଦ୍ୟାଳୟ ଏବଂ ମଧ୍ୟମା ଛାତ୍ରଛାତ୍ରୀମାନେ ନିଜ ନାମ ଏବଂ ବାପାଙ୍କ ନାମ ବୋର୍ଡ ୱେବସାଇଟରେ ଦାଖଲ କରି ଆଡ୍‌ମିଟ୍ କାର୍ଡ ପାଇପାରିବେ ।

ଆହୁରି ପଢ଼ନ୍ତୁ: ଶବ ସତ୍କାରରୁ ଫେରୁଥିଲେ, ନିଜେ ପାଲଟିଗଲେ ଶବ; ବନ୍ୟା ସ୍ରୋତରେ ଚାଲିଗଲା ଜୀବନ

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google Source preferences
Google News
Join Us @ WhatsApp

ସମ୍ବନ୍ଧିତ ଖବର