ପିତାମାତାଙ୍କ ପରେ ଶିକ୍ଷକମାନେ ହିଁ ପିଲାମାନଙ୍କର ରୋଲ୍‌ ମଡେଲ- 5T ଅଧ୍ୟକ୍ଷ

The Sakala Picture
Published On

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହା ସହିତ ଆମର ମହାନ ଦେଶ, ମହାନ ଜାତି ଓ ମହାନ ସଂସ୍କୃତିକୁ ଭଲ ପାଇବା ସହିତ ଏଥିପାଇଁ […]

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହା ସହିତ ଆମର ମହାନ ଦେଶ, ମହାନ ଜାତି ଓ ମହାନ ସଂସ୍କୃତିକୁ ଭଲ ପାଇବା ସହିତ ଏଥିପାଇଁ ଗର୍ବ ଅନୁଭବ କରିବାକୁ ପିଲାମାନଙ୍କୁ ପ୍ରେରଣା ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି।

ଆହୁରି ପଢ଼ନ୍ତୁ: ଭୋଟର ଲିଷ୍ଟରୁ ୯.୮ଲକ୍ଷ ଭୋଟରଙ୍କ ନାଁ କଟିବା ପ୍ରସଙ୍ଗ: ପୁନର୍ବିଚାର ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କୁ ଚିଠି ଲେଖିଲେ ସସ୍ମିତ ପାତ୍ର

ଛାତ୍ରଛାତ୍ରୀ ଯେପରି ବଡ ସ୍ୱପ୍ନ ଦେଖିବେ ଓ ନିଜର ଲକ୍ଷ୍ୟ ହାସଲ କରିବାରେ ସଫଳ ହେବେ ସେଥିପାଇଁ ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଥିଲେ। ଏକ ବିଂଶ ଶତାବ୍ଦୀରେ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନରେ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ବୋଲି ସେ କହିଥିଲେ। ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣଙ୍କ ସଫଳତା ପଛରେ ଆପଣଙ୍କ ପରିବାରର ସ୍ୱତନ୍ତ୍ର ଅବଦାନ ରହିଛି। ସେଥିପାଇଁ ସେ ସେମାନଙ୍କ ପରିବାରକୁ ଅଭିନନ୍ଦନ ଜଣାଇଥିଲେ।

ଆହୁରି ପଢ଼ନ୍ତୁ: ଓସମା କର୍ମଚାରୀଙ୍କ କାର୍ଯ୍ୟବନ୍ଦ ଆନ୍ଦୋଳନ ଚେତାବନୀ: ଲୋୟର ପିଏମଜିରେ ଗର୍ଜିଲେ ଶତାଧିକ କର୍ମଚାରୀ

ଶିକ୍ଷା ପିଲାମାନଙ୍କ ମଧ୍ୟରେ ମୌଳିକ ଜ୍ଞାନ ଓ ଦକ୍ଷତା ସୃଷ୍ଟି କରେ। ସେମାନଙ୍କ ମଧ୍ୟରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବା ସହିତ ସେମାନଙ୍କୁ ରୂପାନ୍ତରିତ ନାଗରିକରେ ପରିଣତ କରିବାରେ ସାହାଯ୍ୟ କରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଶିକ୍ଷକମାନଙ୍କ ଲକ୍ଷ୍ୟ କେବଳ ଭଲ ଛାତ୍ର ସୃଷ୍ଟି କରିବା ନୁହେଁ, ଭଲ ଛାତ୍ର ସହିତ ଭଲ ମଣିଷ ମଧ୍ୟ ସୃଷ୍ଟି କରିବା ସେମାନଙ୍କର ଲକ୍ଷ୍ୟ ହେବା ଆବଶ୍ୟକ। ଶିକ୍ଷାଦାନ କେବଳ ଏକ ବୃତ୍ତି ନୁହେଁ ବରଂ ଭବିଷ୍ୟତ ପାଇଁ ଓଡିଶାକୁ ପ୍ରସ୍ତୁତ କରିବାର ଏକ ମିଶନ ବୋଲି ସେ କହିଥିଲେ।

ଆହୁରି ପଢ଼ନ୍ତୁ: ଚିଲିକା ନଳବଣରେ ଭୟାବହ ଅଗ୍ନିକାଣ୍ଡ: ୬ ଦିନ ହେଲା ଜଳୁଛି ନିଆଁ, ବିଦେଶାଗତ ପକ୍ଷୀଙ୍କ ଜୀବନ ସଙ୍କଟରେ

ଶିକ୍ଷା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱାରୋପ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୫ଟି ଉପକ୍ରମରେ ୬୮୮୩ଟି ହାଇସ୍କୁଲର ରୂପାନ୍ତରଣ କରାଯାଇଛି। ଏହା ଦ୍ୱାରା ସ୍କୁଲର ଭିତ୍ତିଭୂମି ଓ ସାମଗ୍ରୀକ ବାତାବରଣରେ ବିରାଟ ପରିବର୍ତ୍ତନ ଆସିଛି। ଏହା ଦ୍ୱାରା ରାଜ୍ୟର ଶିକ୍ଷା ଦୃଶ୍ୟପଟ୍ଟରେ ରୂପାନ୍ତର ଆସିଛି। ଏଥିପାଇଁ ସରକାରୀ ସ୍କୁଲଗୁଡିକରେ ନାମଲେଖା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି।

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହ ମତ ବିନିମୟ କରି କହିଥିଲେ ଯେ ରାଜ୍ୟରେ ପିଲାମାନଙ୍କର ଉଜ୍ଜଳ ଭବିଷ୍ୟତ ଗଠନ ଦାୟିତ୍ୱ ଆପଣମାନଙ୍କର। ପିଲାମାନଙ୍କୁ ଭଲ ପାଠ ପଢାଇ ସେମାନଙ୍କ ବାପା ମା’ମାନଙ୍କ ମନରେ ଖୁସି ଆଣିବା ପାଇଁ ସେ ପରାମର୍ଶ ଦେବା ସହିତ ବାପା ମା’ଙ୍କ ପରେ ଶିକ୍ଷକ ହେଉଛନ୍ତି ପିଲାଙ୍କ ରୋଲ୍‌ ମଡେଲ ବୋଲି କହି ସେ ପିଲାମାନଙ୍କ ପାଇଁ ସମସ୍ତ କ୍ଷେତ୍ରରେ ପ୍ରେରଣାଦାୟୀ ହୋଇ କାର୍ଯ୍ୟ କରିବା ପାଇଁ କହିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣ ଆଣିଛନ୍ତି। ଆମ ଶିକ୍ଷା ବ୍ୟବସ୍ଥାକୁ ସଶକ୍ତ କରିବା ପାଇଁ ଉଦ୍ୟମ କରିବାକୁ ସେ ସେମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ କୋରାପୁଟର ନବନିଯୁକ୍ତ ଶିକ୍ଷୟତ୍ରୀ ସ୍ରୋତସ୍ୱିନୀ ଲେଙ୍କା ନିଯୁକ୍ତି ସମ୍ପର୍କରେ ତାଙ୍କର ଅନୁଭୂତି ବର୍ଣ୍ଣନା କରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ୫ଟି ନୀତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟା ସମାପନ କରି ଖୁବ ଶୀଘ୍ର ନିଯୁକ୍ତି ମିଳିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ତ୍ୱରିତ୍ୱ ପଦକ୍ଷେପ ଯୁବ ସମାଜ ପାଇଁ ବେଶ ଉତ୍ସାହଜନକ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱଥି. ଏସ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

20 Dec 2023 By The Sakala

ପିତାମାତାଙ୍କ ପରେ ଶିକ୍ଷକମାନେ ହିଁ ପିଲାମାନଙ୍କର ରୋଲ୍‌ ମଡେଲ- 5T ଅଧ୍ୟକ୍ଷ

ଭୁବନେଶ୍ବର: ଆଜି ରାଜ୍ୟ ସରକାରଙ୍କ ବିଭିନ୍ନ ବିଦ୍ୟାଳୟଗୁଡିକରେ ୪୧୬୬ ଜଣ ମାଧ୍ୟମିକ ଶିକ୍ଷକ ଶିକ୍ଷୟତ୍ରୀ ଯୋଗ ଦେଇଛନ୍ତି। ଏଥିପାଇଁ ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମରେ ଏକ ନିଯୁକ୍ତି ପର୍ବ କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ମୁଖ୍ୟମନ୍ତ୍ରୀ  ନବୀନ ପଟ୍ଟନାୟକ ଏହି କାର୍ଯ୍ୟକ୍ରମରେ ଯୋଗଦେଇ ପିଲାମାନଙ୍କ ମଧ୍ୟରେ ଗଭୀର ଆତ୍ମବିଶ୍ୱାସ ସୃଷ୍ଟି କରିବା ପାଇଁ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଆହ୍ୱାନ ଦେଇଛନ୍ତି। ଏହା ସହିତ ଆମର ମହାନ ଦେଶ, ମହାନ ଜାତି ଓ ମହାନ ସଂସ୍କୃତିକୁ ଭଲ ପାଇବା ସହିତ ଏଥିପାଇଁ ଗର୍ବ ଅନୁଭବ କରିବାକୁ ପିଲାମାନଙ୍କୁ ପ୍ରେରଣା ଦେବାପାଇଁ ସେ ପରାମର୍ଶ ଦେଇଛନ୍ତି।

ଛାତ୍ରଛାତ୍ରୀ ଯେପରି ବଡ ସ୍ୱପ୍ନ ଦେଖିବେ ଓ ନିଜର ଲକ୍ଷ୍ୟ ହାସଲ କରିବାରେ ସଫଳ ହେବେ ସେଥିପାଇଁ ଉଦ୍ୟମ କରିବାକୁ ସେ ପରାମର୍ଶ ଦେଇଥିଲେ। ଏକ ବିଂଶ ଶତାବ୍ଦୀରେ ଏକ ନୂଆ ଓଡିଶା, ସଶକ୍ତ ଓଡିଶା ଗଠନରେ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ଗୁରୁତ୍ୱପୂର୍ଣ୍ଣ ଅବଦାନ ରହିବ ବୋଲି ସେ କହିଥିଲେ। ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଶୁଭେଚ୍ଛା ଜଣାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଆପଣଙ୍କ ସଫଳତା ପଛରେ ଆପଣଙ୍କ ପରିବାରର ସ୍ୱତନ୍ତ୍ର ଅବଦାନ ରହିଛି। ସେଥିପାଇଁ ସେ ସେମାନଙ୍କ ପରିବାରକୁ ଅଭିନନ୍ଦନ ଜଣାଇଥିଲେ।

ଶିକ୍ଷା ପିଲାମାନଙ୍କ ମଧ୍ୟରେ ମୌଳିକ ଜ୍ଞାନ ଓ ଦକ୍ଷତା ସୃଷ୍ଟି କରେ। ସେମାନଙ୍କ ମଧ୍ୟରେ ଏକ ପ୍ରତିଯୋଗିତାମୂଳକ ମନୋଭାବ ସୃଷ୍ଟି କରିବା ସହିତ ସେମାନଙ୍କୁ ରୂପାନ୍ତରିତ ନାଗରିକରେ ପରିଣତ କରିବାରେ ସାହାଯ୍ୟ କରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଶିକ୍ଷକମାନଙ୍କ ଲକ୍ଷ୍ୟ କେବଳ ଭଲ ଛାତ୍ର ସୃଷ୍ଟି କରିବା ନୁହେଁ, ଭଲ ଛାତ୍ର ସହିତ ଭଲ ମଣିଷ ମଧ୍ୟ ସୃଷ୍ଟି କରିବା ସେମାନଙ୍କର ଲକ୍ଷ୍ୟ ହେବା ଆବଶ୍ୟକ। ଶିକ୍ଷାଦାନ କେବଳ ଏକ ବୃତ୍ତି ନୁହେଁ ବରଂ ଭବିଷ୍ୟତ ପାଇଁ ଓଡିଶାକୁ ପ୍ରସ୍ତୁତ କରିବାର ଏକ ମିଶନ ବୋଲି ସେ କହିଥିଲେ।

ଶିକ୍ଷା ଉପରେ ରାଜ୍ୟ ସରକାର ସର୍ବାଧିକ ଗୁରୁତ୍ୱାରୋପ କରିଛନ୍ତି ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ବର୍ତ୍ତମାନ ସୁଦ୍ଧା ୫ଟି ଉପକ୍ରମରେ ୬୮୮୩ଟି ହାଇସ୍କୁଲର ରୂପାନ୍ତରଣ କରାଯାଇଛି। ଏହା ଦ୍ୱାରା ସ୍କୁଲର ଭିତ୍ତିଭୂମି ଓ ସାମଗ୍ରୀକ ବାତାବରଣରେ ବିରାଟ ପରିବର୍ତ୍ତନ ଆସିଛି। ଏହା ଦ୍ୱାରା ରାଜ୍ୟର ଶିକ୍ଷା ଦୃଶ୍ୟପଟ୍ଟରେ ରୂପାନ୍ତର ଆସିଛି। ଏଥିପାଇଁ ସରକାରୀ ସ୍କୁଲଗୁଡିକରେ ନାମଲେଖା ଯଥେଷ୍ଟ ପରିମାଣରେ ବୃଦ୍ଧି ପାଇଛି।

୫ଟି ତଥା ନବୀନ ଓଡିଶା ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ କାର୍ଯ୍ୟକ୍ରମରେ ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କ ସହ ମତ ବିନିମୟ କରି କହିଥିଲେ ଯେ ରାଜ୍ୟରେ ପିଲାମାନଙ୍କର ଉଜ୍ଜଳ ଭବିଷ୍ୟତ ଗଠନ ଦାୟିତ୍ୱ ଆପଣମାନଙ୍କର। ପିଲାମାନଙ୍କୁ ଭଲ ପାଠ ପଢାଇ ସେମାନଙ୍କ ବାପା ମା’ମାନଙ୍କ ମନରେ ଖୁସି ଆଣିବା ପାଇଁ ସେ ପରାମର୍ଶ ଦେବା ସହିତ ବାପା ମା’ଙ୍କ ପରେ ଶିକ୍ଷକ ହେଉଛନ୍ତି ପିଲାଙ୍କ ରୋଲ୍‌ ମଡେଲ ବୋଲି କହି ସେ ପିଲାମାନଙ୍କ ପାଇଁ ସମସ୍ତ କ୍ଷେତ୍ରରେ ପ୍ରେରଣାଦାୟୀ ହୋଇ କାର୍ଯ୍ୟ କରିବା ପାଇଁ କହିଥିଲେ।

କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ପ୍ରଦୀପ କୁମାର ଜେନା ନବନିଯୁକ୍ତ ଶିକ୍ଷକ ଶିକ୍ଷୟତ୍ରୀମାନଙ୍କୁ ଉଦ୍‌ବୋଧନ ଦେଇ କହିଲେ ଯେ ମାନ୍ୟବର ମୁଖ୍ୟମନ୍ତ୍ରୀ ରାଜ୍ୟରେ ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ରୂପାନ୍ତରଣ ଆଣିଛନ୍ତି। ଆମ ଶିକ୍ଷା ବ୍ୟବସ୍ଥାକୁ ସଶକ୍ତ କରିବା ପାଇଁ ଉଦ୍ୟମ କରିବାକୁ ସେ ସେମାନଙ୍କୁ ପରାମର୍ଶ ଦେଇଥିଲେ।

ଏହି ଅବସରରେ କୋରାପୁଟର ନବନିଯୁକ୍ତ ଶିକ୍ଷୟତ୍ରୀ ସ୍ରୋତସ୍ୱିନୀ ଲେଙ୍କା ନିଯୁକ୍ତି ସମ୍ପର୍କରେ ତାଙ୍କର ଅନୁଭୂତି ବର୍ଣ୍ଣନା କରି ସମ୍ପୂର୍ଣ୍ଣ ସ୍ୱଚ୍ଛତା ଓ ନିର୍ଦ୍ଦିଷ୍ଟ ସମୟସୀମା ମଧ୍ୟରେ ୫ଟି ନୀତି ଅନୁଯାୟୀ ଏହି ନିଯୁକ୍ତି ପ୍ରକ୍ରିୟା ସମାପନ କରି ଖୁବ ଶୀଘ୍ର ନିଯୁକ୍ତି ମିଳିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ତ୍ୱରିତ୍ୱ ପଦକ୍ଷେପ ଯୁବ ସମାଜ ପାଇଁ ବେଶ ଉତ୍ସାହଜନକ ବୋଲି ସେ କହିଥିଲେ।

କାର୍ଯ୍ୟକ୍ରମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ କମିଶନର ତଥା ଶାସନ ସଚିବ ଅଶ୍ୱଥି. ଏସ୍ ସ୍ୱାଗତ ଭାଷଣ ଦେଇଥିଲେ ଏବଂ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶକ ଧନ୍ୟବାଦ ଅର୍ପଣ କରିଥିଲେ।

Join Us @ WhatsApp

About The Author

todays-gold-rate-in-bhubaneswar
horoscope today
Google News
Join Us @ WhatsApp

ସମ୍ବନ୍ଧିତ ଖବର